ଲଘୁଚାପ ଘନୀଭୂତ, ୧୨ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୧ା୯(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଶନିବାର ଲଘୁଚାପରେ ପରିଣତ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହୋଇ ଉତ୍ତର ଆନ୍ଧ୍ର ପ୍ରଦେଶ ଏବଂ ଓଡ଼ିଶା ଉପକୂଳ ଅତିକ୍ରମ କରିବ। ଏହାର ପ୍ରଭାବରେ ଗଜପତି, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବରଗଡ଼, କୋରାପୁଟ, ବୌଦ୍ଧ ଓ ନୟାଗଡ଼ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏପରି କି କେତେକ ସ୍ଥାନରେ ୨୦ ସେଣ୍ଟିମିଟରରୁ ମଧ୍ୟ ଅଧିକ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି। ଏ ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଏହି ସମୟରେ ସମ୍ବଲପୁର, ଝାରସୁଗୁଡ଼ା, ଅନୁଗୋଳ, ଢେଙ୍କାନାଳ, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ପୁରୀ, ଖୋର୍ଦ୍ଧା ଏବଂ କଟକ ଜିଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ଆସନ୍ତା ୧୩ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି ଏବଂ ସୋନପୁର ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପ ଯୋଗୁ ସମୁଦ୍ର ଅଶାନ୍ତ ରହିବ। ଆସନ୍ତା ୧୨ ତାରିଖ ଯାଏ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି। ଗତ ୪୮ ଘଣ୍ଟା ମଧ୍ୟରେ ମାଲକାନଗିରିରେ ସର୍ବାଧିକ ୪୮.୮ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ଢେଙ୍କାନାଳ ୪୪, ଛତ୍ରପୁର ୩୨, ପାରଳାଖେମୁଣ୍ଡି ୨୨.୬, ଭଦ୍ରକ ୨୨.୮, ଯାଜପୁର ୨୮, ଖୋର୍ଦ୍ଧା ୧୦, ଗୋପାଳପୁର ୨୬.୪, ଭୁବନେଶ୍ୱର ୧୭.୬, ତାଳଚେରରେ ୧୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଆସନ୍ତା ୧୨ରୁ ୧୬ ତାରିଖ ଯାଏ ରାଜ୍ୟରେ ବର୍ଷା ପରିମାଣ ହ୍ରାସ ପାଇବ। ତେବେ ୧୭ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏ ନେଇ ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ଡି.ଜି. ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ଏହାର ପ୍ରଭାବରେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri