ଡରାଇଲା IMD ର ଆକଳନ: ଓଡ଼ିଶାକୁ ରେଡ୍‌ ଆଲର୍ଟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ୱର, ୫ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ଥିବା ଲଘୁଚାପ ଶନିବାର ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୯.୪ କି.ମି. ଉଚ୍ଚତା ପର୍ଯ୍ୟନ୍ତ ଦକ୍ଷିଣ-ପଶ୍ଚିମ ଆଡ଼କୁ ଢଳି ରହିଛି। ଏହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ହେଉଛି। ଆଗାମୀ ୩ଦିନ ମଧ୍ୟରେ ଲଘୁଚାପ ଉତ୍ତର ଓଡ଼ିଶା ଏବଂ ଉତ୍ତର ଛତିଶଗଡ଼ ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ଥିବାରୁ ବର୍ଷା ନେଇ ଓଡ଼ିଶା ସମେତ ଗୁଜରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶକୁ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ରେଡ୍‌ ଆଲର୍ଟ ଜାରି କରାଯାଇଛି। ଏଥିସହ ଏହି ୩ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ରବିବାର ବରଗଡ଼, ସମ୍ୱଲପୁର ଏବଂ ନୂଆପଡ଼ା ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍‌ ଓ୍ୱାର୍ନିଂ ଦିଆଯାଇଛି। ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସୁବର୍ଣ୍ଣପୁର, ବଲାଙ୍ଗୀର ଏବଂ କଳାହାଣ୍ଡି ଜିଲାକୁ ଅରେଞ୍ଜ ଓ୍ୱାର୍ନିଂ ଏବଂ ବାଲେଶ୍ୱର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲାକୁ ୟେଲୋ ଓ୍ୱାର୍ନିଂ ଜାରି କରାଯାଇଛି। ପାଣିପାଗ କେନ୍ଦ୍ରର ତଥ୍ୟ ଅନୁସାରେ, ଶନିବାର ସକାଳ ସାଢ଼େ ୮ଟାରୁ ଅପରାହ୍ନ ୫ଟା ୩୦ ମଧ୍ୟରେ କୋରାପୁଟ ଓ ବଲାଙ୍ଗୀରରେ ସର୍ୱାଧିକ ବର୍ଷା ରେକର୍ଡ କରାଯାଇଛି। କୋରାପୁଟରେ ୬୯.୨ ମି.ମି., ବଲାଙ୍ଗୀର ୬୭ ମି.ମି., ସୋନପୁର ୫୨ ମି.ମି, ଖୋର୍ଦ୍ଧା ୪୭ ମି.ମି., ଭୁବନେଶ୍ୱର ୪୫.୬ ମି.ମି. ଓ ଢେଙ୍କାନାଳ ୪୧ ମି.ମି. ବର୍ଷା ରେକର୍ଡ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଲେରୀ କାଳୀ ମନ୍ଦିରରୁ ବଡ଼ ଧରଣର ଚୋରି; କୋଟି କୋଟି ଟଙ୍କାର ଅଳଙ୍କାର ଲୁଟ୍‌

ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳରେ ଚୋରି ଓ ଡକାୟତି ଘଟଣା ଦିନକୁ ଦିନ ବଢ଼ୁଥିବା ବେଳେ ରବିବାର ସକାଳେ ଆଉ ଏକ…

ପୋଡ଼ମପେଟା ପରେ ଏବେ ଆର୍ଯ୍ୟପଲ୍ଲୀ: କୂଳ ଲଙ୍ଘୁଛି ସମୁଦ୍ର, ଚିନ୍ତାରେ ମତ୍ସ୍ୟଜୀବୀ ସମ୍ପ୍ରଦାୟ

ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସମୁଦ୍ର କୂଳ କ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ପୋଡ଼ମପେଟା ସମେତ ବିଭିନ୍ନ ଉପକୂଳବର୍ତ୍ତୀ ଅଞ୍ଚଳରେ ସମୁଦ୍ର କୂଳ…

ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୫ ଅସୁସ୍ଥ, ମେଡିକାଲରେ ଭର୍ତ୍ତୀ

କଲ୍ୟାଣସିଂହପୁର,୪।୭(ଦୀପକ କୁମାର ପରିଡା): କଲ୍ୟାଣସିଂହପୁର ବ୍ଲକ ସୀମାନ୍ତ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ବିଜେପୁର ପଞ୍ଚାୟତ ଫୁକେର ଗାଁରେ ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର…

ତାମିଲନାଡୁରୁ କେନ୍ଦୁଝର ଫେରିଲେ ୧୦ ଶ୍ରମିକ

କେନ୍ଦୁଝର,୨୭ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ରାଜ୍ୟ ତିରୁଭାଲ୍ଲୁର ଜିଲା ଅନ୍ତର୍ଗତ ପେରୀୟାପାଲ୍ୟମ ଅଞ୍ଚଳରେ ଥିବା ସାମୁଦ୍ରିକ ଖାଦ୍ୟ (ଚିଙ୍ଗୁଡି) ପ୍ରକ୍ରିୟାକରଣ କାରଖାନାରେ ଆମୋନିଆ ଗ୍ୟାସ୍‌ ଲିକ୍‌ ହୋଇ…

ଜିଲାପାଳଙ୍କୁ ଦାବିପତ୍ର ପରେ ପ୍ରଶାସନ ତତ୍ପର: ଅବକାରୀ ବିଭାଗର ବଡ଼ଧରଣର ଚଢ଼ାଉ, ୪ ଅଭିଯୁକ୍ତଙ୍କ ନାଁରେ ମାମଲା

ଥୁଆମୂଳ ରାମପୁର,୪ା୭(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଲନାଗୀ ପଞ୍ଚାୟତରେ ବେଆଇନ ମଦ କାରବାର ଯୋଗୁ ସ୍ଥାନୀୟ ଅଞ୍ଚଳରେ ଆର୍ଥିକ ଓ ସାମାଜିକ ସ୍ଥିତି ବିଗିଡ଼ିବା…

ଚାଉଳିଆଗଞ୍ଜ ଆଇଆଇସିଙ୍କ ଆତ୍ମହତ୍ୟା ନେଇ ଆସିଲା ସ୍ବାମୀଙ୍କ ବୟାନ, କହିଲେ କଥାବାର୍ତ୍ତାରେ ସେମିତି କିଛି…

କଟକ,୪ା୭: ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ଘଟଣାକୁ ନେଇ ସ୍ବାମୀଙ୍କ ବୟାନ ସାମ୍ନାକୁ ଆସିଛି। ସେ କହିଛନ୍ତି, ଶୁକ୍ରବାର ରାତି ୧୦ଟା ୨୫ରେ ସ୍ତ୍ରୀଙ୍କ…

ଓ୍ବାଟର ସର୍ଭିସ ସେଣ୍ଟରରୁ ଚୋରି: ପିକ୍‌ଅପ୍‌ ଜବତ, ପୋଲିସ ୨ ଜଣଙ୍କୁ ଗିରଫ କରି…

ଦାରିଙ୍ଗବାଡ଼ି,୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡ଼ି ପଞ୍ଚାୟତ କାରିପାଙ୍ଗା ଗ୍ରାମର ଅରୁଣ ପ୍ରଧାନଙ୍କ ଓ୍ବାଟର ସର୍ଭିସ ସେଣ୍ଟରରୁ ଚୋରି ଘଟଣାରେ ପୋଲିସକୁ ମିଳିଛି ବଡ଼…

ପୁରୀରୁ କୋରାପୁଟକୁ ଗଡ଼ିବ ସ୍ବତନ୍ତ୍ର ଟ୍ରେନ୍‌, ନୋଟସ ଜାରି କରି ପୂର୍ବତଟ ରେଳ ବିଭାଗ କହିଲା ଆସନ୍ତା…

କୋରାପୁଟ,୪ା୭(ଅମିତାଭ ବେହେରା): ଦୀର୍ଘଦିନର ଅପେକ୍ଷାର ଅନ୍ତ ଘଟାଇ ଆସନ୍ତା ୬ ଜୁଲାଇରେ ପୁରୀ-କୋରାପୁଟ ତ୍ରି-ସାପ୍ତାହିକ ଏକ୍ସପ୍ରେସର ଉଦ୍‌ଘାଟନୀ ଯାତ୍ରା ଆରମ୍ଭ ହେବ। ଏହି ଅବସରରେ ୦୮୪୦୯ ପୁରୀ-କୋରାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri