ଲଘୁଚାପ ଆହୁରି ଘନୀଭୂତ: ୧୯ ଜିଲାରେ ଛେଚିବ ବର୍ଷା

ଭୁବନେଶ୍ୱର,୯ା୪:ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପକ୍ଷେତ୍ର ମଙ୍ଗଳବାର ଆହୁରି ଘନୀଭୂତ ହୋଇ ଦକ୍ଷିଣ-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଆଗାମୀ ୧୨ଘଣ୍ଟା ପର୍ଯ୍ୟନ୍ତ ନିଜର ତୀବ୍ରତା ବଜାୟ ରଖିବା ସହ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି। ପରବର୍ତ୍ତୀ ୧୨ଘଣ୍ଟାରେ ଗତିର ଦିଗ ପରିବର୍ତ୍ତନ ସହ ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରି କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଧୀରେ ଧୀରେ ଦୁର୍ବଳ ହୋଇପାରେ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ବୁଧବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଦେଓଗଡ଼, ରାୟଗଡ଼ା, ସୁନ୍ଦରଗଡ଼, କୋରାପୁଟ, ଅନୁଗୋଳ, ଢେଙ୍କାନାଳ ଆଦି ୧୯ଟି ଜିଲାରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାକୁ ଘଡ଼ଘଡ଼ି ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ପବନ ହେବା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

ହିଟ୍‌ ଓ୍ବେଭ୍‌ ସହ କାଳବୈଶାଖୀ, ୧୦ ଯାଏ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ) – ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri