ଆସୁଛି ଲଘୁଚାପ, ୬ ତାରିଖ ଯାଏଁ ଏସବୁ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୪।୯: ବଙ୍ଗୋପସାଗରରେ ଗୁରୁବାର ସୁଦ୍ଧା ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହାର ପ୍ରଭାବରେ ଦକ୍ଷିଣ, ଉପକୂଳ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଆସନ୍ତା ୮ ତାରିଖ ରବିବାର ପର୍ଯ୍ୟନ୍ତ ବର୍ଷା ଲାଗି ରହିବ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡଘଡ଼ି ସହ ବର୍ଷା ହେବା ନେଇ ୧୦ଟି ଜିଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି । ଅପରପକ୍ଷରେ, ରାଜ୍ୟରେ ନିଅଣ୍ଟିଆ ବର୍ଷା ସ୍ଥିତି ଜାରି ରହିଛି । ଗତ ଜୁନ୍‍ ମାସ ପହିଲାରୁ ଆଜି ସୁଦ୍ଧା ରାଜ୍ୟରେ ୧୨ ପ୍ରତିଶତ କମ୍‍ ବର୍ଷା ହୋଇଛି । ଏହି ସମୟ ମଧ୍ୟରେ ୧୨ଟି ଜିଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?