ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୬ା୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ପୁଣି ଏକ ଲଘୁଚାପ। ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା ବେଳେ ଆଗାମୀ ୨ ଦିନ ମଧ୍ୟରେ ଲଘୁଚାପଟି ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ମୁହାଁ ହେବ। ଏହା ପ୍ରଭାବରେ ଓଡ଼ିଶାର ଅନେକ ଜିଲାରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ଶୁକ୍ରବାର ପାଇଁ ୨୨ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ଏହି ଜିଲାଗୁଡିକ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ସୋନପୁର, ବୌଦ୍ଧ, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, ଯାଜପୁର, କଟକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଏବଂ ବାଲେଶ୍ୱର ଜିଲା ରହିଛି।

ସେଥିମଧ୍ୟରୁ ୧୦ ଜିଲା ବରଗଡ଼, ସମ୍ବଲପୁର, ଅନୁଗୋଳ, ନୟାଗଡ଼, ଖୋର୍ଦ୍ଧା, ଢେଙ୍କାନାଳ, କଟକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ଏସବୁ ଜିଲାର ଗୋଟିଏ ବା ଦୁଇଟି ସ୍ଥାନରେ ୧୨ରୁ ୨୦ ସେମି ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ତେବେ ୟେଲୋ ୱାର୍ନିଂ ଜାରି ହୋଇଥିବା ଅନ୍ୟ ୧୨ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ପ୍ରବଳ ବର୍ଷା ନେଇ ୨୭ ତାରିଖରେ ୭ ଜିଲା, ୨୮ ତାରିଖରେ ୫ ଜିଲା ଏବଂ ୨୯ ତାରିଖରେ ୫ ଜିଲାକୁ ୟେଲୋ ୱାର୍ନିଂ ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri