ବଙ୍ଗୋପସାଗରରେ ଲଘୁଚାପ: ୨୨ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ା୭(ଅସମାପିକା ସାହୁ):କେନ୍ଦ୍ରୀୟ ବଙ୍ଗୋପସାଗର ତତ୍‌ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଗୁରୁବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏଥିସହ ଜଡ଼ିତ ସମ୍ପୃକ୍ତ ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଦିଗକୁ ଢଳିରହିଛି। ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଉତ୍ତର -ପଶ୍ଚିମ ଦିଗରେ ଗତି କରି ଆସନ୍ତା ଦୁଇଦିନରେ ଓଡ଼ିଶା ଉପକୂଳ ଛୁଇଁବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି। ଗୋଟିଏ ଲଘୁଚାପ ସକ୍ରିୟ ରହିଥିବାବେଳେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଥିବାରୁ ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ। କେତେକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଥିବାରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି।
ପାଣିପାଗ କେନ୍ଦ୍ର ସୂଚନାନୁସାରେ, ଶୁକ୍ରବାର କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କନ୍ଧମାଳ, ବୌଦ୍ଧ ଓ ପୁରୀରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏହି ୧୦ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି ହୋଇଛି। ସେହିଭଳି ନୂଆପଡ଼ା, ବଲାଙ୍ଗୀର, ସୁବର୍ଣ୍ଣପୁର, ନୟାଗଡ଼, ଖୋର୍ଦ୍ଧା, ଭଦ୍ରକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା ଏବଂ କଟକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ଅପରପକ୍ଷେ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି)ଙ୍କ ପକ୍ଷରୁ ସମସ୍ତ ଜିଲାପାଳଙ୍କୁ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ମତ୍ସ୍ୟଜୀବୀଙ୍କୁ ୧୯ରୁ ୨୨ତାରିଖ ପର୍ଯ୍ୟନ୍ତ ଉତ୍ତର ବଙ୍ଗୋପସାଗର ତତ୍‌ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରର ସମୁଦ୍ର ମଧ୍ୟଭାଗକୁ ଯିବା ପାଇଁ ବାରଣ କରାଯାଇଛି। ଯେକୌଣସି ପରିସ୍ଥିତି ଆସିଲେ ତାକୁ ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri