ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ଆସୁଛି ବଡ଼ ବାତ୍ୟା 

ଭୁବନେଶ୍ୱର,୨୧।୧୦: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ଘନୀଭୂତ ହେବ।
ଆଜି  ଲଘୁଚାପ କ୍ଷେତ୍ରରେ ଘୂର୍ଣ୍ଣିବଳୟ ପରିଣତ ହୋଇଛି। ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ହୋଇ ଏହା ପଶ୍ଚିମ-ଉତ୍ତରପଶ୍ଚିମକୁ ଗତି କରିବ। ଏହା ପର୍ଯ୍ୟାୟକ୍ରମେ ଅବପାତ ଏବଂ ବାତ୍ୟାର ରୂପ ନେବ । ୨୩ରେ ଅବପାତ ଅଧିକ ଘନୀଭୂତ ହୋଇ ବାତ୍ୟା ରୂପ ନେଇପାରେ।
 ତେବେ ବାତ୍ୟାର ନାଁ ରଖାଯାଇଛି ‘ଦାନା’ । ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସୂଚନା ଅନୁସାରେ, ୨୪ ସକାଳେ ସ୍ଥଳଭାଗ ଛୁଇଁପାରେ ବାତ୍ୟା ‘ଦାନା’ । ସେହିଦିନ ସକାଳେ ଏହା ଓ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି ।
ଅନ୍ୟପକ୍ଷେ ଆଇଏମ୍‌ଡି ଡିଜି କହିଛନ୍ତି ଯେ, ୨୪ ଓ ୨୫ ତାରିଖ ବେଶୀ ଗରୁତ୍ୱପୂର୍ଣ୍ଣ। ଏହି ସମୟରେ ପବନର ବେଗ ୧୦୦ରୁ ୧୨୦ କିଲୋମିଟର ଯାଏ ରହିପାରେ । ଏହା ସିଭିୟର ସାଇକ୍ଲୋନିକ ଷ୍ଟର୍ମ ପର୍ଯ୍ୟନ୍ତ ଯିବ ବୋଲି ଆକଳନ କରାଯାଇଛି । ଡିଜି ମହାପାତ୍ର ଏହା ପ୍ରଭାବରେ ପବନ  ବର୍ଷା ସାଙ୍ଗକୁ ସମୁଦ୍ରରେ ଉଚ୍ଚ ଜୁଆର ଆସିବ ବୋଲି ବି ଚେତାଇ ଦେଇଛନ୍ତି। । ତେଣୁ ସମୁଦ୍ର ଭିତରେ ଥିବା ଲୋକଙ୍କୁ ଆସନ୍ତାକାଲି ସୁଦ୍ଧା ଫେରି ଆସିବାକୁ ସେ ପରାମର୍ଶ ଦେଇଛନ୍ତି ।
ବାତ୍ୟା ପ୍ରଭାବରେ ଓଡ଼ିଶାରେ ୨୩ ତାରିଖରୁ ପବନ ଓ ବର୍ଷା ଆରମ୍ଭ ହେବ। ଝଡ଼ ନେଇ ୧୦ ଜିଲାକୁ ୟେଲୋ ୱାର୍ନିଂ ଜାରି ହୋଇଛି । ୨୪ ତାରିଖରେ ଭୀଷଣ ବର୍ଷା ସମ୍ଭାବନା ରହିଛି । ଗଞ୍ଜାମ, ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବା ନେଇ ପାଣିପାଗ ବିଭାଗ ପକ୍ଷରୁ ରେଡ  ୱାର୍ନିଂ ଜାରି ହୋଇଛି । ସେହିଭଳି ୫ ଜିଲାକୁ ଅରେଞ୍ଜ ଓ ୧୨ ଜିଲାକୁ ୟେଲୋ ୱାର୍ନିଂ  ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଭ୍ୟନ୍ତରୀଣ ଓଡ଼ିଶା ଅପେକ୍ଷା ଉପକୂଳରେ ଅଧିକ ବର୍ଷିବ । କେତେକ ସ୍ଥାନରେ ୧୨ରୁ ୨୦ ସେଣ୍ଟିମିଟର ଏବଂ ଆଉ କିଛି ସ୍ଥାନରେ ୨୦ ସେମିରୁ ଅଧିକ ବର୍ଷା ହୋଇପାରେ ।

Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri