ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି। ଏହା ଅଧିକ ସ୍ପଷ୍ଟ ହେବା ସହିତ ଆଗାମୀ ୨୪ଘଣ୍ଟା ଯାଏ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତିକରି ଉତ୍ତର ଓଡ଼ିଶା ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଦେଇ ଗତିକରିବାର ସମ୍ଭାବନା ରହଛି। ତେବେ ଲଘୁଚାପ ପ୍ରଭାବରେ ଆସନ୍ତା ୫ଦିନ ଯାଏ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବାକୁ ଥିବାବେଳେ ୨୪ ଘଣ୍ଟା ପର୍ଯ୍ୟନ୍ତ ଭୀଷଣ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ବିଭିନ୍ନ ଜିଲାକୁ ସତର୍କ କରିଛି। ରବିବାର ବାଲେଶ୍ୱର, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି।

ସେହିପରି ସୁନ୍ଦରଗଡ଼, ଭଦ୍ରକ, ଯାଜପୁର, କଟକ, ସମ୍ବଲପୁର, ଦେବଗଡ଼, ଅନୁଗୋଳ ଏବଂ ଢେଙ୍କାନାଜ ଜିଲାକୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ୍‌ ଓ୍ବାର୍ନିଂ ଏବଂ କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଝାରସୁଗୁଡା, ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଏଥିସହ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଘଡ଼ଘଡ଼ି ସାଙ୍ଗକୁ ଝଡ଼ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ସୋମବାର ମଧ୍ୟ ରାଜ୍ୟରେ ବର୍ଷାର ପରିମାଣ ଅଧିକ ରହିବ। ବର୍ଷା ସମୟରେ ସମୁଦ୍ର ମୁଖ୍ୟତଃ ଅଶାନ୍ତ ରହିବ। ତେଣୁ ୩୧ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?