ବଙ୍ଗୋପସାଗରରେ ଲଘୁଚାପ: କାଲିଠାରୁ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୭ା୮(ଅନୁରାଧା ମହାରଣା):ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ହେଉଛି। ତେବେ ଆସନ୍ତା ୧୮ ତାରିଖ ବେଳକୁ ଉତ୍ତରପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ୧୭ ତାରିଖରେ ବିଭିନ୍ନ ଜିଲାକୁ ବର୍ଷା ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଥିବାବେଳେ ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ୨୦ ତାରିଖ ପର୍ଯ୍ୟନ୍ତ ମସତ୍‌ୟଜୀବୀମାନେ ଉପକୂଳ, ପଶ୍ଚିମ କେନ୍ଦ୍ରୀୟ ଏବଂ ଉତ୍ତର ପଶ୍ଚିମ ବଙ୍ଗୋପସାଗର ସହିତ ଗଭୀର ସମୁଦ୍ରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।
ରବିବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲାରେ ପ୍ରବଳ ବର୍ଷା ହେବ। ଏଥିସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବାର ସମ୍ଭାବନା ରହିଥିବାବେଳେ ବଜ୍ରପାତ ପାଇଁ ସତର୍କ ସୂଚନା ଦିଆଯାଇଛି। ୧୮ରୁ ବର୍ଷା ବଢ଼ିବା ସମ୍ଭାବନା ଥିବାବେଳେ କୋରାପୁଟ ଓ ମାଲକାନଗିରିକୁ ଅରେଞ୍ଜ ଓ୍ବାର୍ନିଂ ରହିଛି। ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ା ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସିମନବାଡିରେ ଅଜବ ପରାମ୍ପରା: ବିଶ୍ୱାସ ରହିଛି ଏମିତି କଲେ ଦୂର ହୁଏ ରୋଗ ପିଡା

ଦାରିଙ୍ଗବାଡି, ୧୭ ।୩ (ଅରୁଣ ସାହୁ ): ବିଶ୍ୱାସ ଅନେକ ଦୁଃଖକୁ ଦୂର କରିବା ନଜିର ରହିଛି। ରୋଗ ବ୍ୟାଧି ହେଉ କି ହାଡଫୁଟି, ବସନ୍ତ ଭଳି…

ଯୁଦ୍ଧ ହେବ ଆହୁରି ଭୟଙ୍କର! ଶପଥ ନେଲାଣି ଇରାନ, କହିଲା ‘ଶହୀଦଙ୍କ ରକ୍ତ ବେକାର ଯିବନି’

ତେହରାନ୍‌,୧୭।୩: ଇରାନୀ ନୌସେନା କମାଣ୍ଡର ରିଅର ଆଡମିରାଲ ଶାହରାମ ଇରାନୀ ଆମେରିକା ବିରୁଦ୍ଧରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରତିଜ୍ଞା କରିଛନ୍ତି। ସେ କହିଛନ୍ତି ଯେ ଇରାନୀ…

କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ: ‘ହୁଇପ୍‌’କୁ ନ ମାନି …

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ଏପ୍ରିଲରୁ ବଢ଼ିପାରେ କାର- ଟିଭି ଏବଂ ଏସିର ଦାମ୍! ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୭।୩: ଏପ୍ରିଲ୍ ମାସଠାରୁ ଅନେକ ଅତ୍ୟାବଶ୍ୟକୀୟ ଜିନିଷର ମୂଲ୍ୟ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏହି ତାଲିକାରେ କାର, ଦୁଇ ଚକିଆ ଯାନ, ଟେଲିଭିଜନ, ରେଫ୍ରିଜରେଟର…

୫ ପ୍ରତିଶତ ବଢିଲା DA: ମାଲାମାଲ ସରକାରୀ କର୍ମଚାରୀ

ଅଗରତାଲା,୧୭।୩: କେନ୍ଦ୍ର ସରକାରଙ୍କ ପକ୍ଷରୁ ସାରା ଦେଶରେ ଅଷ୍ଟମ ବେତନ କମିଶନ ଲାଗୁ କରିବା ପାଇଁ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା ଏବେ ଜୋରଦାର ଚାଲିଛି। ଏହି ମଧ୍ୟରେ…

ସିରିଜ୍‌ ଦୁର୍ଘଟଣା: ୪ ଘଣ୍ଟାରୁ ଅଧିକ ସମୟ ଧରି ଭିତରେ ଚାପି ହୋଇ ରହିଲେ ଡ୍ରାଇଭର, ଘଟଣାସ୍ଥଳରେ…

ଭଦ୍ରକ, ୧୭।୩(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ୧୬ ନମ୍ବର ଜାତୀୟ ରାଜପଥ ଅସୁରା ଛକରେ ସୋମବାର ବିଳମ୍ବିତ ରାତିରେ ସିରିଜ୍‌ ଦୁର୍ଘଟଣା ଘଟିଛି । ଟ୍ରକ୍‌କୁ…

ମହାପ୍ରଭୁଙ୍କ ଦର୍ଶନ ପରେ ସବୁ ଖୋଲି କହିଦେଲେ ଦିଲୀପ ରାୟ: କହିଲେ, ବିଜେଡି ବିଧାୟକଙ୍କ ସହ ମୋର…

ପୁରୀ,୧୭।୩: ୧୨ ବର୍ଷ ବ୍ୟବଧାନରେ ଓଡ଼ିଶାରେ ହୋଇଛି ରାଜ୍ୟ ସଭା ନିର୍ବାଚନ । ୪ଆସନ ଲାଗି ସୋମବାର ଅନୁଷ୍ଠିତ ନିର୍ବାଚନରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ପ୍ରତିଶ୍ରୁତି ଦେଲା ଇରାନ, କହିଲା ‘ତୁମେ ଆମ ପାଇ ଗୁରୁତ୍ୱପୂର୍ଣ୍ଣ, ସେଥିପାଇଁ…’

ତେହରାନ୍‌/ନୂଆଦିଲ୍ଲୀ,୧୭।୩: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଭାରତୀୟ ଜାହାଜ ପାର ହେବା ସମ୍ପର୍କରେ ସୂଚନା ଜାରି କରିଛି। ଇରାନ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri