୪୮ଘଣ୍ଟା ମଧ୍ୟରେ ଲଘୁଚାପ !

ଭୁବନେଶ୍ୱର,୫।୯(ବ୍ୟୁରୋ): ଆସନ୍ତା ୭ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ପ୍ରଭାବରେ ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପଟେ, ରାଜ୍ୟରେ ଆଜିଠାରୁ ବର୍ଷାର ପରିମାଣ ବଢିବା ସହ ଆଗାମୀ ୨୪ଘଣ୍ଟା ମଧ୍ୟରେ କିଛି ଜିଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ହୋଇପାରେ। ସେହିପରି ଆଗାମୀ ୪ ରୁ ୫ ଦିନ ଯାଏ ରାଜ୍ୟର କିଛି କିଛି ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବାରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।