୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବା ସହ କ୍ରମଶଃ ଘନୀଭୂତ ହେବ।

ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆସନ୍ତା ୨୧ ତାରିଖ ବେଳକୁ ଏହି ଲଘୁଚାପ କ୍ଷେତ୍ର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତର ରୂପ ନେଇପାରେ। ପରବର୍ତ୍ତୀ ୨୨ ତାରିଖ ବେଳକୁ ଏହା ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଗଭୀର ଅବପାତର ରୂପ ନେବାର ସମ୍ଭାବନା ରହିଛି।

ଏହି ସମୟରେ ଅବପାତଟି ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି ଜାରି ରଖି ଉପକୂଳ ମୁହାଁ ହେବ। ଆସନ୍ତା ୨୩ ତାରିଖ ସକାଳ ବେଳକୁ ଏହା ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳ ନିକଟତର ହେବାର ସମ୍ଭାବନା ରହିଛି।

ସମ୍ଭାବ୍ୟ ପାଣିପାଗ ପରିବର୍ତ୍ତନକୁ ନେଇ ଉପକୂଳବର୍ତ୍ତୀ ଅଞ୍ଚଳରେ ନଜର ରଖାଯାଉଥିବା ବେଳେ ପରବର୍ତ୍ତୀ ସମୟରେ ଏହାର ଗତିପଥ ଓ ତୀବ୍ରତା ସମ୍ପର୍କରେ ଅଧିକ ସ୍ପଷ୍ଟ ଚିତ୍ର ମିଳିପାରିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଟେଶ୍ୱର ବେଳାଭୂମିରେ ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର

ଗଞ୍ଜାମ, ୧୯/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ କଣ୍ଟିଆଗଡ଼ସ୍ଥିତ ବଟେଶ୍ୱର ବେଳାଭୂମିଠାରେ ଶନିବାର ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଗାଈକୁ ବଞ୍ଚାଇବାକୁ ଯାଇ ଓଲଟିଲା ଟୁରିଷ୍ଟ ବସ୍: ୧୫ରୁ ଊର୍ଦ୍ଦ୍ବ ଗୁରୁତର

ନୀଳଗିରି, ୧୯।୯, (ପ୍ରଶାନ୍ତ କୁମାର ବିଶ୍ବାଳ): ଶେରଗଡ଼ ନୀଳଗିରି ଦେଇ ମୟୁରଭଞ୍ଜକୁ ସଂଯୋଗ କରୁଥିବା ୧୯ନଂ ରାଜ୍ୟ ରାଜପଥର ଗୁହିରା ଏବଂ ଛତ୍ରପୁର ମଝି ରାସ୍ତା ଭୁଡୁରୁବଣି…

ଡେଙ୍ଗୁ ରୋଗୀଙ୍କ ପାଇଁ ହସ୍ପିଟାଲରେ ମିଳୁନି ସ୍ଥାନ, ଚଟାଣରେ ଚାଲିଛି ଚିକିତ୍ସା; ୧୮ ଦିନରେ ୭୯ ମୃତ୍ୟୁ

ଢାକା,୧୯।୯: ବର୍ତ୍ତମାନ ବାଂଲାଦେଶ ଏକ ଭୟଙ୍କର ଡେଙ୍ଗୁ ପ୍ରକୋପର ସାମ୍ନା କରୁଛି। ରାଜଧାନୀ ଢାକା ଏବଂ ଏହାର ଆଖପାଖ ଅଞ୍ଚଳରେ ଏହି ରୋଗ ଦ୍ରୁତ ଗତିରେ ବ୍ୟାପୁଥିବାରୁ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?