୨୪ ଘଣ୍ଟାରେ ଲଘୁଚାପ: ୩ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା, ରେଡ୍‌ ଆଲର୍ଟ ଜାରି

ଭୁବନେଶ୍ୱର, ୧୫ା୭ (ବନ୍ଦନା ସେଠୀ):ଆସନ୍ତା ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବା ସହ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତି କହିଛନ୍ତି, ସକ୍ରିୟ ରହିଥିବା ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବିସ୍ତାରିତ ରହିଥିବାବେଳେ ଉତ୍ତର ପଶ୍ଚିମକୁ ଢଳି ରହିଛି। ମୌସୁମୀ ଅକ୍ଷ ରେଖା ଜମ୍ମୁ, ଡେରାଡୁନ, ବାରାବାଙ୍କୀ, ପାଟନା, ବାଙ୍କୁରା, କ୍ୟାନିଂ ଦେଇ ପୂର୍ବ-ମଧ୍ୟ ବଙ୍ଗୋପସାଗର ଆଡ଼କୁ ବିସ୍ତାରିତ ହୋଇଛି। ଫଳରେ ବର୍ଷା ପାଇଁ ଅନୁକୂଳ ପରିସ୍ଥିତି ସୃଷ୍ଟି କରିଛି। ତେବେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ୩ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ବୁଧବାର ସାରା ରାଜ୍ୟରେ ବର୍ଷା ହେବାକୁ ଥିବାବେଳେ ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, କେନ୍ଦ୍ରାପଡ଼ା ଏବଂ ଜଗତ୍‌ସିଂହପୁର ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍‌ ଆଲର୍ଟ ଜାରି କରାଯାଇଛି। ସେହିପରି ବାଲେଶ୍ୱର, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଏବଂ ଅନ୍ୟାନ୍ୟ ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ବର୍ଷା ସମୟରେ ସମୁଦ୍ର ମୁଖ୍ୟତଃ ଅଶାନ୍ତ ରହିବାକୁ ଥିବାରୁ ମତ୍ସ୍ୟଜୀବୀଙ୍କୁ ୧୮ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।
ଅପରପକ୍ଷେ ଗତ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଉଲ୍ଲେଖନୀୟ ବର୍ଷା ରେକର୍ଡ ହୋଇଛି। କେନ୍ଦ୍ରାପଡ଼ା ରାଜନଗରରେ ସର୍ବାଧିକ ୧୫ ସେ.ମି. ବର୍ଷା ହୋଇଥିବାବେଳେ ଆଳିରେ ୧୩ ସେ.ମି., ବାଲେଶ୍ୱରର ଏନ୍‌ଏଚ୍‌-୫ ଗୋବିନ୍ଦପୁର ଓ ଯାଜପୁର ଜିଲାର ବାରୀରେ ୧୨ ସେ.ମି., ମୟୂରଭଞ୍ଜର ବେତନଟୀ ଏବଂ ବାଲେଶ୍ୱରରେ ୧୦ ସେ.ମି. ବର୍ଷା ହୋଇଛି। ସେହିପରି ଜୁନ୍‌ ୧ରୁ ଜୁଲାଇ ୧୪ ମଧ୍ୟରେ ରାଜ୍ୟରେ ୩୫୪.୭ ମି.ମି. ବର୍ଷା ରେକର୍ଡ ହୋଇଛି। ଏହାଦ୍ୱାରା ସ୍ବାଭାବିକ ବର୍ଷାଠାରୁ ରାଜ୍ୟରେ ୩ ମି.ମି. ଅଧିକ ବର୍ଷା ହୋଇଥିବା ସୂଚନା ଦିଆଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମୟୂରଭଞ୍ଜ ପ୍ରବଳରୁ ଅତି ପ୍ରବଳ ବର୍ଷା: ଉପୁଜିଲା ବନ୍ୟା ଆଶଙ୍କା

ବାରିପଦା,୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଲଘୁଚାପଜନିତ ବର୍ଷା ପ୍ରଭାବରେ ବନ୍ୟା ପରିସ୍ଥିତି ଉପୁଜିଛି। ଜିଲାର ବିଭିନ୍ନ ବ୍ଲକ ସମେତ ଶିମିଳିପାଳର ବିଭିନ୍ନ ସ୍ଥାନରେ ସୋମବାର ସକାଳ…

ଚାଞ୍ଚଲ୍ୟ…ସିଗାରେଟ୍ ଜଳାଇବାକୁ ମାଗିରେ ଦିଆସିଲି, ମନା କରିବାରୁ….

ନୂଆଦିଲ୍ଲୀ,୧।୯: ଦିଆସିଲି ମାଗିବାକୁ ନେଇ ଆରମ୍ଭ ହୋଇଥିବା ସାମାନ୍ୟ ବଚସା ଶେଷରେ ନେଇଗଲା ଜଣଙ୍କ ଜୀବନ। ଆନ୍ଧ୍ରପ୍ରଦେଶର ବାପଟଲା ଜିଲା ବେମୁରୁ ମଣ୍ଡଳର ୱେଲାବାଡୁ ଗାଁରେ ଘଟିଛି…

ଖାଦ୍ୟ ଖୋଜି ଗାଁରେ ଭାଲୁ! ରାତି ଅଧରେ ମନ୍ଦିରରେ ପଶି ନେଇଗଲା ଘିଅ ଡବା, ଭୟରେ ଗ୍ରାମବାସୀ

ନବରଙ୍ଗପୁର,୧।୯(ସଦାଶିବ ପ୍ରହରାଜ): ଭାଲୁ ଖୋଜୁଛି ଖାଦ୍ୟ ଠିକଣା । ଖାଦ୍ୟ ଅନ୍ୱେଷଣରେ ଜଙ୍ଗଲ ଛାଡି ଜନ ବସତି ମୁହାଁ ଭାଲୁ । ନବରଙ୍ଗପୁର ଜିଲା ତେନ୍ତୁଳୀଖୁଣ୍ଟି ବ୍ଲକ୍‌…

ଦୁବାଇ ଯିବେ ମୁଖ୍ୟମନ୍ତ୍ରୀ: ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୧।୯: ଓଡ଼ିଶାକୁ ଅଧିକରୁ ଅଧିକ ବିଦେଶୀ ନିବେଶ ଆଣିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ୟୁଏଇ ଗସ୍ତ କରିବ। ସେପ୍ଟେମ୍ବର…

ଏହି କ୍ରିକେଟର୍‌ଙ୍କ ହାତରେ ଅଛି ଚୁମ୍ବକ! ଏମିତି କ୍ୟାଚ୍‌ ଧରିଲେ, କ୍ରିକେଟ୍‌ ଜଗତରେ ପଡ଼ିଲା ଚହଳ, ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧।୯: ନ୍ୟୁଜିଲାଣ୍ଡ କ୍ରିକେଟର୍‌ ଗ୍ଲେନ ଫିଲିପ୍ସଙ୍କ କ୍ୟାଚ୍‌କୁ ନେଇ କ୍ରିକେଟ୍‌ ଜଗତରେ ଚହଳ ପଡ଼ିଛି। କାରିବିଆନ ପ୍ରିମିୟର ଲିଗ୍‌ରେ ସେ ଏମିତି ଏକ କ୍ୟାଚ ନେଇଛନ୍ତି, ଯାହା…

କଳ୍ପନା, ଲକ୍ଷ୍ମୀସାଗର ଅଞ୍ଚଳରେ ପୋଲିସର ଜୋରଦାର ଚଢ଼ାଉ

ଭୁବନେଶ୍ୱର,୧।୯: ରାଜଧାନୀ ଭୁବନେଶ୍ୱରର କଳ୍ପନା ଓ ଲକ୍ଷ୍ମୀସାଗର ଅଞ୍ଚଳରେ କମିଶନରେଟ୍‌ ପୋଲିସର ସ୍ପେଶାଲ୍‌ କ୍ରାଇମ୍‌ ୟୁନିଟ୍‌ ପକ୍ଷରୁ ଜୋରଦାର ଚଢ଼ାଉ କରାଯାଇଛି। ଗଞ୍ଜେଇ, ଗୁଟ୍‌ଖା ଓ ପାନ…

ସରକାରଙ୍କ ବଡ଼ ନିଷ୍ପତ୍ତି: ଆୟୁଷ୍ମାନରେ ମିଶିବନି ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା

ଭୁବନେଶ୍ୱର,୧।୯: ସାମ୍ବାଦିକମାନଙ୍କ ପାଇଁ ପ୍ରଚଳିତ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାକୁ ଆୟୁଷ୍ମାନ ଭାରତ ଯୋଜନାରେ ମିଶ୍ରଣ କରାଯିବ ନାହିଁ। ପୂର୍ବପରି ସାମ୍ବାଦିକମାନେ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ…

ଚାରି ବର୍ଷ ଧରି ଟିମ ଇଣ୍ଡିଆକୁ ଫେରିପାରିନାହାଁନ୍ତି ମୟଙ୍କ ଅଗ୍ରୱାଲ; ଏବେ, ଖେଳିବା ପାଇଁ ଏହି ଦେଶକୁ ଯିବେ

ନୂଆଦିଲ୍ଲୀ,୧।୯: ଗତ ଚାରି ବର୍ଷ ଧରି ଟିମ ଇଣ୍ଡିଆକୁ ଫେରିବା ପାଇଁ ଆଶା ରଖିଥିବା ମୟଙ୍କ ଅଗ୍ରୱାଲ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସେ ଏବେ ଇଂଲଣ୍ଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri