ବଙ୍ଗୋପସାଗରରେ ଲଘୁଚାପ: ୨୭ରୁ ବଢିବ ବର୍ଷାର ପରିମାଣ

ଭୁବନେଶ୍ୱର,୨୬।୮: ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଅଧିକ ଘନୀଭୂତ ହେବ। ଆଗାମୀ ୨ ଦିନରେ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ। ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସୂଚନାଯୋଗ୍ୟ,ରାଜ୍ୟରେ ତୁହାକୁ ତୁହା ବର୍ଷା ଜାରି ରହିଥିବାବେଳେ ସପ୍ତାହେ ଯାଏ ଏଭଳି ପରିସ୍ଥିତି ରହିବ। ମଙ୍ଗଳବାର ଉତ୍ତର ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ତେବେ ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୯ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସବୁ ଜିଲାଗୁଡ଼ିକ ମଧ୍ୟରେ ଯାଜପୁର, ଢ଼େଙ୍କାନାଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ା, ଗଜପତି ଓ କୋରାପୁଟ ଆଦି ଜିଲା ରହିଛି। ବାଲେଶ୍ୱର, ଭଦ୍ରକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ମାଲକାନଗିରିର ଗୋଟିଏ ଦୁଇଟି ସ୍ଥାନକୁ ବଜ୍ରପାତ ଭୟ ରହିଥିବାରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୨୭ ତାରିଖଠାରୁ ବର୍ଷାର ପରିମାଣ ବଢ଼ିବା ନେଇ ପୂର୍ବାନୁମାନ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri