ଲଘୁଚାପ: ୩ ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୯ା୭(ଅନିଲ ଦାସ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି। ଏଥିସହିତ ଛତିଶଗଡ଼ ଉପରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି। ଏଥିଯୋଗୁ ଦକ୍ଷିଣ-ପଶ୍ଚିମ ମୌସୁମୀ ମଧ୍ୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୦ରୁ ୨୩ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହିତ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ଗଜପତି ଏବଂ ଗଞ୍ଜାମ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୧ ତାରିଖରେ ସୋନପୁର, ବଲାଙ୍ଗୀର, ସମ୍ବଲପୁର, ବୌଦ୍ଧ, ଅନୁଗୋଳ, କଟକ, ଜଗତ୍‌ସିଂହପୁର ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ ନବରଙ୍ଗପୁର, ନୂଆପଡ଼ା, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଦେବଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲା ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ୨୨ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଏବଂ କଳାହାଣ୍ଡି ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୩ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା ଏବଂ ଗଜପତି ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲା ପାଇଁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି।
ରାଜ୍ୟରେ ମୌସୁମୀ ସକ୍ରିୟ ଥିବାରୁ କେତେକ ସ୍ଥାନରେ ବର୍ଷା ହୋଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ସୋନପୁରରେ ସର୍ବାଧିକ ୧୮୩.୨ ମିଲିମିଟର ବର୍ଷା ହୋଇଥିବା ବେଳେ ସମ୍ବଲପୁର ୫୩.୨, ଭବାନୀପାଟଣା ୩୩.୮, ପାରଳାଖେମୁଣ୍ଡି ୧୫.୮, ବରଗଡ଼ ୧୪.୨, ଭଦ୍ରକ ୧୬.୪ ଏବଂ ମାଲକାନଗିରିରେ ୨୩.୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri