ବଙ୍ଗୋପସାଗରରେ ଲଘୁଚାପ: ଏପଟେ ଆସୁଛି ବାତ୍ୟା! ୨୯ରେ…

ଭୁବନେଶ୍ୱର, ୨୨।୫: ଆରବ ସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଏହା ଅଧିକ ଘନିଭୂତ ହୋଇ ଅବପାତରେ ପରିଣତ ହେବ । ଲଘୁଚାପ ସୃଷ୍ଟି ହେବା ପରେ ଏବେ ଠାରୁ ୩୬ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବା ନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ । ଦେଶର ବିଭିନ୍ନ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ବିଶେଷ କରି ପଶ୍ଚିମ ଭାରତରେ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି ।

ସେହିପରି ବଙ୍ଗୋପସାଗରରେ ଆଗାମୀ ଦିନରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗର ସୂଚନା ଅନୁସାରେ, ଆସନ୍ତା ମେ ୨୭ରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜ ନିକଟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ହେବା ସହ ଲଘୁଚାପରେ ପରିଣତ ହେବ। ଏହା ପରବର୍ତ୍ତୀ ୨ ଦିନ ମଧ୍ୟରେ ଅଧିକ ଘନୀଭୂତ ହୋଇ ଉତ୍ତର ବଙ୍ଗୋପସାଗର ଆଡକୁ ଗତି କରିପାରେ।

ପାଣିପାଗ ବିଭାଗ ଅନୁସାରେ, ଏହି ଲଘୁଚାପ ପରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ତେବେ, ଏହା ବାତ୍ୟାରେ ପରିଣତ ହେବ କି ନାହିଁ, ତାହା ଲଘୁଚାପ ସୃଷ୍ଟି ହେବା ପରେ ସ୍ପଷ୍ଟ ହେବ। ଏହାର ପ୍ରଭାବରେ ତାମିଲନାଡୁ, ଶ୍ରୀଲଙ୍କା ଏବଂ ଆନ୍ଧ୍ରପ୍ରଦେଶ ଉପକୂଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଓଡ଼ିଶା ଉପରେ ଏହାର ପ୍ରତ୍ୟକ୍ଷ ପ୍ରଭାବ ପଡିବ କି ନାହିଁ, ତାହା ଏଯାଏ ସ୍ପଷ୍ଟ ହୋଇନାହିଁ। ତଥାପି, ରାଜ୍ୟର କେତେକ ଜିଲାରେ ୨୭ ଓ ୨୮ରେ ବର୍ଷା ହୋଇପାରେ।

ସେପଟେ ଚଳିତ ମାସ ଶେଷ ଆଡ଼କୁ ବଙ୍ଗୋପସାଗରରେ ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିପାରେ । ମେ’ ୨୯ ତାରିଖରେ ସାମୁଦ୍ରିକ ଝଡ଼ ବା ବାତ୍ୟାର ସମ୍ଭାବନା ଥିବା କିଛି ଅନ୍ତର୍ଜାତୀୟ ପାଣିପାଗ ମଡେଲ ଆକଳନ କରୁଛନ୍ତି । ମୌସୁମୀ ଆସିବା ସମୟରେ ଲଘୁଚାପ ସୃଷ୍ଟି ହେବା ଏକ ସାଭାବିକ ପ୍ରକ୍ରିୟା। ତେବେ ଏହା ଆଗକୁ କେତେ ଶକ୍ତିଶାଳୀ ହେବ କିମ୍ବା ଘନୀଭୂତ ହେବ ତାହା ଆକଳନ କରିବା ସହଜ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri