ବଙ୍ଗୋପସାଗରରେ ଲଘୁଚାପ: ଆଜିଠୁ ବର୍ଷା, ୪୮ଘଣ୍ଟା ମଧ୍ୟରେ…

ଭୁବନେଶ୍ୱର, ୨୩ା୨(ବନ୍ଦନା ସେଠୀ):ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଉପରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହାସହ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୫.୮ କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଛି। ଏହା ପ୍ରଥମେ ପଶ୍ଚିମ-ଉତ୍ତରପଶ୍ଚିମ ଓ ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ଉତ୍ତର-ପୂର୍ବ ଆଡକୁ ଗତି କରିବ। ଏହା ପ୍ରଭାବରେ ସୋମବାର ଓ ମଙ୍ଗଳବାର ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ହେବା ସହିତ ପାଗ ମୁଖ୍ୟତଃ ମେଘୁଆ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତି ସୂଚନା ଦେଇଛନ୍ତି।
ସୁନ୍ଦରଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କଟକ, ପୁରୀ, ଖୋର୍ଦ୍ଧା, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ଯାଜପୁର ଏବଂ କଳାହାଣ୍ଡି ଜିଲାରେ ହାଲୁକା ବର୍ଷା ହେବା ନେଇ ଆକଳନ କରାଯାଇଛି। ତେବେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଏବଂ ଭଦ୍ରକ ଜିଲାକୁ ଘଡ଼ଘଡି ବର୍ଷା ସହ ୩୦ରୁ ୪୦ କି.ମି. ବେଗରେ ପବନ ବହିବା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ମଙ୍ଗଳବାର ମଧ୍ୟ ବିଭିନ୍ନ ଜିଲାରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି।
ଅନ୍ୟପକ୍ଷରେ ଗତ ୨୪ଘଣ୍ଟାରେ ରାଜ୍ୟର ୭ଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ଏବଂ ତା’ଠାରୁ କମ୍‌ ରେକର୍ଡ କରାଯାଇଛି। ପାହାଡିଆ ଅଞ୍ଚଳ ଭାବେ ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୧୨ଡିଗ୍ରୀ, ସେମିଳିଗୁଡାରେ ୧୩.୧ ଡିଗ୍ରୀ ଏବଂ ସମତଳ ଅଞ୍ଚଳ ଭାବେ ଫୁଲବାଣୀରେ ୧୪ଡିଗ୍ରୀ ରହିଥିଲା। ସେହିପରି ରାଜ୍ୟର ୫ଟି ସ୍ଥାନରେ ସର୍ବାଧିକ ତାପମାତ୍ରା ବା ଦିନ ତାପମାତ୍ରା ୩୫ ଡିଗ୍ରୀ ଏବଂ ତା’ଠାରୁ ଅଧିକ ରେକର୍ଡ ହୋଇଛି। ପାରଳାଖେମୁଣ୍ଡିଠାରେ ସର୍ବାଧିକ ୩୬.୨ଡିଗ୍ରୀ ତାପମାତ୍ରା ରହିଥିଲା। ସୋମବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଜଗତ୍‌ସିଂହପୁର ଜିଲାର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଦେଖାଦେବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ

କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri