ବଙ୍ଗୋପସାଗରରେ ଲଘୁଚାପ: ୨୨ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ା୭(ଅସମାପିକା ସାହୁ):କେନ୍ଦ୍ରୀୟ ବଙ୍ଗୋପସାଗର ତତ୍‌ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଗୁରୁବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏଥିସହ ଜଡ଼ିତ ସମ୍ପୃକ୍ତ ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଦିଗକୁ ଢଳିରହିଛି। ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଉତ୍ତର -ପଶ୍ଚିମ ଦିଗରେ ଗତି କରି ଆସନ୍ତା ଦୁଇଦିନରେ ଓଡ଼ିଶା ଉପକୂଳ ଛୁଇଁବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି। ଗୋଟିଏ ଲଘୁଚାପ ସକ୍ରିୟ ରହିଥିବାବେଳେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଥିବାରୁ ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ। କେତେକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଥିବାରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି।
ପାଣିପାଗ କେନ୍ଦ୍ର ସୂଚନାନୁସାରେ, ଶୁକ୍ରବାର କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କନ୍ଧମାଳ, ବୌଦ୍ଧ ଓ ପୁରୀରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏହି ୧୦ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି ହୋଇଛି। ସେହିଭଳି ନୂଆପଡ଼ା, ବଲାଙ୍ଗୀର, ସୁବର୍ଣ୍ଣପୁର, ନୟାଗଡ଼, ଖୋର୍ଦ୍ଧା, ଭଦ୍ରକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା ଏବଂ କଟକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ଅପରପକ୍ଷେ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି)ଙ୍କ ପକ୍ଷରୁ ସମସ୍ତ ଜିଲାପାଳଙ୍କୁ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ମତ୍ସ୍ୟଜୀବୀଙ୍କୁ ୧୯ରୁ ୨୨ତାରିଖ ପର୍ଯ୍ୟନ୍ତ ଉତ୍ତର ବଙ୍ଗୋପସାଗର ତତ୍‌ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରର ସମୁଦ୍ର ମଧ୍ୟଭାଗକୁ ଯିବା ପାଇଁ ବାରଣ କରାଯାଇଛି। ଯେକୌଣସି ପରିସ୍ଥିତି ଆସିଲେ ତାକୁ ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri