ଆଜି ଲଘୁଚାପ, ବାତ୍ୟା ସମ୍ଭାବନା

ଭୁବନେଶ୍ୱର,୨୭ା୧୧(ଅନୁରାଧା ମହାରଣା): ବଙ୍ଗୋପସାଗରର ଉତ୍ତର ପଶ୍ଚିମ ତଥା ଉତ୍ତର ଓ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସମୁଦ୍ରପତନରୁ ୩.୧ରୁ ୪.୫ କିମି ଉପରେ ସକ୍ରିୟ ରହିଛି। ଏହା ସହ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଆଉଏକ ଘୂର୍ଣ୍ଣିବଳୟ ଦକ୍ଷିଣ ଥାଇଲ୍ୟାଣ୍ଡ ଯାଏ ୫.୮ କିମି ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଏହାର ପ୍ରଭାବରେ ସୋମବାର ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ ଏବଂ ୨୯ ତାରିଖ ସୁଦ୍ଧା ବଙ୍ଗୋପସାଗରର ଦକ୍ଷିଣ-ପୂର୍ବ ଉପକୂଳରେ ଅବପାତ ରୂପ ନେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଏହି ଅବପାତ ବାତ୍ୟାରେ ପରିଣତ ହେଲେ ଏହା ଉତ୍ତର-ଉତ୍ତର-ପୂର୍ବ ଦିଗକୁ ଗତିକରି ପଶ୍ଚିମବଙ୍ଗ କିମ୍ବା ବାଂଲାଦେଶ ଆଡ଼କୁ ଗତିକରିବା ସମ୍ଭାବନା ରହିଛି। ବାତ୍ୟାର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୫୦ କିମି ମଧ୍ୟରେ ରହିବା ନେଇ ପୂର୍ବାନୁମାନ କରାଯାଉଥିଲେ ମଧ୍ୟ ଏହାର କୌଣସି ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ ବୋଲି ସୂଚନା ଦିଆଯାଇଛି। ଲଘୁଚାପ ପ୍ରଭାବରେ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି। ସେପଟେ ପଶ୍ଚିମା ଝଡ଼ ପ୍ରଭାବରେ ଦକ୍ଷିଶ ଉପକୂଳବର୍ତ୍ତୀ ଜିଲାରେ ମଙ୍ଗଳବାର ହାଲୁକା ବର୍ଷା ହେବ ବୋଲି ଆକଳନ କରାଯାଇଛି। ଏନେଇ ଚାଷୀଙ୍କୁ ଫସଲ ଅମଳ ଉପରେ ବିଶେଷ ଧ୍ୟାନ ଦେବା ଲାଗି ପରାମର୍ଶ ଦିଆଯାଇଛି।
ଅନ୍ୟପଟେ ଗତ ୨୪ ଘଣ୍ଟାରେ ରାଜ୍ୟର ୧୦ ଜିଲାରେ ରାତ୍ରି ତାପମାତ୍ରା ତଳମୁହାଁ ହୋଇଥିବାବେଳେ ୩ ସ୍ଥାନରେ ତାପମାତ୍ରା ୧୩ ଡିଗ୍ରୀ ତଳେ ରହିଛି। ସମତଳ ଅଞ୍ଚଳ କେନ୍ଦୁଝରରେ ସର୍ବନିମ୍ନ ତାପମାତ୍ରା ୧୨.୪ ଡିଗ୍ରୀ ରେକର୍ଡ ହୋଇଥଳବାବେଳେ ପାହାଡ଼ ଅଞ୍ଚଳ କୋରାପୁଟ ଓ କିରେଇରେ ପାରଦ ୧୨.୫ ଡିଗ୍ରୀ ରେକର୍ଡ କରାଯାଇଛି। ଫଳରେ ରାଜ୍ୟରେ ଶୀତ ବଢ଼ିଥିବାବେଳେ ଲଘୁଚାପ ପ୍ରଭାବରେ ଉପକୂଳ ସମେତ ବିଭିନ୍ନ ଜିଲାରେ ଏହାର ପ୍ରକୋପ ଆହୁରି ବଢ଼ିଯିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri