ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷୁଛି। ଜୁଲାଇ ୧୪ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଶୁକ୍ରବାର ୧୦ ଜିଲା ଯଥା ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ ଏବଂ ବୌଦ୍ଧ ଜିଲାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଏହି ସମୟରେ ଘଣ୍ଟା ପ୍ରତି ୩୦ ରୁ ୪୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେହିପରି ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲା, ଶନିବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ ଏବଂ ବଲାଙ୍ଗୀର ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି।
ଏପଟେ ଗୁରୁବାର ନୟାଗଡ଼ରେ ସର୍ବାଧିକ ତାପମାତ୍ରା ୩୫.୫ ଡିଗ୍ରୀ ରେକର୍ଡ ହୋଇଥିବାବେଳେ ଦାରିଙ୍ଗବାଡିରେ ସର୍ବନିମ୍ନ ତାପମାତ୍ରା ୨୭ ଡିଗ୍ରୀ ଛୁଇଁଥିଲା। ସେହିପରି ନବରଙ୍ଗପୁରରେ ୨୭.୫ ଡିଗ୍ରୀ, ମାଲକାନଗିରିରେ ୨୯.୨ ଡିଗ୍ରୀ, ସୁନ୍ଦରଗଡ଼ରେ ୨୯.୫ ଡିଗ୍ରୀ, ପାରାଦୀପରେ ୨୯.୮ ଡିଗ୍ରୀ ଓ କେନ୍ଦୁଝରରେ ୨୯.୯ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ପରେ ପ୍ରତାରଣା ଦେଲେ କହ୍ନେଇ: ବିଧବାଙ୍କୁ ବଳାତ୍କାର ପରେ…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ପୋଲିସ କହ୍ନେଇ ମହାନ୍ତି(୨୬) ନାମକ ଜଣେ ଯୁବକଙ୍କୁ ବଳାତ୍କାର ଓ ଠକେଇ ମାମଲାରେ ଗିରଫ କରି…

ଅସନ୍ତୋଷ ଘେରରେ ଜିଲାପାଳଙ୍କ ଜନଶୁଣାଣି:ଘଣ୍ଟା ଘଣ୍ଟା ଅପେକ୍ଷା ପରେ ବି ସମସ୍ୟା ସମାଧାନ ନେଇ…

କୁନ୍ଦୁରା,୧୨।୧୦ ସନ୍ତୋଷ ପ୍ରହରାଜ: କୋରାପୁଟ ଜିଲାର କୁନ୍ଦୁରା ବ୍ଲକରେ ଅନୁଷ୍ଠିତ ଜିଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରକୁ ନେଇ ଅସନ୍ତୋଷ ଦେଖାଦେଇଛି। ନିର୍ଦ୍ଧାରିତ ସମୟରେ ଶିବିର…

୧୫୦ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ଦ୍ୱିତୀୟଥର ଘଟିଲା ଏହି ଘଟଣା: ବିରଳ ରେକର୍ଡ କଲେ ଏହି ବ୍ୟାଟ୍ସମ୍ୟାନ୍‌

ଡର୍ବାନ,୧୨।୧୦:ଟେଷ୍ଟ କ୍ରିକେଟ୍‌ରେ ବେଳେବେଳେ ଏପରି କିଛି ବିରଳ ରେକର୍ଡ ଦେଖିବାକୁ ମିଳେ, ଯାହା କ୍ରିକେଟ୍‌ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଡର୍ବାନର କିଙ୍ଗ୍ସମିଡ…

ସେବା ସେତୁରେ ଲୋକଙ୍କ ଗୁହାରି ଶୁଣିଲା ପ୍ରଶାସନ, ସମାଧାନର ଭରସା ଦେଲେ ଅଧିକାରୀ

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ ଅନ୍ତର୍ଗତ ଖିରେଇଟାଙ୍ଗିରୀ ପଞ୍ଚାୟତ ପରିସରରେ ସୋମବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ…

ମୁହଁତୋଡ ଜବାବ ଦେଲେ କ୍ୟାଟ୍ରିନା: କହୁ କହୁ କହିଦେଲେ…

ପୁଣି ଚର୍ଚ୍ଚାରେ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌। ଓଜନ ବୃଦ୍ଧିକୁ ନେଇ ସୋସିଆଲ ମିଡିଆରେ ଟ୍ରୋଲ ହେବାପରେ ଏବେ ସେ ନିଜ ଷ୍ଟାଇଲିସ ଲୁକକୁ ନେଇ ସାଉଁଟିଛନ୍ତି…

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍‌ ଜଗତରେ ଖେଳିଗଲା…

ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା…

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

୧୩ରେ ଲଘୁଚାପ: ପାଣିପାଗ ବିଭାଗ କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?