୨୪ ଘଣ୍ଟାରେ ଲଘୁଚାପ: ସପ୍ତାହେ ଯାଏ ପ୍ରବଳ ବର୍ଷା, ଆଜି ୬ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୭ା୮(ବନ୍ଦନା ସେଠୀ) – ରାଜ୍ୟରେ ଲଗାଣ ବର୍ଷା ପାଇଁ ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ ଓ ବନ୍ୟା ପରିସ୍ଥିତି ଲାଗି ରହିଥିବାବେଳେ ଆସୁଛି ଆଉ ୨ ଲଘୁଚାପ। ଇତିମଧ୍ୟରେ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ବାଂଲାଦେଶ ଉପରେ ଏକ ଉପର ବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆସନ୍ତା ସପ୍ତାହ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ଅପରପକ୍ଷେ ଅଗଷ୍ଟ ୧୨ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ଆକଳନ କରାଯାଇଛି। ଏହା ପ୍ରଭାବରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଶନିବାର ବଡ ବର୍ଷା ହେବା ନେଇ ସୂଚନା ଦିଆଯାଇଛି।

ବିଶେଷକରି ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାରେ ପ୍ରବଳକୁ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା ଏବଂ ବଲାଙ୍ଗୀର ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଏଥିସହିତ ସମଗ୍ର ରାଜ୍ୟକୁ ଘଡ଼ଘଡ଼ି ବିଜୁଳି ସହ ଝଡ଼ବର୍ଷା ନେଇ ସତର୍କ କରାଯାଇଛି। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିରେ ହଇଚଇ! ଗରବାକୁ ନେଇ ଭାଜପା ବିଧାୟକଙ୍କ ବିବାଦୀୟ ବୟାନ, ଭଉଣୀ-ଝିଅଙ୍କୁ…

ନୂଆଦିଲ୍ଲୀ,୨୨।୯: ନବରାତ୍ରି ପୂର୍ବରୁ ଗରବା କାର୍ଯ୍ୟକ୍ରମରେ ମୁସଲିମଙ୍କ ପ୍ରବେଶକୁ ନେଇ ମହାରାଷ୍ଟ୍ରରୁ ମଧ୍ୟପ୍ରଦେଶ ପର୍ଯ୍ୟନ୍ତ ରାଜନୈତିକ ବୟାନବାଜି ଆରମ୍ଭ ହୋଇଛି। ମୁମ୍ବାଇର ବୋରିଭଲିରେ ହେବାକୁ ଥିବା ଏକ…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଫସିଲା ଆନ୍ଧ୍ରପ୍ରଦେଶ ଟ୍ରଲର: ସହଯୋଗର ହାତ ବଢ଼ାଇଲା ଗଞ୍ଜାମ ପ୍ରଶାସନ

ଛତ୍ରପୁର,୨୨।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତ ଜନିତ ପ୍ରତିକୂଳ ପାଗ ଯୋଗୁ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର ଉପକୂଳରେ ଆନ୍ଧ୍ରପ୍ରଦେଶର…

ରାସ୍ତା ଅବସ୍ଥା ଶୋଚନୀୟ: ବିଧାନସଭାରେ ପ୍ରଶ୍ନ କଲେ ବିଧାୟକ, ମନ୍ତ୍ରୀ କହିଲେ…

ଗୁଡାରି,୨୨।୯(ପ୍ରମୋଦ କୁମାର ପତି): ଗୁଡାରି ସହରର ମୁଖ୍ୟ ପ୍ରବେଶ ପଥର ମରାମତି ନେଇ ମଙ୍ଗଳବାର ବିଧାନସଭାରେ ପ୍ରଶ୍ନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। UDAQ ୬୪:ରେ ବିଧାୟକ…

ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ ୯୭ ବର୍ଷୀୟ କନ୍ଦ ବାବୁ: ଅତୁଟ ରହିଛି ବ୍ଲକ ବିଜେଡି ଅଧ୍ୟକ୍ଷ

ମହାକାଳପଡ଼ା,୨୨।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ କେନ୍ଦ୍ରାପଡା ଜିଲାରେ ପରିଚିତ ମହାକାଳପଡା ବ୍ଲକ ବିଜେଡି ସଭାପତି ଶ୍ରୀଧର ସାମଲ(୯୭) ଓରଫ୍‌ କନ୍ଦ ବାବୁ ।…

ଗାଁରେ ଏମିତି ଜୀବନ କାଟୁଛନ୍ତି କ୍ୟାଟ୍ରିନାଙ୍କ ମା’, ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ

ମୁମ୍ବାଇ: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ମା’ ସୁଜାନ ଟର୍କୋଟ ନିଜ ଝିଅ ଠାରୁ ସମ୍ପୂର୍ଣ୍ଣ ଭିନ୍ନ ଏକ ଜୀବନଶୈଳୀ ପସନ୍ଦ କରନ୍ତି। ଯେଉଁଠାରେ କ୍ୟାଟ୍ରିନା…

ପାଠପଢ଼ା ଭୟରେ ରାଇରଙ୍ଗପୁରରୁ ଚାଲିଆସିଲେ ୨ ନାବାଳକ, ରାଉରକେଲାରେ…

ରାଉରକେଲା,୨୨।୯(ସଙ୍ଗୀତା ଜେନା): ପାଠପଢା ଭୟରେ ମୟୂରଭଞ୍ଜ ରାଇରଙ୍ଗପୁରରୁ ୨ନାବାଳକ ସୋମବାର ରାଉରକେଲା ଚାଲି ଆସିଥିଲେ । ରାଉରକେଲା ରେଳ ଷ୍ଟେଶନ୍ ଓ ପରେ ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ…

ଇରାନକୁ ଆଉ ଏକ ଝଟକା ଦେଲା ଆମେରିକା! ସେପ୍ଟେମ୍ବର ୨୩ରୁ ସାରା ବିଶ୍ୱରେ ଇରାନୀ ବିମାନ ଚଳାଚଳ ଉପରେ କଟକଣା ଲଗାଇବାକୁ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୯: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ; ଏହା ବର୍ତ୍ତମାନ ଦୁଇ ରାଷ୍ଟ୍ର ବାହାରେ ବିସ୍ତାର କରି ସମଗ୍ର ବିଶ୍ୱକୁ ପ୍ରଭାବିତ…

ଦୀପାବଳି ପୂର୍ବରୁ ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା! ୭-୮% ମହଙ୍ଗା ହେବ…

ନୂଆଦିଲ୍ଲୀ,୨୨।୯: ଆଗକୁ ଆସୁଛି ଦଶହରା, ଛଠ ପୂଜା ଓ ଦୀପାବଳି ଭଳି ବଡ଼ ପାର୍ବଣ। ପାର୍ବଣ ପାଇଁ ଲୋକେ ପ୍ରସ୍ତୁତିରେ ବ୍ୟସ୍ତ ଥିବା ବେଳେ ବଢ଼ୁଥିବା ମହଙ୍ଗା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?