୪୮ ଘଣ୍ଟାରେ ଲଘୁଚାପ

ଭୁବନେଶ୍ୱର,୧ା୯(ଅନିଲ ଦାସ)-ବର୍ଷାକୁ ଅନାଇ ଚାଷ ଉଜୁଡ଼ିବାକୁ ବସିଲାଣି। ଏମିତି ପରିସ୍ଥିତିରେ ଆସନ୍ତା ୩ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେବାକୁ ଥିବା ଘୂର୍ଣ୍ଣିବଳୟ ଚାଷୀଙ୍କ ମନରେ ଆଶାସଞ୍ଚାର କରିଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୩ ତାରିଖରୁ ରାଜ୍ୟରେ ପାଗ ପରିବର୍ତ୍ତନ ହେବ। ବର୍ଷା ପରିମାଣ ବଢ଼ିବ। ତେବେ ୩ ଓ ୪ ତାରିଖରେ ରାଜ୍ୟର କେତେକ ଜିଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ।