ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପୁରୀରେ ଆଜି ଅତି ପ୍ରବଳ ବର୍ଷା, ଆଲର୍ଟ ଜାରି…

ଭୁବନେଶ୍ୱର,୨୬ା୭(ବନ୍ଦନା ସେଠୀ): ଗାଙ୍ଗେୟ ପଶ୍ଚିମବଙ୍ଗର ଉତ୍ତରାଞ୍ଚଳ ଏବଂ ଏହାର ଆଖପାଖ ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପର ରୂପ ନେଇଛି। ଶନିବାର ସକାଳ ସୁଦ୍ଧା ଏହା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଏହି ଲଘୁଚାପ କ୍ଷେତ୍ର ସହ ଜଡ଼ିତ ଏକ ଘୂର୍ଣ୍ଣିବଳୟ ୯.୪ କି.ମି. ସମୁଦ୍ର ପତ୍ତନକୁ ବ୍ୟାପିଛି। ଆଗାମୀ ୨ରୁ ୩ ଦିନ ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ। ଜୁଲାଇ ୩୧ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। କିନ୍ତୁ ଆସନ୍ତା ୩ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ର ସତର୍କ କରିଛି।
ରବିବାର କେନ୍ଦୁଝର ଜିଲାରେ ଅତ୍ୟଧିକ ବର୍ଷା ନେଇ ରେଡ୍‌ ଓ୍ୱାର୍ନିଂ ଜାରି କରାଯାଇଛି। ସେହିପରି ଯାଜପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ୱଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ ଏବଂ ମୟୂରଭଞ୍ଜ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ୱାର୍ନିଂ ଏବଂ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ୟେଲୋ ଓ୍ୱାର୍ନିଂ ଜାରି କରାଯାଇଛି। ଏଥିସହ ୨୧ ଜିଲାରେ ଘଡ଼ଘଡ଼ି ସହ ବର୍ଷା ପବନ ହେବା ନେଇ ସୂଚନା ଦିଆଯାଇଛି। ସେହିପରି ସୋମବାର ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ୱଲପୁର, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ୱାର୍ନିଂ ଦିଆଯାଇଛି। ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ୨୭ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି। ସମୁଦ୍ର ଭିତରେ କେହି ମତ୍ସ୍ୟଜୀବୀ ଥିଲେ ତୁରନ୍ତ କୂଳକୁ ଫେରି ଆସିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ରବାର ରାତିରେ ରାଶି ପରିବର୍ତ୍ତନ କରିବେ ଚନ୍ଦ୍ର: ବୃଷ-ସିଂହ ସହ ଏହି ରାଶିଙ୍କୁ ଫାଇଦା ହିଁ ଫାଇଦା, ମିଳିବ ଖୁସିଖବର

ଭୁବନେଶ୍ୱର: ଜ୍ୟୋତିଷ ଗଣନା ଅନୁସାରେ ୧୧ ସେପ୍ଟେମ୍ବର ୨୦୨୬ ରାତି ୭ଟା ୮ ମିନିଟ୍‌ରେ ଚନ୍ଦ୍ର ସିଂହ ରାଶି ଛାଡ଼ି କନ୍ୟା ରାଶିରେ ପ୍ରବେଶ କରିବେ। ଏହି…

୨୩ରେ ଯାତ୍ରାପୀଠକୁ ଅଣାଯିବ ଶୁଭଖୁଣ୍ଟି; ୮ ଦିନ ଧରି ଚାଲିବ ଯାତ୍ରା

ଦିଗପହଣ୍ଡି, ୧୦।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଗଣପର୍ବ ଭାବେ ପରିଚିତ ମା’ ବୁଢ଼ୀ ଠାକୁରାଣୀଙ୍କ ଶାରଦୀୟ ଯାତ୍ରା ମହୋତ୍ସବ ପରିଚାଳନା ନିମନ୍ତେ…

ଗାଡ଼ି ଚାଳକଙ୍କ ପାଇଁ ବଡ଼ ଖବର! ୨୦%ରୁ ଅଧିକ ଇଥାନଲ ମିଶିବ ପେଟ୍ରୋଲରେ, ସ୍ପଷ୍ଟ କଲେ…

ଦେଶରେ ପ୍ରଚଳିତ ୨୦% ଇଥାନଲ୍‌ ମିଶ୍ରିତ ପେଟ୍ରୋଲ (ଇ-୨୦) ଯୋଗୁ ଗାଡ଼ି ଯନ୍ତ୍ରାଂଶ ଖରାପ ହେଉଥିବାରୁ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଉଛି। ଏନେଇ ଦୃଢ଼ ବିରୋଧ…

ସୂର୍ଯ୍ୟଙ୍କ ଗୋଚର: ୩ ରାଶିଙ୍କୁ ମିଳିବ ଲାଭ, ଚାକିରିରେ ବଡ଼ ଅଫର୍‌କୁ ଧନଲାଭର ଖୋଲିଲା ଯୋଗ

ସୂର୍ଯ୍ୟ ଗ୍ରହ ୧୩ ସେପ୍ଟେମ୍ୱର ୨୦୨୬ ରବିବାର ରାତି ୯ଟା ୫୩ ମିନିଟରେ ପୂର୍ୱାଫାଲଗୁନୀ ନକ୍ଷତ୍ରରୁ ପୂର୍ୱାଫାଲଗୁନୀ ନକ୍ଷତ୍ରକୁ ପ୍ରବେଶ କରିବେ। ଏହି ଗୋଚର ପ୍ରଭାବରୁ ଭାଗ୍ୟଶାଳୀ…

ଗୃହ ମନ୍ତ୍ରଣାଳୟ ବୈଠକ ପରେ ସୋନମ ୱାଙ୍ଗଚୁକଙ୍କ ବଡ଼ ଚେତାବନୀ: କହିଲେ- ଆନ୍ଦୋଳନ ହିଁ…

ନୂଆଦିଲ୍ଲୀ,୧୦।୯: ଲଦାଖର ଭବିଷ୍ୟତ ଓ ଗଣତାନ୍ତ୍ରିକ ବ୍ୟବସ୍ଥାକୁ ନେଇ କେନ୍ଦ୍ର ସରକାର ଏବଂ ଲଦାଖ ପ୍ରତିନିଧିଙ୍କ ମଧ୍ୟରେ ହୋଇଥିବା ଆଲୋଚନାରୁ କୌଣସି ଠୋସ ସମାଧାନ ବାହାରି ପାରିନାହିଁ।…

ବୁଧାଦିତ୍ୟ ରାଜଯୋଗରେ ମାଲାମାଲ ହେବେ ୪ ରାଶି: ଚାକିରିରେ ପଦୋନ୍ନତି ସହ ବ୍ୟବସାୟରେ ଅଚାନକ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୧୭ ସେପ୍ଟେମ୍ବର ୨୦୨୬ରେ ସୂର୍ଯ୍ୟ ଦେବ ସିଂହ ରାଶିରୁ ବାହାରି କନ୍ୟା ରାଶିରେ ପ୍ରବେଶ କରିବେ। ସେହି ସମୟରେ କନ୍ୟା ରାଶିରେ…

ଯୁକ୍ତ୨ରେ ଯୋଡ଼ିହେଲା ୨ ନୂଆ ଧନ୍ଦାମୂଳକ ପାଠ୍ୟକ୍ରମ

ଭୁବନେଶ୍ୱର,୧୦ା୯(ସୁଚିସ୍ମିତା ସାହୁ): ରାଜ୍ୟର ଯୁକ୍ତ୨ ଶିକ୍ଷା ବ୍ୟବସ୍ଥାରେ ଛାତ୍ରୀଛାତ୍ରଙ୍କ ପାଇଁ ଆଉ ଦୁଇଟି ନୂଆ ଧନ୍ଦାମୂଳକ ପାଠ୍ୟକ୍ରମ ସାମିଲ କରାଯାଇଛି। ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ…

ଉତ୍ତରପ୍ରଦେଶ ରାଜନୀତିରେ ବଡ଼ ହଲଚଲ: ନିର୍ବାଚନ ପୂର୍ବରୁ ରାଜନୀତିରୁ ସନ୍ନ୍ୟାସ ନେଲେ…

ନୂଆଦିଲ୍ଲୀ, ୧୦।୯: ବହୁଜନ ସମାଜ ପାର୍ଟି (BSP)ରେ ଆଭ୍ୟନ୍ତରୀଣ ରାଜନୀତିକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ଘୋଷଣା କରିଛନ୍ତି ଅଶୋକ ସିଦ୍ଧାର୍ଥ। BSP ସୁପ୍ରିମୋ ମାୟାବତୀଙ୍କ ଭଣଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri