ଲଘୁଚାପ ଘନୀଭୂତ: ଏହି ୪ ଜିଲା ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୮।୫(ଅନୁରାଧା ମହାରଣା):ଦକ୍ଷିଣ-ପଶ୍ଚିମ ମୌସୁମୀ ଆଗେଇବା ପାଇଁ ପାଗ ଅନୁକୂଳ ରହିଛି। ସେହିପରି ଓଡ଼ିଶା ଉପକୂଳ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ବୁଧବାର ରାଜ୍ୟର ୪ ଜିଲା କେନ୍ଦ୍ରାପଡ଼ା, କଟକ, ଯାଜପୁର, ଜଗତ୍‌ସିଂହପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବିଜୁଳି ଘଡ଼ଘଡ଼ି ସହ ଝଟ୍‌କା ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ରହିବ। ଏନେଇ ସମ୍ପୃକ୍ତ ଜିଲାଗୁଡ଼ିକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ୨୬ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହିସବୁ ଜିଲାରେ ବିଶେଷକରି ମଧ୍ୟାହ୍ନରୁ ସନ୍ଧ୍ୟା ପର୍ଯ୍ୟନ୍ତ ଘଡ଼ଘଡ଼ି ସହ ବର୍ଷା ପବନର ଆଶଙ୍କା ରହିଛି। ଅନ୍ୟପଟେ ଲୋକଙ୍କୁ ପାଗ ଉପରେ ନଜର ରଖିବା ସହ ବଜ୍ରପାତ ସମୟରେ ରକ୍ଷା ପାଇବା ପାଇଁ ସୁରକ୍ଷିତ ଆଶ୍ରୟ ନେବାକୁ ଅନୁରୋଧ କରାଯାଇଛି। ଫସଲ ଅମଳ ଉପରେ ଧ୍ୟାନଦେବାକୁ ମଧ୍ୟ ପରାମର୍ଶ ଦିଆଯାଇଛି। ଅନ୍ୟପଟେ ୩୧ ତାରିଖ ପର୍ଯ୍ୟନ୍ତ ଭାରି ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ଏହାର ମୁକାବିଲା ଲାଗି ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆର୍‌ସି) ସମସ୍ତ ଜିଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବିଜୁଳି ଓ ଝଡ଼ବର୍ଷାଜନିତ କ୍ଷୟକ୍ଷତି ସମ୍ପର୍କିତ ରିପୋର୍ଟ ତୁରନ୍ତ ଦାଖଲ କରିବାକୁ କୁହାଯାଇଛି। ଝଡ଼ବର୍ଷା ସମୟରେ ମତ୍ସ୍ୟଜୀବୀମାନଙ୍କୁ ଗଭୀର ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?