ବଙ୍ଗୋପସାଗରରେ ଲଘୁଚାପ,୪ଜିଲାକୁ ପ୍ରବଳ ବର୍ଷା ଆଲର୍ଟ!

ଭୁବନେଶ୍ୱର,୨୧ା୧୨(ଅନୁରାଧା ମହାରଣା): ଉପକୂଳ ଓଡିଶାରେ ଦିନ ତମାମ ତୁହାକୁ ତୁହା ବର୍ଷା ଲାଗି ରହିଛି। କୋହଲା ପାଗ ସାଙ୍ଗକୁ ଝିପି ଝିପି ବର୍ଷା ଚାଷୀଙ୍କୁ ବ୍ୟଥିତ କରିଛି। ବିଲରେ ପାଚିଲା ଧାନ ଲହଡି ମାରୁଛି। ଖଳାକୁ ଆସିବା ଆଗରୁ ଅଦିନିଆ ବର୍ଷା ଭିଜାଇ ଦେଇଛି । ବିଲରେ, ଖଳାରେ ଓ ମଣ୍ଡିରେ ଧାନ ପଡ଼ିରହିଛି। ଅମଳ ହେବ କି ନାହିଁ ଏବେ ଏଇ ଚିନ୍ତା ଉପକୂଳ ଚାଷୀଙ୍କୁ ଘାରିଛି। ଭାରତୀୟ ପାଣିପାଗ ବିଭାଗ ସୂଚନା ଅନୁଯାୟୀ ବର୍ଷା ଆହୁରି ୨୪ ଘଣ୍ଟା ଜାରି ରହିବ। ବର୍ଷା ପାଣିରେ ଭିଜୁଥିବାରୁ ପାଚିଲା ଧାନ ଗଜା ହେବା ଆଶଙ୍କା ମଧ୍ୟ ବଢି ଯାଇଛି। ବର୍ଷା ସତ୍ତ୍ୱେ ଉପକୂଳ ଜିଲାର କେତେକ ସ୍ଥାନରେ ଚାଷୀମାନେ କ୍ଷେତରୁ ଧାନ ଖଳାକୁ ନେଉଥିବା ଦେଖିବାକୁ ମିଳିଛି।
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ଉପକୂଳବର୍ତ୍ତୀ ଜିଲାଗୁଡିକରେ ବର୍ଷା ସାଙ୍ଗକୁ କୋହଲା ପାଗ ଲାଗି ରହିଛି। ମେଘୁଆ ପାଗ ଯୋଗୁ ଦିନର ତାପମାତ୍ରା ୫ରୁ ୬ ଡିଗ୍ରୀ ହ୍ରାସ ପାଇଛି। ଶୀତ ଓ ବର୍ଷାରେ ଜନଜୀବନ ପ୍ରଭାବିତ ହୋଇଛି। ରାଜ୍ୟର ବିଭିନ୍ନ ଜିଲାରେ ଅଧିକାଂଶ ମଣ୍ଡିରେ ଅମଳ ଧାନ ଖୋଲା ଆକାଶ ତଳେ ଥିବାରୁ ନଷ୍ଟ ହେବା ଆଶଙ୍କା ଦେଖା ଦେଇଛି।

Image

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଶୁକ୍ରବାର ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି। ସେହିପରି ଗଞ୍ଜାମ, ଗଜପତି, ଫୁଲବାଣୀ, କନ୍ଧମାଳ, ଖୋର୍ଦ୍ଧା, ନୟାଗଡ଼, ପୁରୀ, କଟକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ବାଲେଶ୍ୱର, ନବରଙ୍ଗପୁର, କୋରାପୁଟ, ବୌଦ୍ଧ ଆଦି ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣ ବର୍ଷା ହୋଇଛି। ଖୋର୍ଦ୍ଧା ଜିଲାରେ ସର୍ବାଧିକ ୪୦ ମିମି ବର୍ଷା ହୋଇଥିବାବେଳେ ପାରାଦୀପରେ ୨୭.୮, ଜଗତ୍‌ସିଂହପୁରରେ ୧୮.୧ ମିଲିମିଟର ରେକର୍ଡ କରାଯାଇଛି। ତେବେ ଶନିବାର ଗଞ୍ଜାମ, ଗଜପତି, କେନ୍ଦ୍ରାପଡ଼ା ଓ ଜଗତ୍‌ସିଂହପୁରରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି। ୨୨ ତାରିଖରେ ଗଞ୍ଜାମ, ଗଜପତି, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର ଆଦି ଜିଲାରେ ପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ମୟୂରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ ଆଦି ଜିଲାରେ ମଧ୍ୟ ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇପାରେ। ଏହା ପରଠାରୁ ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପାଗ ପ୍ରାୟ ଶୁଖିଲା ରହିବ। ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ନ ହେଲେ ମଧ୍ୟ ୨୪ ତାରିଖଠାରୁ ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ୍‌ ହ୍ରାସ ପାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri