ଭୁବନେଶ୍ୱର,୨୭ା୮(ଅନୁରାଧା ମହାରଣା)- ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପଶ୍ଚିମ ଉତ୍ତର-ପଶ୍ଚିମ ମୁହାଁ ହୋଇଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି। ଗୁରୁବାର ମାଲକାନଗିରି ଓ କୋରାପୁଟ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ୨ ଜିଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ସେହିଭଳି ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି ଓ କନ୍ଧମାଳ ଜିଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ପ୍ରାୟ ୨୩ ଜିଲାକୁ ବଜ୍ରପାତ ଭୟ ରହିଥିବାବେଳେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।


