ଆଜି ବଙ୍ଗୋପସାଗରରେ ଲଘୁଚାପ; ୨ ଜିଲାକୁ ରେଡ୍ ଆଲର୍ଟ, ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର,୨୪ା୭(ଅନୁରାଧା ମହାରଣା): ଦକ୍ଷିଣ ଚାଇନା ସାଗରରେ ସୃଷ୍ଟ ବାତ୍ୟା ‘ୱିଫା’ର ଅବଶିଷ୍ଟାଂଶ ଘୂର୍ଣ୍ଣିବଳୟ ରୂପରେ ବୁଧବାର ବଙ୍ଗୋପସାଗରରେ ପ୍ରବେଶ କରିଛି। ଏହାର ପ୍ରଭାବରେ ସୃଷ୍ଟି ହୋଇଥିବା ଲଘୁଚାପ ଆଗକୁ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ। ଫଳରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ୨୮ ତାରିଖ ପର୍ଯ୍ୟନ୍ତ ବର୍ଷା ଆଶଙ୍କା ରହିଥିବାବେଳେ ଗୁରୁବାରଠାରୁ ବର୍ଷାର ପ୍ରଭାବ ବଢ଼ିବ ବୋଲି ଆକଳନ କରାଯାଇଛି। ବର୍ତ୍ତମାନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବ ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶାର ଦକ୍ଷିଣ ଭାଗ ଉପରେ ରହୁଛି। ତେଣୁ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ବୁଧବାର କଟକ ଓ ଭୁବନେଶ୍ୱର ସମେତ ରାଜ୍ୟର ଅନ୍ୟାନ୍ୟ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି।

ଗୁରୁବାର ସୁଦ୍ଧା ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇ ଲଘୁଚାପ କ୍ଷେତ୍ର ଆଗକୁ ବଢ଼ିବ, ଯାହାର ପ୍ରଭାବରେ ଜୁଲାଇ ୨୪ ଓ ୨୫ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତର ଆଶଙ୍କା ରହିଛି। ଗୁରୁବାର କୋରାପୁଟ, ମୟୂରଭଞ୍ଜ, ନବରଙ୍ଗପୁର, ଗଜପତି, କେନ୍ଦୁଝର, ମାଲକାନଗିରିରେ ଅତି ପ୍ରବଳ ବର୍ଷା ହେବ। ସେହିପରି ସୁନ୍ଦରଗଡ଼, ଦେବଗଡ଼, ଢେଙ୍କାନାଳ, ଅନୁଗୋଳ, ବାଲେଶ୍ୱର, କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳ ଜିଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବୋହିବା ସାଙ୍ଗକୁ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି। ୨୫ ତାରିଖରେ ମୟୂରଭଞ୍ଜ ଓ କେନ୍ଦୁଝରରେ ଅତି ପ୍ରବଳ ବର୍ଷା ହେବ। ସେହିପରି ଯାଜପୁର, ସୁନ୍ଦରଗଡ଼, ଢେଙ୍କାନାଳ, ଭଦ୍ରକ, ଜଗତ୍‌ସିଂହପୁର, ଅନୁଗୋଳ, ବାଲେଶ୍ୱର, କେନ୍ଦ୍ରାପଡ଼ା ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ।


Enter your email to get our daily news in your inbox.

All Right Reserved By Dharitri.Com

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri