ବଙ୍ଗୋପସାଗରରେ ଲଘୁଚାପ: ରାଜ୍ୟର ୧୧ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ କଲା…

ଭୁବନେଶ୍ୱର, ୯ା୯(ସୌମ୍ୟରଞ୍ଜନ ରାଉତ) – ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ପ୍ରାୟ ୫.୮ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି। ଏହାର ପ୍ରଭାବରେ ଆସନ୍ତା ୧୦ ତାରିଖରେ ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପାଣିପାଗ ବିଜ୍ଞାନୀ ସଞ୍ଜୀବ ଦ୍ୱିବେଦୀଙ୍କ ସୂଚନାନୁଯାୟୀ, ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଆରମ୍ଭ ହୋଇଛି। ୧୨ ତାରିଖ ଯାଏ ଘଡ଼ଘଡ଼ି, ବିଜୁଳି ସହ ପ୍ରବଳ ବର୍ଷା ହେବ। ତେବେ ୧୦ ତାରିଖ ଗୁରୁବାର ପାଇଁ ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ା ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ନିଂ ଜାରି ହୋଇଛି। ସେହିପରି ପୁରୀ, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର, ଢେଙ୍କାନାଳ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ନିଂ ଦିଆଯାଇଛି। ବଜ୍ରପାତକୁ ନେଇ ମଧ୍ୟ ସତର୍କ କରାଯାଇଛି। ପୁରୀ, ଖୋର୍ଦ୍ଧା, କଟକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଆଦି ୧୧ ଜିଲାକୁ ବିଜୁଳି, ଘଡ଼ଘଡ଼ି ଓ ବଜ୍ରପାତ ପାଇଁ ଅରେଞ୍ଜ ଓ୍ବାର୍ନିଂ ଜାରି ହୋଇଛି। ଗଞ୍ଜାମ, ଗଜପତି, ରାୟଗଡ଼ା, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ରେ ଝଟ୍‌କା ପବନ ସହ ଝଡ଼ବର୍ଷା ନେଇ ସତର୍କ ସୂଚନା ଦିଆଯାଇଛି। ତେବେ ଆସନ୍ତା ୧୧ରେ ବର୍ଷାର ପରିମାଣ ଆହୁରି ବଢ଼ିବ। ଉକ୍ତ ଦିନ ମୟୂରଭଞ୍ଜ ଜିଲାରେ ଅତି ପ୍ରବଳ ବର୍ଷା ନେଇ ରେଡ୍‌ ଆଲର୍ଟ ଜାରି ହୋଇଛି। ବାଲେଶ୍ୱର, ଭଦ୍ରକ ଓ କେନ୍ଦୁଝରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଓ୍ବାର୍ନିଂ ରହିଛି। କୋରାପୁଟ, କଳାହାଣ୍ଡି, ରାୟଗଡ଼ା, ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କଟକ, ଯାଜପୁର, ଢେଙ୍କାନାଳ ଓ ଅନୁଗୋଳରେ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ଅବଶିଷ୍ଟ ୧୩ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ଝଟ୍‌କା ପବନ ନେଇ ୟେଲୋ ଓ୍ବାର୍ନିଂ ରହିଛି। ପବନ ପାଇଁ ସମୁଦ୍ର ଅଶାନ୍ତ ରହିବ। ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

Cache Publish Test 2.

Cache Publish Test 2.

Test news 2

Test news 2

Test new post

Test new post

ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣ ନିମ୍ନମାନର ଅଭିଯୋଗ ଆଣି ଗ୍ରାମବାସୀ…

ଛତ୍ରପୁର,୯ା୯(ଦିଲ୍ଲୀପ ସମାଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଚାଲିଥିବା ରାସ୍ତା ନିର୍ମାଣ କାମରମାନକୁ…

ରାତି ୧୦ଟା ପରେ ବାଜିବନି ଲାଉଡ୍‌ ସ୍ପିକର, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ଛତ୍ରପୁର,୯ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆସନ୍ତା ୧୪ ତାରିଖରେ ହେବାକୁ ଯାଉଥିବା ଶ୍ରୀଗଣେଶ ପୂଜାକୁ ଶୃଙ୍ଖଳିତ ଓ ଭକ୍ତିପୂର୍ଣ୍ଣ ପରିବେଶରେ ପାଳନ କରିବାକୁ ଛତ୍ରପୁର ପୋଲିସ ଏବଂ ପ୍ରଶାସନ…

ବିବାହ ପରେ ବି ପିଛା ଛାଡ଼ୁ ନ ଥିଲେ! ନାବାଳିକାଙ୍କୁ ଅସଦାଚରଣ କରି ବ୍ରହ୍ମପୁର ଜେଲ୍‌ ଗଲେ ରାଜମିସ୍ତ୍ରୀ

ଦିଗପହଣ୍ଡି, ୯।୯ (ଅଶେଷ ନାଥ ମିଶ୍ର): ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଅସଦାଚରଣ କରିବା ମାମଲାରେ ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ଜଣେ ଯୁବକଙ୍କୁ ଗିରଫ…

ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’

ହାଟଡିହୀ, ୯।୯(ଶୁଭକାନ୍ତ ନାୟକ): ଇନଷ୍ଟାଗ୍ରାମରେ ପ୍ରେମ, ତା’ପରେ ପ୍ରତ୍ୟାଖ୍ୟାନ, ଆଉ ଶେଷରେ ରାସ୍ତା ମଝିରେ ଗୁଣ୍ଡାଗର୍ଦ୍ଦି। ବୁଧବାର ଏଭଳି ଏକ ଲଜ୍ଜାଜନକ ଘଟଣା କେନ୍ଦୁଝର ଜିଲା ହାଟଡିହୀ…

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ୩ ବର୍ଷ ଝିଅକୁ ହତ୍ୟା ଉଦ୍ୟମ କରି ନିଜେ…

ବଲାଙ୍ଗୀର,୯ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଅଞ୍ଚଳରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି, ବାରମ୍ବାର ଚୋରି ଡକାୟତ ପରେ ବୁଧବାର ପୁଣି ବେଲପଡ଼ା ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri