୨୦ରେ ଲଘୁଚାପ, ଆଜିଠୁ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୯।୯(ବ୍ୟୁରୋ):ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଉତ୍ତର-ପଶ୍ଚିମ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଆସନ୍ତା ୨୦ ତାରିଖରେ ଲଘୁଚାପରେ ପରିଣତ ହେବ। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ରବିବାର ଢେଙ୍କାନାଳରେ ୨୨ମିମି ବର୍ଷା ହୋଇଥିବାବେଳେ ସମ୍ବଲପୁର ୧୬.୨, ଭୁବନେଶ୍ୱର ୧୪, କୋରାପୁଟ ୧୨, ମାଲକାନଗିରି ୧୨.୪, କଟକ ୬.୮, ତାଳଚେର ୫, ଖୋର୍ଦ୍ଧା ୬, ଦାରିଙ୍ଗବାଡି ୪ ମିମି ବର୍ଷା ରେକର୍ଡ କରାଯାଇଛି। ତେବେ ସୋମବାରରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ୨୨ ତାରିଖ ପର୍ଯ୍ୟନ୍ତ ଏହିଭଳି ବର୍ଷା ଲାଗି ରହିବ। ଏଥିପାଇଁ ସମ୍ପୃକ୍ତ ଜିଲାକୁ ସତର୍କ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ପୁରୀରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାବେଳେ ଏସବୁ ଜିଲାକୁ ଅରେଞ୍ଜ ୱାର୍ନିଂ ଦିଆଯାଇଛି। ସେହିଭଳି ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଖୋର୍ଦ୍ଧା, କଟକ, ଜଗତ୍‌ସିଂହପୁର, ନୟାଗଡ଼ ଓ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ହେବ। ତେଣୁ ଏ ସବୁ ଜିଲାକୁ ୟେଲୋ ୱାର୍ନିଂ ଜାରି ହୋଇଛି। ୨୦ ତାରିଖରେ ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୋନପୁର, ନୟାଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏସବୁ ଜିଲାକୁ ଅରେଞ୍ଜ ୱାର୍ନିଂ ଓ ଗଞ୍ଜାମ, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, ନୂଆପଡ଼ାରେ ପ୍ରବଳ ବର୍ଷା ହେବ। ୨୧ରୁ ୨୨ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବରଗଡ଼, ବଲାଙ୍ଗୀର ଓ ନୂଆପଡ଼ାରେ ଅତି ପ୍ରବଳ ବର୍ଷା ହେବ। ଏଥିପାଇଁ ଏସବୁ ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି ହୋଇଛି। ସେହିଦିନ ନବରଙ୍ଗପୁର, କଳାହାଣ୍ଡି, ବୌଦ୍ଧ, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବା ସହିତ ଏସବୁ ଜିଲାକୁ ୟେଲୋ ୱାର୍ନିଂ ଦିଆଯାଇଛି। ୨୩ ତାରିଖରେ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ସ୍ବଳ୍ପ ପରିମାଣର ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri