୩ରେ ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୮(ଅନିଲ ଦାସ): ଉତ୍ତର ପୂର୍ବ ବଙ୍ଗୋପସାଗରରେ ବୁଧବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୩ ତାରିଖରେ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ପ୍ରଭାବରୁ ସେପ୍ଟେମ୍ବର ୨ରୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ୩ ଓ ୪ରେ ଉତ୍ତର ଓଡ଼ିଶା ସମେତ ପଶ୍ଚିମ ଏବଂ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ ସେପ୍ଟେମ୍ବର ୧ରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଦେବଗଡ଼,ଅନୁଗୋଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଗଜପତି, କଳାହାଣ୍ଡି, ବଲାଙ୍ଗୀର ଓ ନୂଆପଡ଼ାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲାପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

ସେହିପରି ୨ ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲାର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ୩ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ନୟାଗଡ଼, ଗଞ୍ଜାମ, କଳାହାଣ୍ଡି, ରାୟଗଡ଼ା ଓ ଗଜପତି ଆଦିଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ମାଲକାନଗିରି, କୋରାପୁଟ, ପୁରୀ, ଜଗତସିଂହପୁର, ଢେଙ୍କାନାଳ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା ଓ କଟକ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ଏ ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ-ଡିଜେଲ ଶସ୍ତା କଲେ ସରକାର, ହ୍ରାସ ହେଲା ଉତ୍ପାଦ ଶୁଳ୍କ, ଜାଣନ୍ତୁ ପ୍ରତି ଲିଟର କେତେ…

ନୂଆଦିଲ୍ଲୀ,୨୭ା୩: ଆମେରିକା-ଇରାନ ଯୁଦ୍ଧ ଯୋଗୁ ଦେଶବ୍ୟାପୀ ଇନ୍ଧନ ମୂଲ୍ୟ ବୃଦ୍ଧିର ଆଶଙ୍କାକୁ ଦୃଷ୍ଟିରେ ରଖି ଭାରତ ସରକାର ପେଟ୍ରୋଲ ଏବଂ ଡିଜେଲ ଉଭୟ ଉପରେ ଅତିରିକ୍ତ ଉତ୍ପାଦ…

ସିକ୍ରେଟ କ୍ୟାବିନରେ ଚାଲାଣ ହେଉଥିଲା ୧୮୭ କେଜି ଗଞ୍ଜେଇ, ମାଡ଼ିବସିଲା ସୁବଳୟା ପୋଲିସ

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ପୋଲିସ ଗୁରୁବାର ସୋନପୁର-ବୀରମହାରାଜପୁର ରାସ୍ତାର ଦୁରଦୁରା ନର୍ସରୀ ନିକଟରୁ ଏକ ପିକଅପରେ ଚାଲାଣ ହେଉଥିବା ୧୮୭ କେଜି ଗଞ୍ଜେଇ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ଗାଁଦାଣ୍ଡରେ ଯୁବକଙ୍କୁ ପିଟି ହତ୍ୟା

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ହୋଇଛନ୍ତି…

ବଡ଼ବଡ଼ିଆ ଜବରଦଖଲକାରୀଙ୍କ ବଦଳରେ ଗରିବଙ୍କ କୁଡ଼ିଆ ଉଚ୍ଛେଦ, ପ୍ରତିବାଦରେ ତାତିଲେ ଲୋକେ

ବରଗଡ଼,୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଅଭିଯାନ ଚାଲିଛି। ଏହି କ୍ରମରେ ବୁଲଡୋଜର ପର୍ଯ୍ୟାୟକ୍ରମେ ସହରର ଗୋଟିଏ ସ୍ଥାନରୁ ଅନ୍ୟ ଜବରଦଖଲ ସ୍ଥାନକୁ ମାଡ଼ି ବସିଛି।…

ସୃଜନଶୀଳତାକୁ ପ୍ରାଧାନ୍ୟ

ଖୋର୍ଦ୍ଧାସ୍ଥିତ ଆର୍ଯ୍ୟବର୍ତ୍ତ ଆନ୍‌ସିଏଣ୍ଟ ଏକାଡେମୀ (ଏଏଏ)ର ପ୍ରିନ୍ସିପାଲ ଭାବେ ଡ. ଦୀପ୍ତିମୟୀ ମହାନ୍ତି କାର୍ଯ୍ୟରତ ଥିବାବେଳେ ତାଙ୍କର ଶିକ୍ଷାକ୍ଷେତ୍ରରେ ୩୦ ବର୍ଷର ଅଭିଜ୍ଞତା ରହିଛି। ଅବିରତ ଉତ୍ସାହ…

ବଚସା ହେଲା କାଳ…ସ୍ତ୍ରୀକୁ ସିଲିଣ୍ଡର ଛେଚି ହତ୍ୟା କଲେ ସ୍ବାମୀ

ଚଣ୍ଡିଗଡ଼,୨୭।୩: ହରିୟାଣାର ଗୁରୁଗ୍ରାମ ଜିଲାରୁ ଏକ ହୃଦୟ ବିଦାରକ ରିପୋର୍ଟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁସାରେ, ଗୁରୁଗ୍ରାମର ଚୌମା ଗାଁରେ, ଗୁଞ୍ଜନ ନାମକ ଜଣେ ୨୨ ବର୍ଷୀୟା…

କାହିଁକି ପଛଘୁଞ୍ଚା ଦେଲେ ଟ୍ରମ୍ପ, କହିଦେଲେ ଏହି ବଡ଼ କାରଣ

ଓ୍ବାଶିଂଟନ,୨୭ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୧୦ ଦିନ ପାଇଁ ଯୁଦ୍ଧ ବିରତି ଘୋଷଣା କରିଛନ୍ତି। ତେବେ ଟ୍ରମ୍ପ କାହିଁକି ଏପରି ନିଷ୍ପତ୍ତି ନେଇଛନ୍ତି ସେନେଇ ସୋସିଆଲ…

ଭାରତ୍ତୋଳନରେ ଦୀପାରାଣୀଙ୍କୁ ରୌପ୍ୟ

ଚିକିଟି, ୨୭ା୩ (ପ୍ରକାଶ ଚନ୍ଦ୍ର ସାହୁ ): ଛତିଶଗଡ ରାଇପୁର ସ୍ଥିତ ପଣ୍ଡିତ ରବି ଶଙ୍କର ବିଶ୍ୱ ବିଦ୍ୟାଳୟର ଖେଳ ପଡ଼ିଆ ପରିସରରେ ଗୁରୁବାର ଜାତୀୟସ୍ତରୀୟ ଉଦ୍‌ଘାଟିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri