ସୃଷ୍ଟିହେଲା ଲଘୁଚାପ: ମା’ଙ୍କ ଆଗମନରେ ଭିଜିପାରେ ଓଡ଼ିଶା

ଭୁବନେଶ୍ୱର,୪।୧୦: ଉତ୍ତର ବଙ୍ଗୋପସାଗରରେ ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଗାମୀ ୭ ଦିନ ରାଜ୍ୟରେ କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଢେଙ୍କାନାଳ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶର, ମୟୂରଭଞ୍ଜ ଓ କେନ୍ଦୁଝରରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ନେଇ ବିଭାଗ ପକ୍ଷରୁ ସୂଚନା ମିଳିଛି। । ତେବେ ୧୦ ତାରିଖରୁ ବର୍ଷାର ପରିମାଣ ବଢ଼ି । ତେବେ ରାଜ୍ୟରେ ଲଘୁଚାପର ପ୍ରଭାବ ଅଧିକ ନ ରହିଲେ ମଧ୍ୟ ପାର୍ବଣରେ ଓଡ଼ିଶା ଭିଜିପାରେ ।
ଅନ୍ୟପକ୍ଷେ ମୌସୁମୀ ପ୍ରତ୍ୟାବର୍ତ୍ତନରେ ବିଳମ୍ବ ଯୋଗୁ ଗୁଳୁଗଳି ବଢୁଥିବା ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ କହିଛନ୍ତି।ତେବେ ବାତ୍ୟା ନେଇ କୌଣସି ଆକଳନ କରାଯାଇ ନାହିଁ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି। ସେ କହିଛନ୍ତି, ବର୍ତ୍ତମାନ ଏଲ୍‌-ନିନ୍ୟୋ ସକ୍ରିୟ ନାହିଁ। ପ୍ରଶାନ୍ତ ମହାସାଗରରେ ନ୍ୟୁଟ୍ରାଲ୍‌ ଲା-ନିନା କଣ୍ଡିଶନ ଚାଲିଛି। ତେଣୁ ଅକ୍ଟୋବର ଓ ନଭେମ୍ବରରେ ଲା-ନିନା କଣ୍ଡିଶନରେ ଉନ୍ନତିି ହେବ। ଲା-ନିନା କଣ୍ଡିଶନ ଯେତେବେଳେ ଡେଭଲପ୍‌ ହୁଏ, ସେତେବେଳେ ଉତ୍ତର ଭାରତରେ ତାପମାତ୍ରା କମ୍‌ ରହିଥାଏ। ସାଧାରଣତଃ ଲା-ନିନା ବର୍ଷଗୁଡ଼ିକରେ ତାପମାତ୍ରା କମ୍‌ ରହିଥିବା ଦେଖାଯାଇଛି। ଏଥିଯୋଗୁ ଅଧିକ ଥଣ୍ଡା ଅନୁଭୂତ ହୋଇଥାଏ। କିନ୍ତୁ ବର୍ତ୍ତମାନ ଅକ୍ଟୋବର ଓ ନଭେମ୍ବରରେ ଦୁର୍ବଳ ଲା-ନିନା କଣ୍ଡିଶନ ହେବ। ତାହା ଧୀରେ ଧୀରେ ସକ୍ରିୟ ହେବ। କିଭଳି ସକ୍ରିୟ ହେବ, ତାକୁ ଅନୁଧ୍ୟାନ କଲେ କେତେ ପରିମାଣରେ ଥଣ୍ଡା ବଢ଼ିବ ଜଣାପଡ଼ିବ ବୋଲି ସେ କହିଛନ୍ତି। ଅନ୍ୟପକ୍ଷରେ ଗତ କିଛିଦିନ ହେବ ରାଜ୍ୟରେ ସର୍ବୋଚ୍ଚ ତାପମାତ୍ରା ୩୭ରୁ ୩୮ ଡିଗ୍ରୀ ସେଲ୍‌ସିୟସ ମଧ୍ୟରେ ରହୁଛି। ଆର୍ଦ୍ରତା ପରିମାଣ ୭୦ରୁ ୮୦ ପ୍ରତିଶତ ରହୁଥିବାରୁ ଗରମ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ତେବେ ଆସନ୍ତା ୭ ତାରିଖ ବେଳକୁ ରାଜ୍ୟକୁ ପୂର୍ବ ଦିଗରୁ ବାୟୁ ପ୍ରବାହ ହେବ। ତାପମାତ୍ରା ତଳକୁ ଖସିବା ସହ ଆକାଶ ମେଘାଚ୍ଛନ୍ନ ରହିବ ବୋଲି ଅନୁମାନ କରାଯାଉଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଅନୁଯାୟୀ, ଗୁରୁବାର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଜଗତ୍‌ସିଂହପୁର, ଢେଙ୍କାନାଳ, ଅନୁଗୋଳ ଓ କେନ୍ଦୁଝର ଜିଲାରେ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋୱାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ପୁଣି ହିଂସା

ଇମ୍ଫାଲ,୫ା୨: ମଣିପୁରର କୁକି ଅଧ୍ୟୁଷିତ ଚୁରାଚାନ୍ଦପୁର ଜିଲାରେ ଗୁରୁବାର ସନ୍ଧ୍ୟାରେ ହିଂସାକାଣ୍ଡ ଦେଖାଦେଇଛି। ରାଜ୍ୟରେ ଭାଜପା ନେତୃତ୍ୱଧୀନ ସରକାରରେ ବିଧାୟିକା ନେମ୍‌ଚା କିପ୍‌ଗେନ୍‌ଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବାକୁ ବିରୋଧକରି…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବୁଲିଲା ଭୁଜାଲି, ଜଣେ ମୃତ, ୨ଗୁରୁତର

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ବରଗଡ ସହର ହାଟପଦା ସାଇ ମନ୍ଦିର ପାଖରେ ଗୁରୁବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ହୋଇଛି । କୌଣସି ଏକ କାରଣକୁ ନେଇ ୨ ଗୋଷ୍ଠୀ…

ଲୁଚି ଲୁଚି ଏହି ଅଭିନେତ୍ରୀଙ୍କ ସହ ନିର୍ବନ୍ଧ କଲେ ଏଲଭିଶ ଯାଦବ, ଫଟୋ ଭାଇରାଲ

ମୁମ୍ବାଇ: ଲୋକପ୍ରିୟ ୟୁଟ୍ୟୁବର୍ ଏଲଭିଶ ଯାଦବ ଏବଂ ଅଭିନେତ୍ରୀ ଜିଆ ଶଙ୍କରଙ୍କୁ ନେଇ ଏବେ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ନିକଟରେ ଏଲଭିଶ ଏକ ରହସ୍ୟମୟ…

ଟି-୨୦ ବିଶ୍ୱକପ ପୂର୍ବରୁ ବେନ୍ ଷ୍ଟୋକ୍ସଙ୍କୁ ଶକ୍ତ ଧକ୍କା: ମୁହଁରେ ବଲ୍ ବାଜି ବିଗିଡ଼ିଗଲା ଚେହେରା

ନୂଆଦିଲ୍ଲୀ,୫।୨: ଟି-୨୦ ବିଶ୍ୱକପ ପୂର୍ବରୁ ଇଂଲଣ୍ଡର ଷ୍ଟାର ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ ଏକ ବଡ଼ ଦୁର୍ଘଟଣାର ଶିକାର ହୋଇଛନ୍ତି। ଅଭ୍ୟାସ ସମୟରେ ତାଙ୍କ ମୁହଁରେ ଗଭୀର ଆଘାତ…

ହାଟରୁ ସଉଦା ଧରି ଘରକୁ ଫେରୁଥିଲେ, ହେଲେ ବାଟରେ…

ଆନନ୍ଦପୁର,୫।୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ଥାନା ୨୦ ନମ୍ବର ଜାତୀୟ ରାଜପଥ କନ୍ତୋ ଛକଠାରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

BEd ସମ୍ପର୍କରେ ବଡ଼ ଅପଡେଟ୍, ସରକାର ଜାରି କଲେ ବିଜ୍ଞପ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୫।୨: ଶିକ୍ଷକତାକୁ ନିଜର ବୃତ୍ତି ଭାବେ ଗ୍ରହଣ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଉତ୍ତର ପ୍ରଦେଶ ଝାନ୍‌ସୀସ୍ଥିତ ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ୟୁପି BEd…

ନିଖୋଜ ଥିଲେ: କେନାଲରୁ ମିଳିଲା ବୃଦ୍ଧଙ୍କ ମୃତଦେହ

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ମାଝୀଗୁଡା ପଞ୍ଚାୟତ କାଦୋପଡା ନିକଟ ଇନ୍ଦ୍ରାବତୀ କେନାଲରୁ କୋକସରା ପୋଲିସ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri