ବଙ୍ଗୋପସାଗରରେ ଲଘୁଚାପ: ଏସବୁ ଜିଲାରେ ୫ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ବଜ୍ରପାତ ସମ୍ଭାବନା; ଚେତାଇଲା…

ଭୁବନେଶ୍ୱର,୨୩ା୭(ଅନୁରାଧା ମହାରଣା): ଦକ୍ଷିଣ ଚାଇନା ସାଗରରେ ସୃଷ୍ଟ ବାତ୍ୟା ‘ୱିଫା’ର ଅବଶିଷ୍ଟାଂଶ ଘୂର୍ଣ୍ଣିବଳୟ ରୂପରେ ବୁଧବାର ବଙ୍ଗୋପସାଗରରେ ପ୍ରବେଶ କରିଛି। ଏହାର ପ୍ରଭାବରେ ସୃଷ୍ଟି ହୋଇଥିବା ଲଘୁଚାପ ଆଗକୁ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ। ଫଳରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ୨୮ ତାରିଖ ପର୍ଯ୍ୟନ୍ତ ବର୍ଷା ଆଶଙ୍କା ରହିଥିବାବେଳେ ଗୁରୁବାରଠାରୁ ବର୍ଷାର ପ୍ରଭାବ ବଢ଼ିବ ବୋଲି ଆକଳନ କରାଯାଇଛି। ବୁଧବାର କଟକ ଓ ଭୁବନେଶ୍ୱର ସମେତ ରାଜ୍ୟର ଅନ୍ୟାନ୍ୟ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ଗୁରୁବାର ସୁଦ୍ଧା ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇ ଲଘୁଚାପ କ୍ଷେତ୍ର ଆଗକୁ ବଢ଼ିବ, ଯାହାର ପ୍ରଭାବରେ ଜୁଲାଇ ୨୪ ଓ ୨୫ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତର ଆଶଙ୍କା ରହିଛି। ଗୁରୁବାର କୋରାପୁଟ, ମୟୂରଭଞ୍ଜ, ନବରଙ୍ଗପୁର, ଗଜପତି, କେନ୍ଦୁଝର, ମାଲକାନଗିରିରେ ଅତି ପ୍ରବଳ ବର୍ଷା ହେବ। ସେହିପରି ସୁନ୍ଦରଗଡ଼, ଦେବଗଡ଼, ଢେଙ୍କାନାଳ, ଅନୁଗୋଳ, ବାଲେଶ୍ୱର, କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳ ଜିଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବୋହିବା ସାଙ୍ଗକୁ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି। ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବା ଆଶଙ୍କା ଥିବାରୁ ଆସନ୍ତା ୫ଦିନ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବା ପାଇଁ ବାରଣ କରାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ସୂଚନାନୁସାରେ ଜୁନ ୧ରୁ ୨୩ ତାରିଖ ମଧ୍ୟରେ ୫୧୪.୨ ମିଲିିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ସ୍ବାଭାବିକ ବର୍ଷା ୪୫୮.୮ ମିଲିମିଟରରୁ ଏହା ଯଥେଷ୍ଟ ଅଧିକ। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୨% ଅଧିକ ବର୍ଷା ହୋଇଥିବା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ଓଭରବ୍ରିଜ ନିକଟରେ ପଡ଼ିଛି ମୃତଦେହ: ବଢ଼ୁଛି ସନ୍ଦେହ

କେନ୍ଦୁଝର, ୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ-୨୦ର ରାଇସୁଆଁ ରେଳ ଓଭରବ୍ରିଜ ନିକଟରୁ ସଦର ପୋଲିସ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ…

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri