୧୯ରେ ଲଘୁଚାପ, ଶୁକ୍ରବାରଠାରୁ ବଢ଼ିବ ବର୍ଷା: ସମ୍ଭାବ୍ୟ ବାତ୍ୟାକୁ ନେଇ ଆଇଏମ୍‌ଡି ଡିଜି କହିଲେ…

ଭୁବନେଶ୍ୱର, ୧୭ା୯(ବନ୍ଦନା ସେଠୀ):ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ ସନ୍ଧ୍ୟାରେ ଘୂର୍ଣ୍ଣିବଳୟ ଉତ୍ତର ଆଣ୍ଡାମାନ ସାଗର ଉପରେ ପହଞ୍ଚତ୍ବା ପରେ ୧୯ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି। ଲଘୁଚାପ ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ ଗତିକରି ୨୩ ତାରିଖ ମଧ୍ୟରେ ଏହା ଉପକୂଳ ଛୁଇଁବ। ତେଣୁ ଏହା ପ୍ରଭାବରେ ରାଜ୍ୟରେ ପ୍ରବଳକୁ ଅତି ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ ଚଳିତ ମାସରେ ଓଡ଼ିଶାରେ ବାତ୍ୟା ହେବାକୁ ନେଇ ବିଭିନ୍ନ ପାଣିପାଗ ମଡେଲ ଆକଳନ କରିଥିବାବେଳେ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ସମ୍ଭାବ୍ୟ ବାତ୍ୟା ନେଇ କୌଣସି ଆକଳନ ହୋଇନାହିଁ। ଲଘୁଚାପ କ୍ଷେତ୍ର ସୃଷ୍ଟିହେବା ପୂର୍ବରୁ ବାତ୍ୟା ଆକଳନ କରିବା ଠିକ୍‌ ନୁହେଁ। ବାତ୍ୟା ଆକଳନରେ ଆଇଏମ୍‌ଡି ବିଶ୍ୱରେ ଅଦ୍ୱିତୀୟ। ତେଣୁ କୌଣସି ସଂସ୍ଥାର ବାତ୍ୟା ଆକଳନରେ ଆତଙ୍କିତ ନ ହେବାକୁ ଆଇଏମ୍‌ଡି ଡିଜି ପରାମର୍ଶ ଦେଇଛନ୍ତି। ଲଘୁଚାପ ପ୍ରଭାବରେ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ସେ ସୂଚନା ଦେଇଛନ୍ତି।
ସେହିପରି ପାଣିପାଗ ବିଶେଷଜ୍ଞ ଶରତ ସାହୁ କହିଛନ୍ତି, ଏବେ ବାତ୍ୟା ହେବା ଭଳି ସ୍ଥିତି ନାହିଁ। ସୃଷ୍ଟିହେବାକୁ ଥିବା ଲଘୁଚାପ ଆଗକୁ ଅବପାତର ରୂପ ନେଇପାରେ, ମାତ୍ର ବାତ୍ୟା ନ ହୋଇପାରେ। ବିଭିନ୍ନ ମଡେଲରେ ବାତ୍ୟାକୁ ନେଇ ହେଉଥିବା ଆକଳନ ଏବେ ସମ୍ପୂର୍ଣ୍ଣ ଠିକ୍‌ ନୁହେଁ। ୨୪ ତାରିଖ ପରେ ହିଁ ବାତ୍ୟା ନେଇ ସ୍ପଷ୍ଟତା ଆସିବ। ସେହିପରି ଯଦି ବାତ୍ୟା ସୃଷ୍ଟି ହୁଏ, ତେବେ ତାହାର ପ୍ରଭାବ ବହୁତ କମ୍‌ ରହିବ। ଏହା ଚଳିତ ମୌସୁମୀର ଲେଉଟାଣି ସମୟ। ଏହାପରେ ଆଉ ମନ୍‌ସୁନ୍‌ ସିଷ୍ଟମ୍‌ ହେବ ନାହିଁ। ତେଣୁ ହେବାକୁ ଥିବା ଲଘୁଚାପ ଅବପାତ କିମ୍ବା ଗଭୀର ଅବପାତର ରୂପ ନେଇପାରେ, ମାତ୍ର ବାତ୍ୟା ନେଇ ସେତେଟା ସ୍ପଷ୍ଟତା ନାହିଁ। ସେପ୍ଟେମ୍ବର ପରେ କୌଣସି ଲଘୁଚାପ ସୃଷ୍ଟି ହେଲେ ତାହା ବାତ୍ୟାର ରୂପ ନେଇପାରେ ବୋଲି ଶରତ କହିଛନ୍ତି।
ଅନ୍ୟପକ୍ଷରେ ଘୂର୍ଣ୍ଣିବଳୟ ପାଇଁ ପୁଣି ରାଜ୍ୟରେ ବର୍ଷା ଆରମ୍ଭ ହୋଇଛି। ଗୁରୁବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ଘଡ଼ଘଡ଼ି ସହ ଝଡ଼ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏଥିସହ ରାଜ୍ୟର ବିଭିନ୍ନ ଜିଲାରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହେବା ନେଇ ସୂଚନା ଦିଆଯାଇଛି। ଶୁକ୍ରବାରଠାରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଶୁକ୍ରବାର ବିଶେଷକରି ବାଲେଶ୍ୱର, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ତେବେ ଏହା ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇଥିବା ଲକ୍ଷ୍ୟ କରାଯାଇଛି। ବୁଧବାର ଢେଙ୍କାନାଳରେ ସର୍ବାଧିକ ୩୬.୧ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ଚାନ୍ଦବାଲି ୩୬ ଡିଗ୍ରୀ, ଝାରସୁଗୁଡା ୩୫.୬ ଡିଗ୍ରୀ, ଟିଟିଲାଗଡ଼ ଓ ଭଦ୍ରକରେ ୩୫.୫ ଡିଗ୍ରୀ, ପୁରୀ ୩୫.୪ ଡିଗ୍ରୀ, ବାରିପଦା ଓ ପାରଳାଖେମୁଣ୍ଡିରେ ୩୫.୨ ଡିଗ୍ରୀ, ଅନୁଗୋଳ ୩୫.୧ ଡିଗ୍ରୀ, ତାଳଚେର ଓ ନୟାଗଡ଼ରେ ୩୫ ଡିଗ୍ରୀ ରହିଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରରେ ଡପ୍‌ଲର ୱେଦର ରାଡାରର ଉଦ୍‌ଘାଟନ

ସମ୍ବଲପୁର, ୧୭ା୯ (ପ୍ରମୋଦ ବହିଦାର): ପବିତ୍ର ନୂଅଁାଖାଇ ଉତ୍ସବ ଅବସରରେ ସମ୍ବଲପୁରରେ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ିହୋଇଛି। କେନ୍ଦ୍ର ବିଜ୍ଞାନ ଓ…

ରାଉରକେଲାରେ ଲଜ୍ଜା! ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଯୌନ ଉତ୍ପୀଡ଼ନ, ଦେହରେ କ୍ଷତବିକ୍ଷତ ଚିହ୍ନ; ଖୋଳତାଡ଼ କରୁଛି…

ରାଉରକେଲା, ୧୬।୯ (ସଙ୍ଗୀତା ଜେନା): ରାଉରକେଲା ସେକ୍ଟର-୩ ଥାନା ଅନ୍ତର୍ଗତ ସେକ୍ଟର-୨ ଏନ୍‌ଏସି ମାର୍କେଟ ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କ ସହ ଯୌନ ଉତ୍ପୀଡ଼ନ ହୋଇଥିବା…

ବାତ୍ୟା ଆକଳନ ହୋଇନି, ଆତଙ୍କିତ ହୁଅନ୍ତୁ ନାହିଁ

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ…

ଛାତ୍ର ଆନ୍ଦୋଳନ ଆଗରେ ନଇଁଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ! ପ୍ରକାଶ ପାଇଲା ସଂଶୋଧିତ ମାର୍କସିଟ୍, ବଢ଼ିଲା ଯୁକ୍ତ ୩ ପାସ୍ ହାର

ଭଞ୍ଜନଗର, ୧୬।୯ (ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳକୁ ନେଇ ସୃଷ୍ଟି ହୋଇଥିବା ଅସନ୍ତୋଷ ଶେଷରେ ଥମିବାରେ…

ଗ୍ଲୋବାଲ୍‌ CEO ରାଉଣ୍ଡଟେବୁଲ୍‌ ବୈଠକରେ ବଡ଼ ଘୋଷଣା କଲେ ମୋଦି, ୧ କୋଟି ଲୋକଙ୍କୁ…

ନୂଆଦିଲ୍ଲୀ,୧୬।୯: ‘ସେବା ତୀର୍ଥ’ରେ ବିଶ୍ୱର ପ୍ରମୁଖ ସେମିକଣ୍ଡକ୍ଟର କମ୍ପାନୀଗୁଡ଼ିକର CEOଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦେଶର ବୈଷୟିକ ଭବିଷ୍ୟତ ଗଠନ…

କନ୍ନଡ ଅଭିନେତା ଅନନ୍ତ ନାଗ୍‌ ପାଇବେ ଦାଦା ସାହେବ ଫାଲ୍‌କେ ଆୱାର୍ଡ

ନୂଆଦିଲ୍ଲୀ,୧୬।୯: ଭାରତୀୟ ସିନେମାରେ ନିଜର ଦୀର୍ଘ ଓ ସ୍ମରଣୀୟ ଅବଦାନ ପାଇଁ ଦାଦାସାହେବ ଫାଲ୍‌କେ ପୁରସ୍କାର ପାଇବେ କନ୍ନଡ଼ ସିନେମାର ଭେଟେରାନ୍‌ ଅଭିନେତା ଅନନ୍ତ ନାଗ ।…

ବଡ଼ଖେମୁଣ୍ଡି ରାଜକୁମାର ମୋହନ ପ୍ରସାଦ ଦେବଙ୍କ ପରଲୋକ; ରାଜ ଶ୍ମଶାନରେ ହେଲା ଅନ୍ତିମ ସଂସ୍କାର, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ବଡ଼ଖେମୁଣ୍ଡି ରାଜକୁମାର ମୋହନ ପ୍ରସାଦ ଦେବଙ୍କ ଦେହାନ୍ତ ହୋଇଛି । ଗଞ୍ଜାମ ଜିଲାର ତତ୍କାଳୀନ ବଡ଼ଖେମୁଣ୍ଡି ରାଜ୍ୟର ଶେଷ ସମ୍ରାଟ ରାଜା ରାମଚନ୍ଦ୍ର…

ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲରୁ ଧମକ, ବିକ୍ରମ ପଣ୍ଡାଙ୍କ ନାଁରେ ପୁଣି ମାମଲା

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ ): ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ପୁଣି ବଢ଼ିଲା ଅଡୁଆ । ଜେଲରେ ରହିଥିବା ସମୟରେ ମୃତ ଭାଜପା ନେତା ତଥା ଆଇନଜୀବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?