ସୃଷ୍ଟି ହେଲା ଲଘୁଚାପ, ଏହି ସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର, ୨୮।୬(ଅସମାପିକା ସାହୁ)- ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଶୁକ୍ରବାର ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହା ଆସନ୍ତା ୨ଦିନ ଉତ୍ତରପଶ୍ଚିମ ଦିଗରେ ଗତି କରିବ। ଫଳରେ ୩୦ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ଲଘୁଚାପ ପ୍ରଭାବରେ କିଛି ଦିନ ସମୁଦ୍ର ଅଶାନ୍ତ ରହିବ। ତେଣୁ ଆଗାମୀ ତିନି ଦିନ ଯାଏ ସମୁଦ୍ର ମଧ୍ୟକୁ ନ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି। ତେବେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୪ପ୍ରତିଶତ କମ ବର୍ଷା ହୋଇଛି। ୨୯ରେ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼, ଅନୁଗୋଳ ଓ ଢେଙ୍କାନାଳରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି। ସେହିଭଳି ୩୦ରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼ ଓ କେନ୍ଦୁଝରରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ତେଣୁ ଏହି ଦୁଇଦିନ ଉକ୍ତ ଜିଲାଗୁଡ଼ିକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ସେପଟେ ପାଣିପାଗର ଆକଳନକୁ ଦୃଟେିରେ ରଖି ସ୍ବତନ୍ତ୍ର ରିଲିଫ କମିସନର(ଏସ୍‌ଆର୍‌ସି) ଶୁକ୍ରବାର ସମସ୍ତ ଜିଲାପାଳଙ୍କୁ ଚିଠି ଳେଖି ସତର୍କ ରହିବା ପାଇଁ ନର୍ଦ୍ଦେଶ ଦେଇଛନ୍ତି। ସେପଟେ ଶୁକ୍ରବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଶୁକ୍ରବାର ସକାଳ ସାଢ଼େ ୮ଟାରୁ ସନ୍ଧ୍ୟା ସାଢ଼େ ୫ଟା ମଧ୍ୟରେ ଅନୁଗୋଳରେ ସର୍ବାଧିକ ୧୦୨ମି ବର୍ଷା ହୋଇଥିବା ବେଳେ ନୟାଗଡ଼ରେ ୩୨, ବଲାଙ୍ଗୀରରେ ୨୬, ଭବାନିପାଟଣାରେ ୧୬.୪, ଟିଟିଲାଗଡ଼ରେ ୧୩.୨, ସୋନପୁର ୧୧ମିମି ବର୍ଷା ରେକର୍ଡ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?