ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ; ଆସନ୍ତା ତିନି ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୭: କେନ୍ଦ୍ରୀୟ ଏବଂ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗକୁ ଏହି ଲଘୁଚାପ କ୍ଷେତ୍ରଟି ଦକ୍ଷିଣ-ପଶ୍ଚିମ ଦିଗକୁ ବିସ୍ତାର କରି ଅଧିକ ଘନୀଭୂତ ହୋଇ ଆସନ୍ତା ଦୁଇ ଦିନ ମଧ୍ୟରେ ଉତ୍ତର-ପଶ୍ଚିମ ଦିଗକୁ ଓଡ଼ିଶା ଉପକୂଳ ଆଡକୁ ଗତି କରିବାର ସମ୍ଭାବନା ଅଛି। ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ, ଗଜପତି, କୋରାପୁଟ ଏବଂ ମାଲକାନଗିରି ଜିଲାରେ ପ୍ରବଲରି ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଚାରି ଜିଲାକୁ ଅରେଞ୍ଜ ୱାର୍ଣ୍ଣି ଦିଆଯାଇଛି। ସେହିଭଳି ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ନୟାଗଡ଼ଖୋର୍ଦ୍ଧା ଏବଂ ପୁରୀ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି।

ସେହିପରି ଶୁକ୍ରବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ବୌଦ୍ଧ ଏବଂ ପୁରୀ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ୱାର୍ଣ୍ଣି ଜାରି କରାଯଇଛି। ସେହିଭଳି ନୂଆପଡ଼ା, ବଲାଙ୍ଗୀର, ସୋନପୁର, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ଜାରି କରାଯଇଛି।

ଶନିବାର ସୋନପୁର, ବୌଦ୍ଧ ଏବଂ ନୟାଗଡ଼ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ୱାର୍ଣ୍ଣି ଜାରି କରାଯଇଛି। ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ବରଗଡ଼, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ ଜିଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣି ଜାରି କରାଯଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ...

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri