ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏନେଇ ଗଞ୍ଜାମ ଜିଲାକୁ ଅରେଞ୍ଜ ୱାର୍ନିଂ ଦିଆଯାଇଥିବା ବେଳେ ଆସନ୍ତା ୨୩ ଏବଂ ୨୪ ତାରିଖ ରେଡ ୱାର୍ନିଂ ଜାରି କରାଯାଇଛି l

ଗଭୀର ଅବପାତ ଦକ୍ଷିଣ ଓଡ଼ିଶା- ଉତ୍ତର ଆନ୍ଧ୍ର ପ୍ରଦେଶ ଦେଇ ଗତି କରିବା ନେଇ ପାଣିପାଗ ବିଭାଗ ଆକଳନ କରିଛି l ଏହି ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବକୁ ନେଇ ବ୍ଲକ କନଫରେନ୍ସ ହଲଠାରେ ବାତ୍ୟା ମୁକାବିଲା ପ୍ରସ୍ତୁତି ସୋମବାର ଅନୁଷ୍ଠିତ ହୋଇଥିଲା l

ଏଥିରେ ବିଡ଼ିଓ ଅଚ୍ୟୁତାନନ୍ଦ ଯାନୀ, ତହସିଲଦାର ସୁକାନ୍ତ ଚନ୍ଦ୍ର ମିଶ୍ର, ଅତିରିକ୍ତ ଗଞ୍ଜାମ ଥାନା ଆଇଆଇସି ଶୁଭଲକ୍ଷ୍ମୀ କଂହର, ବ୍ଲକ ଅଧକ୍ଷା ଶର୍ମିଷ୍ଠା ପ୍ରଧାନ, ଜିଲା ପରିଷଦ ସଭ୍ୟ ସନାତନ ବେହେରା, ସିଡିପିଓ ସଲୀଳା ପ୍ରଧାନ, ବ୍ଲକ ଶିକ୍ଷା ଅଧିକାରୀ ସରୋଜ କୁମାର ସାହୁ, ସହକାରୀ ନିର୍ବାହୀ ଯନ୍ତ୍ରୀ ଅତ୍ୟୁତାନନ୍ଦ ପଟ୍ଟନାୟକ, ଜିପିଓ ଅପର୍ଣ୍ଣା ଅଭିଲିପ୍ସା ପ୍ରମୁଖ ମଞ୍ଚାସିନ ଥିଲେ।

ବୈଠକରେ ସମସ୍ତ ବିଦ୍ୟୁତ୍‌ ବିଭାଗ କର୍ମଚାରୀ, ଅଗ୍ନିଶମ ବିଭାଗ କର୍ମଚାରୀ, ପଞ୍ଚାୟତ ନିର୍ବାହୀ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ l ବାତ୍ୟା ଆସିଲେ ଭୟଭୀତ ନ ହୋଇ ଏହାର ସଠିକ ମୁକାବିଲା କରିବାକୁ ବୈଠକରେ ଆଲୋଚନା ହୋଇଥିଲା।

ଏପରିକି ସମସ୍ତ ବିଭାଗକୁ ଜରୁରୀକାଳୀନ ପରିସ୍ଥିତି ସହ ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହିବାକୁ ବିଡ଼ିଓ ଯାନୀ ନିର୍ଦ୍ଦେଶ ଦେଇଛନ୍ତି l ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସାଙ୍ଗକୁ ଘଣ୍ଟା ପ୍ରତି ୭୫ କିମି ବେଗ ପର୍ଯ୍ୟନ୍ତ ପବନ ବହିବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ l

ଏହା ପ୍ରଭାବରେ ଜାଗା ଜାଗାରେ ପାଣି ଜମା ହେବା, ବନ୍ୟା ପରିସ୍ଥିତି ସୃଷ୍ଟି ହେବା ସହ ରାସ୍ତା ଓ ଅନ୍ୟ ସମ୍ବେଦନଶୀଳ ସ୍ଥାନରେ ଗଛ ଓ ବିଦ୍ୟୁତ ଖୁଣ୍ଟ ପଡ଼ିବା ଆଶଙ୍କା ରହିଛି। ବାତ୍ୟା ସମୟରେ ଘର ବାହାରକୁ ନ ବାହାରିବା,ବିଶେଷ କରି ଚାଷୀଙ୍କୁ ବିଲକୁ ନ ଯିବାକୁ ପ୍ରଶାସନ ପକ୍ଷରୁ ହାଇଆଲର୍ଟ କରାଯାଇଛି l ଏଥିସହ ସମୁଦ୍ର ଓ ନଦୀ ତଟବର୍ତ୍ତୀ ଅଞ୍ଚଳବାସୀଙ୍କୁ ସ୍ଥାନାନ୍ତରିତ କରିବା ବୈଠରେ ଆଲୋଚନା ହୋଇଥିଲା l

ସମ୍ବେଦନଶୀଳ ସ୍ଥାନଗୁଡ଼ିକୁ ଚିହ୍ନଟ କରିଯାଇ ସେଠାରେ ସତନ୍ତ୍ର ତଦାରଖ କରିବା ସହିତ ଓଡ୍ରାଫ ଟିମ, ପୋଲିସ ବିଭାଗ, ସ୍ବାସ୍ଥ୍ୟ ସେବା, ବିଦ୍ୟୁତ୍‌ ବିଭାଗ ସହ ସମସ୍ତ ବିଭାଗ ସଜାଗ ରହିଥିବା ବିଡ଼ିଓ ଯାନୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି


Enter your email to get our daily news in your inbox.

All Right Reserved By Dharitri.Com

ଅମିତ ଶାହାଙ୍କୁ ଭେଟିଲେ ଗୌତମ ଗମ୍ଭୀର: ଦେଲେ ଏହି ବିଶେଷ ଉପହାର, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ସୋମବାର କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାରର ଫଟୋ ଗମ୍ଭୀର…

ସୁପୋଷିତ ଓଡ଼ିଶା ମିଶନ: ୨୧,୫୯୪ ଅଙ୍ଗନୱାଡି କେନ୍ଦ୍ରରେ ସର୍ଭେ କାର୍ଯ୍ୟ ଆରମ୍ଭ

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ମାଧ୍ୟମରେ ରାଜ୍ୟର ୨୧,୫୯୪ଟି ଅଙ୍ଗନୱାଡି କେନ୍ଦ୍ରରେ ଜାତୀୟ ସେବା ଯୋଜନା (NSS)ର ବିଭିନ୍ନ ଶାଖାରେ କାର୍ଯ୍ୟରତ ୪,୩୩୪ ଜଣ ସ୍ବେଚ୍ଛାସେବୀ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଶନିଙ୍କ ଚାଲିବ ଦିଗ ବଦଳ: ୨୦୨୭ରେ କାହା ଉପରେ ଚଢ଼ିବ ସାଢେସାତୀ? କେଉଁ ରାଶି ପାଇବେ ମୁକ୍ତି, ପଢନ୍ତୁ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ସାଢେସାତୀକୁ ଏକ କଠିନ ସମୟ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଏହି ସମୟରେ ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ, ବ୍ୟବସାୟ, ଚାକିରି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

୧୨ ବର୍ଷ ପରେ ସିଂହ ରାଶିରେ ଘଟୁଛି ଅଦ୍ଭୁତ ଘଟଣା: ୨୦୨୭ ଯାଏ ୩ ରାଶି ପାଇଁ ସୁବର୍ଣ୍ଣ ସମୟ, ମାଲାମାଲ ସହ ନୂଆ ଚାକିରି…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଆସନ୍ତା ୩୧ ଅକ୍ଟୋବର ୨୦୨୬ରେ ଗୁରୁ ଗ୍ରହ ଏକ ବଡ଼ ରାଶି ପରିବର୍ତ୍ତନ କରିବେ। ଦିନ ୧୨ଟା ୦୧ ମିନିଟରେ ଗୁରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?