ବଙ୍ଗୋପସାଗରରେ ପୁଣି ଲଘୁଚାପ! ଏସବୁ ସ୍ଥାନରେ ଘଡଘଡି ସହ ବର୍ଷା

ଭୁବନେଶ୍ୱର,୮।୧୨:ଏଣିକି ଆହୁରି ଖସିବ ପାରଦ, ବଢ଼ିବ ଶୀତ। ଗଲା କିଛି ଦିନ ଦେବ ଦିନ ବେଳା ତାତି ୩୦ ଡିଗ୍ରୀ ଉପରେ ରହୁଥିବାବେଳେ ରାତିରେ ଥଣ୍ଡା ଅନୁଭୂତ ହେଉଥିଲା। ମାତ୍ର ଗତକାଲି ଠାରୁ ରାତି ତାପମାତ୍ରା ୨ ରୁ ୪ ଡିଗ୍ରୀ ଖସିଛି ଓ ଥଣ୍ତା ବଢ଼ିଥିବା ଅନୂଭୁତ ହେଉଛି। ତେବେ, ସୋମବାର ଅର୍ଥାତ ୯ ରୁ ପାରଦ ଖସିବା ଓ ଥଣ୍ତା ବଢିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ସେପଟେ ରାଜ୍ୟର ଦକ୍ଷିଣ ଉପକୂଳରେ ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ପାଗ ମେଘୁଆ କିମ୍ବା ଆଂଶିକ ମେଘୁଆ ରହିବାର ସମ୍ଭାବନା ରହିଛି। ଦକ୍ଷିଣ-ପୂର୍ବ ଆଭ୍ୟନ୍ତରରେ ୧୦ ତାରିଖ ପର୍ଯ୍ୟନ୍ତ ମେଘୁଆ ପାଗ ରହିବାକୁ ଥିବା ବେଳେ ଦକ୍ଷିଣ-ପଶ୍ଚିମ ଆଭ୍ୟନ୍ତରରେ ୮ ରୁ ୯ ତାରିଖ ଆଂଶିକ ଏବଂ ପଶ୍ଚିମ ଓ ଉତ୍ତର ଆଭ୍ୟନ୍ତରରେ ୯ରୁ ୧୦ ଆଂଶିକ ମେଘୁଆ ରହିପାରେ। ଅନ୍ୟପଟେ, ଉତ୍ତର ଉପକୂଳରେ ୯ ତାରିଖକୁ ପାଗ ମେଘୁଆ ସହ ବର୍ଷା ସମ୍ଭାବନା ରହିଛି।

ଏବେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆହୁରି ଘନୀଭୂତ ହେବ। ୧୨ ତାରିଖରୁ ଏହା ଶ୍ରୀଲଙ୍କା ଉପକୂଳ ଛୁଇଁପାରେ। ୧୪ ରେ ଦକ୍ଷିଣ ପୂର୍ବ ବଙ୍ଗୋପାଗର ଓ ଦକ୍ଷିଣ ଆଣ୍ତାମାନ ସାଗରରେ ଏହା ଲଘୁଚାପ ରୂପ ନେବ। ୨୪ ଘଣ୍ଟାରେ ଏହା ଅବପାତ ରୂପ ନେଇ ଶ୍ରୀଲଙ୍କା ଓ ଦକ୍ଷିଣ ତାମିଲନାଡୁକୁ ମୁହାଁଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ପଶ୍ଚିମାବାୟୁ ପ୍ରଭାବରେ ଏବେ ରାତି ତାପମାତ୍ରା ଅଧିକ ରହୁଛି। ପଶ୍ଚିମାବାୟୁ ପ୍ରଭାବରେ ଆଜି ଓ ଆସନ୍ତାକାଲି କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ଖୋର୍ଦ୍ଧା, ଅନୁଗୁଳ, ଢେଙ୍କାନାଳ ଓ ଯାଜପୁର ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି।
୮ ତାରିଖରେ ମାନେ ଆଜି ଆଭ୍ୟନ୍ତରୀଣ ଓଡିଶା ଓ ଉତ୍ତର ଓଡି଼ଶାରେ ବର୍ଷା ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ କୂଆପଥର ବର୍ଷା ହୋଇପାରେ। ୯ରୁ ଥଣ୍ତା ବଢିବ। ୧୦ ଓ ୧୧ ରେ ଅଧିକ ଥଣ୍ତା ଅନୂଭୁତ ହେବ। ଆସନ୍ତା ୧୪ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ବରିଷ୍ଠ ପାଣିପାଗ ବିଶେଷଜ୍ଞ ଡ଼. ସୁରେନ୍ଦ୍ର ନାଥ ପଶୁପାଳକ କହିଛନ୍ତି। ସେ ଆହୁରି କହିଛନ୍ତି ଯେ, ଦକ୍ଷିଣ ଆଭ୍ୟନ୍ତରିଣରେ ୯ ତାରିଖରୁ ରାତି ତାପମାତ୍ରା କମିବ। ଭୁବନେଶ୍ବର ସମେତ ଦକ୍ଷିଣ ଉପକୂଳରେ ଆଜିଠାରୁ ରୁ ୯ ତାରିଖ ମେଘୁଆ ପାଗ ରହିବ। ଆଜିଠାରୁ ଆଭ୍ୟନ୍ତରରେ ୮ ରୁ ୯ ତାରିଖ ଯାଏଁ ଦକ୍ଷିଣ ଆଭ୍ୟନ୍ତରୀଣରେ ଓ ୯ ରୁ ୧୦ ଯାଏଁ ପଶ୍ଚିମ ଓଡି଼ଶା ଓ ଆଭ୍ୟନ୍ତରୀଣରେ ପାଗ ଆଶିଂକ ମେଘୁଆ ରହିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ବି ଗାଁ ଅଛି! ସବୁ ଘରେ ଚାଲୁଛି AC-କୁଲର, କିନ୍ତୁ ବିଜୁଳି ବିଲ୍‌ ଦେବାକୁ ପଡୁନି ଗୋଟିଏ ବି ଟଙ୍କା

ଆଜି ମଧ୍ୟ, ଭାରତରେ ଏପରି ଅନେକ ଗାଁ ଅଛି ଯେଉଁଠାରେ ବିଦ୍ୟୁତ ଯୋଗାଣ ଏକ ସ୍ଥାୟୀ ସମସ୍ୟା ହୋଇ ରହିଛି। ଘଣ୍ଟା ଘଣ୍ଟା ଲୋଡ ସେଡିଂ, ଅତ୍ୟଧିକ…

Asian Gamesରୁ ବାଦ ପଡ଼ିଲେ ଭିନେଶ ଫୋଗଟ: WFIକୁ ହାଇକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୨୨।୫: ଶୁକ୍ରବାର (୨୨ ମଇ) ଦିଲ୍ଲୀ ହାଇକୋର୍ଟ ରେସଲର ଭିନେଶ ଫୋଗଟଙ୍କୁ ବଡ଼ ଆଶ୍ୱସ୍ତି ପ୍ରଦାନ କରି କେନ୍ଦ୍ର ସରକାରଙ୍କୁ ତାଙ୍କ ମାମଲା ଯାଞ୍ଚ ଏବଂ ମୂଲ୍ୟାଙ୍କନ…

୭୫ ଲକ୍ଷ ଟଙ୍କା ଠକେଇ ମାମଲା: ଲ୍ୟାମ୍ପ ଏମଡି ଗିରଫ

ଗୁଣପୁର,୨୨/୫(ସୁଜାତା ପାଢ଼ୀ):ସମବାୟ ଅନୁଷ୍ଠାନରେ ଆର୍ଥିକ ଅନିୟମିତତା ବିରୋଧରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ସୱରୂପ ଓଡ଼ିଶା ଭିଜିଲାନ୍ସ ଶୁକ୍ରବାର ରାୟଗଡ଼ା ଜିଲାର କେ.ସିଂହପୁର ବୃହତ୍‌ ଅଞ୍ଚଳ ବହୁମୁଖୀ ସମବାୟ…

ଚୁଆକୁ ପାଣି ପିଇବାକୁ ଆସିଲା କୁଟ୍ରା, ଘେରିଗଲେ କୁକୁର: ଆଉ ତା’ପରେ ଘଟିଲା..

ରାଇକିଆ,୨୨।୫-(ପ୍ରଦୀପ ବେହେରା): ଜଙ୍ଗଲରୁ ପାଣି ସନ୍ଧାନରେ ଗାଁ ନିକଟକୁ ଚାଲିଆସିଥିବା ଏକ କୁଟ୍ରାକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଛି ରାଇକିଆ ବନବିଭାଗ। ପାଟଳୀ ସାହି ନିକଟ ଏକ…

ସମସ୍ୟାର ସ୍ଥାୟୀ ସମାଧାନ ନେଇ ବିଧାୟକଙ୍କ ଆଲୋଚନା: ପ୍ରତିଶ୍ରୁତି ଦେଇ କହିଲେ…

ଗଞ୍ଜାମ,୨୨।୫(ଅନାଥ ତରାଇ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ବଳରାମପୁର ଗ୍ରାମରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଗ୍ରାମବାସୀଙ୍କ ସହ ସାକ୍ଷାତ କରିଛନ୍ତି। ଏହି ଅବସରରେ ସେ…

ପ୍ରଧାନମନ୍ତ୍ରୀଙ୍କୁ ଝାଲମୁଢି ଖୁଆଇଥିବା ବ୍ୟକ୍ତିଙ୍କୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ, ଜାଣନ୍ତୁ କିଏ ଦେଇଛନ୍ତି ଏମିତି ଧମକ

ନୂଆଦିଲ୍ଲୀ,୨୨।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ଝାରଗ୍ରାମ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଦୋକାନରେ ଝାଲମୁଢି ଖାଇବା ପାଇଁ ଅଟକିଥିଲେ, ଏକ ଭିଡିଓରେ କଏଦ…

କକ୍ରୋଚ ଜନତା ପାର୍ଟିକୁ ମିଳିବ ନିର୍ବାଚନୀ ଚିହ୍ନ? ଜାତୀୟ ରାଜନୀତି ହଲଚଲ!

ନୂଆଦିଲ୍‌ଲୀ,୨୨।୫: ଡିଜିଟାଲ ଯୁଗରେ, ସୋସିଆଲ ମିଡିଆରେ କ’ଣ ଭାଇରାଲ ହେବ କିମ୍ୱା କେବେ ହେବ ତାହା କହିହେବ ନାହିଁ। ମାତ୍ର ପାଞ୍ଚ ଦିନ ପୂର୍ୱରୁ, ଇଣ୍ଟରନେଟରେ ଆରମ୍ଭ…

କେତେ ପଢିଛନ୍ତି ଶାହରୁଖ ଖାନଙ୍କ ଝିଅ: ବାପାଙ୍କ ସହ କରିବେ ଧମାଲ୍‌

ଯେତେବେଳେ ଷ୍ଟାର କିଡ୍ସଙ୍କ ପ୍ରସଙ୍ଗ ଉଠାଯାଏ, ପ୍ରଥମେ ଶାହରୁଖ ଖାନଙ୍କ ଝିଅ ସୁହାନାଙ୍କ ନାଁ ଆଗରେ ଆସେ। ସୁହାନା ତାଙ୍କର ଚମତ୍କାର ଲୁକ ପାଇଁ ପ୍ରାୟତଃ ସୋସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri