ବଙ୍ଗୋପସାଗରରେ ଲଘୁଚାପ: କାଲିଠାରୁ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୭ା୮(ଅନୁରାଧା ମହାରଣା):ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ହେଉଛି। ତେବେ ଆସନ୍ତା ୧୮ ତାରିଖ ବେଳକୁ ଉତ୍ତରପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ୧୭ ତାରିଖରେ ବିଭିନ୍ନ ଜିଲାକୁ ବର୍ଷା ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଥିବାବେଳେ ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ୨୦ ତାରିଖ ପର୍ଯ୍ୟନ୍ତ ମସତ୍‌ୟଜୀବୀମାନେ ଉପକୂଳ, ପଶ୍ଚିମ କେନ୍ଦ୍ରୀୟ ଏବଂ ଉତ୍ତର ପଶ୍ଚିମ ବଙ୍ଗୋପସାଗର ସହିତ ଗଭୀର ସମୁଦ୍ରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।
ରବିବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲାରେ ପ୍ରବଳ ବର୍ଷା ହେବ। ଏଥିସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବାର ସମ୍ଭାବନା ରହିଥିବାବେଳେ ବଜ୍ରପାତ ପାଇଁ ସତର୍କ ସୂଚନା ଦିଆଯାଇଛି। ୧୮ରୁ ବର୍ଷା ବଢ଼ିବା ସମ୍ଭାବନା ଥିବାବେଳେ କୋରାପୁଟ ଓ ମାଲକାନଗିରିକୁ ଅରେଞ୍ଜ ଓ୍ବାର୍ନିଂ ରହିଛି। ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ା ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri