Odisha Elections 2024

ଲଘୁଚାପ: ୩ ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୯ା୭(ଅନିଲ ଦାସ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି। ଏଥିସହିତ ଛତିଶଗଡ଼ ଉପରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି। ଏଥିଯୋଗୁ ଦକ୍ଷିଣ-ପଶ୍ଚିମ ମୌସୁମୀ ମଧ୍ୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୦ରୁ ୨୩ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହିତ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ଗଜପତି ଏବଂ ଗଞ୍ଜାମ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୧ ତାରିଖରେ ସୋନପୁର, ବଲାଙ୍ଗୀର, ସମ୍ବଲପୁର, ବୌଦ୍ଧ, ଅନୁଗୋଳ, କଟକ, ଜଗତ୍‌ସିଂହପୁର ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ ନବରଙ୍ଗପୁର, ନୂଆପଡ଼ା, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଦେବଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲା ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ୨୨ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଏବଂ କଳାହାଣ୍ଡି ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୩ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା ଏବଂ ଗଜପତି ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲା ପାଇଁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି।
ରାଜ୍ୟରେ ମୌସୁମୀ ସକ୍ରିୟ ଥିବାରୁ କେତେକ ସ୍ଥାନରେ ବର୍ଷା ହୋଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ସୋନପୁରରେ ସର୍ବାଧିକ ୧୮୩.୨ ମିଲିମିଟର ବର୍ଷା ହୋଇଥିବା ବେଳେ ସମ୍ବଲପୁର ୫୩.୨, ଭବାନୀପାଟଣା ୩୩.୮, ପାରଳାଖେମୁଣ୍ଡି ୧୫.୮, ବରଗଡ଼ ୧୪.୨, ଭଦ୍ରକ ୧୬.୪ ଏବଂ ମାଲକାନଗିରିରେ ୨୩.୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ

ଭୁବନେଶ୍ୱର,୧୬।୫: ଭାଜପାରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ। ସେ ତାଙ୍କ ଇସ୍ତଫା ପତ୍ର ଭାଜପା ରାଜ୍ୟ ସଭାପତିଙ୍କ ନିକଟକୁ ପଠାଇଛନ୍ତି। ଭାଜପା...

‘ଦେଶ ବଞ୍ଚାଇବାକୁ ହେଲେ କଂଗ୍ରେସକୁ କ୍ଷମତାକୁ ଆଣିବାକୁ ପଡ଼ିବ’

ଫୁଲବାଣୀ,୧୬।୫(ରାକେଶ କୁମାର ରାଉତ): ଦୀର୍ଘ ବର୍ଷ ହେଲା ଏଠି ଗୋଟିଏ ସରକାର ରହିଛି। ଯେଉଁ ଦଳ ଶାସନ କରୁଛି ତାହାକୁ ଭାଜପା ସୃଷ୍ଟି କରିଥିଲା। ଆଜି...

ଭୋଟରଙ୍କୁ ଏସବୁ ପ୍ରତିଶ୍ରୁତି ଦେଲେ ନଡ୍ଡା, କହିଲେ ଭାଜପା ସରକାର ଆସିଲେ…

ପଦ୍ମପୁର,୧୬ା୫(ପ୍ରଦୀପ୍ତ ଦାଶ): ସଶକ୍ତ ଭାରତ ସହିତ ସମୃଦ୍ଧ ଓଡ଼ିଶା ପାଇଁ ଡବଲ ଇଞ୍ଜିନ ସରକାର ଦରକାର ବୋଲି ଗୁରୁବାର ବରଗଡ଼ ଜିଲାର ପଦ୍ମପୁରରେ ବିଶାଳ ଜନସଭାରେ...

ଖାର୍ଗେଙ୍କ ଭାଷଣ ବେଳେ ପଶି ଆସିଲା ଅନ୍ୟ ଦଳର ପ୍ରଚାର ଗାଡ଼ି, ଆଉ ତା’ପରେ…

ଭୁବନେଶ୍ୱର,୧୬।୫: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁରୁବାର ଓଡ଼ିଶା ଗସ୍ତରେ ଆସି ଫୁଲବାଣୀର ଏକ ସଭାରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଉଛନ୍ତି। ଏହି ସମୟରେ ଅନ୍ୟ ଦଳର...

+୯୨ ନମ୍ବରରୁ କଲ୍‌ ଆସିଲେ ହୋଇଯାଆନ୍ତୁ ସାବଧାନ, ନଚେତ୍‌…

ଭୁବନେଶ୍ୱର,୧୬।୫: +୯୨ ନମ୍ବରରୁ କଲ୍‌ ଆସିଲେ ହୋଇଯାଆନ୍ତୁ ସାବଧାନ। ନଚେତ୍‌ ବଡ଼ ଠକେଇର ଶିକାର ହୋଇପାରନ୍ତି। ଏନେଇ କମିଶନରେଟ ପୋଲିସ ପକ୍ଷରୁ ଏକ ସତର୍କ ସୂଚନା...

ଡବଲ ଇଞ୍ଜିନ ସରକାର ଗଠନ ପାଇଁ ଭୋଟରଙ୍କୁ ଅନୁରୋଧ କଲେ ଆସାମ ମୁଖ୍ୟମନ୍ତ୍ରୀ

ଭେଡେନ,୧୬ା୫(ସୁଦନ ମହାକୁର): ବରଗଡ଼ ଜିଲ୍ଲା ଅତାବିରା ନିର୍ବାଚନ ମଣ୍ଡଳୀ ଭେଡେନ ବ୍ଲକ ଡାଳବ ପଞ୍ଚାୟତ ଅନ୍ତର୍ଗତ ବାନିପାଲି ଖେଳ ପଡ଼ିଆରେ ଗୁରୁବାର ଭାଜପାର ବିଜୟ ସଙ୍କଳ୍ପ...

ଖାର୍ଗେ ଦେଲେ ବଡ଼ ବୟାନ, କହିଲେ ଓଡ଼ିଶାରେ ବିଜେଡି-ଭାଜପା…

ଭୁବନେଶ୍ୱର,୧୬।୫: ଓଡ଼ିଶା ଗସ୍ତରେ ଆସି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଉଭୟ ବିଜେଡି ଓ ଭାଜପା ଉପରେ ବର୍ଷଛନ୍ତି। ଖାର୍ଗେ କହିଛନ୍ତି, ଓଡ଼ିଶାରେ ବିଜେଡି ୨୪...

ହସ୍ପିଟାଲରେ ଥାଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ପ୍ରଦୀପ, କହିଲେ…

ଭୁବନେଶ୍ୱର,୧୬।୫: ବ୍ରହ୍ମପୁରର ଭାଜପା ଲୋକ ସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ଚିଠିରେ ସେ ସୁରକ୍ଷା ଦାବି କରିଛନ୍ତି। ପ୍ରଦୀପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri