ଲଘୁଚାପ: ୩ ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୦।୯(ଅନିଲ ଦାସ): ଉତ୍ତର-ପଶ୍ଚିମ ଓ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଘନୀଭୂତ ହେବାରୁ ଏହାର ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳରେ ମଙ୍ଗଳବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏଥିଯୋଗୁ ଆସନ୍ତା ୩ ଦିନ ଯାଏ ରାଜ୍ୟର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ଏ ନେଇ ସତର୍କ ସୂଚନା ଜାରି କରାଯାଇଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁସାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର ଓ ପୁରୀ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ସେହିପରି ଯାଜପୁର, କଟକ, ଖୋର୍ଦ୍ଧା, ଗଞ୍ଜାମ, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, କନ୍ଧମାଳ ଓ କଳାହାଣ୍ଡି ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିସବୁ ଜିଲା ପାଇଁ ୟେଲୋ ୱାର୍ନିଂ ଜାରି କରାଯାଇଛି।
ସେହିପରି ୨୧ ତାରିଖରେ କଳାହାଣ୍ଡି, କନ୍ଧମାଳ, ସୋନପୁର, ବଲାଙ୍ଗୀର, ବୌଦ୍ଧ, ସମ୍ବଲପୁର, ଅନୁଗୋଳ, ବରଗଡ଼ ଏବଂ ଝାରସୁଗୁଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲା ପାଇଁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କଟକ, ସୁନ୍ଦରଗଡ଼, ଦେବଗଡ଼, ନୂଆପଡ଼ା, ନବରଙ୍ଗପୁର, ରାୟଗଡ଼ା ଏବଂ ଗଞ୍ଜାମ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲା ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୨୩ ତାରିଖରେ ମଧ୍ୟ କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।
ଲଘୁଚାପ ଯୋଗୁ ରାଜ୍ୟରେ ମେଘୁଆ ପାଗ ସହ ବର୍ଷା ଲାଗି ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ, କେନ୍ଦୁଝରରେ ୭ ସେଣ୍ଟିମିଟର ବର୍ଷା ହୋଇଥିବା ବେଳେ ଖରିଆରରେ ୬, କୋରାପୁଟ ୬, ଗଞ୍ଜାମ ୫, ଗଜପତି ୫, ଅନୁଗୋଳ ୫, ରାୟଗଡ଼ା ୫, ମୟୂରଭଞ୍ଜ ୪ ଏବଂ ବାଲେଶ୍ୱରରେ ୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।
ଭାରତୀୟ ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ରାଜ୍ୟରେ ଜୁନ୍‌ ପହିଲାରୁ ସେପ୍ଟେମ୍ବର ୧୯ ମଧ୍ୟରେ ସ୍ବାଭାବିକ ଭାବେ ୧୦୮୪.୨ ମିଲିମିଟର ବର୍ଷା ହେବାକୁ ଥିବାବେଳେ ହୋଇଛି ୧୦୧୭.୬ ମିଲିମିଟର। ରାଜ୍ୟର ୩୦ ଜିଲାରୁ ୨୪ ଜିଲାରେ ସ୍ବାଭାବିକ ବର୍ଷା ହୋଇଥିବା ବେଳେ ୨ ଜିଲାରେ ୨୦ ପ୍ରତିଶତ ଅଧିକ ବର୍ଷା ହୋଇଛି। ତେବେ ୪ ଜିଲାରେ ଏବେ ମଧ୍ୟ ସ୍ବାଭାବିକଠାରୁ କମ୍‌ ବର୍ଷା ହୋଇଛି। କଳାହାଣ୍ଡିରେ ୨୭, କେନ୍ଦ୍ରାପଡ଼ା ୨୫, ନୂଆପଡ଼ା ୨୯ ଏବଂ ପୁରୀ ଜିଲାରେ ୨୧ ପ୍ରତିଶତ କମ୍‌ ବର୍ଷା ହୋଇଛି। ଲଘୁଚାପ ସୃଷ୍ଟି ହୋଇଥିବାରୁ ଆସନ୍ତା ଦୁଇ ତିନି ଦିନ ମଧ୍ୟରେ କିଛି ପରିମାଣରେ ନିଅଣ୍ଟିଆ ବର୍ଷା ଭରଣା ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?