ବଙ୍ଗୋପସାଗରରେ ଲଘୁଚାପ,୪ଜିଲାକୁ ପ୍ରବଳ ବର୍ଷା ଆଲର୍ଟ!

ଭୁବନେଶ୍ୱର,୨୧ା୧୨(ଅନୁରାଧା ମହାରଣା): ଉପକୂଳ ଓଡିଶାରେ ଦିନ ତମାମ ତୁହାକୁ ତୁହା ବର୍ଷା ଲାଗି ରହିଛି। କୋହଲା ପାଗ ସାଙ୍ଗକୁ ଝିପି ଝିପି ବର୍ଷା ଚାଷୀଙ୍କୁ ବ୍ୟଥିତ କରିଛି। ବିଲରେ ପାଚିଲା ଧାନ ଲହଡି ମାରୁଛି। ଖଳାକୁ ଆସିବା ଆଗରୁ ଅଦିନିଆ ବର୍ଷା ଭିଜାଇ ଦେଇଛି । ବିଲରେ, ଖଳାରେ ଓ ମଣ୍ଡିରେ ଧାନ ପଡ଼ିରହିଛି। ଅମଳ ହେବ କି ନାହିଁ ଏବେ ଏଇ ଚିନ୍ତା ଉପକୂଳ ଚାଷୀଙ୍କୁ ଘାରିଛି। ଭାରତୀୟ ପାଣିପାଗ ବିଭାଗ ସୂଚନା ଅନୁଯାୟୀ ବର୍ଷା ଆହୁରି ୨୪ ଘଣ୍ଟା ଜାରି ରହିବ। ବର୍ଷା ପାଣିରେ ଭିଜୁଥିବାରୁ ପାଚିଲା ଧାନ ଗଜା ହେବା ଆଶଙ୍କା ମଧ୍ୟ ବଢି ଯାଇଛି। ବର୍ଷା ସତ୍ତ୍ୱେ ଉପକୂଳ ଜିଲାର କେତେକ ସ୍ଥାନରେ ଚାଷୀମାନେ କ୍ଷେତରୁ ଧାନ ଖଳାକୁ ନେଉଥିବା ଦେଖିବାକୁ ମିଳିଛି।
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ଉପକୂଳବର୍ତ୍ତୀ ଜିଲାଗୁଡିକରେ ବର୍ଷା ସାଙ୍ଗକୁ କୋହଲା ପାଗ ଲାଗି ରହିଛି। ମେଘୁଆ ପାଗ ଯୋଗୁ ଦିନର ତାପମାତ୍ରା ୫ରୁ ୬ ଡିଗ୍ରୀ ହ୍ରାସ ପାଇଛି। ଶୀତ ଓ ବର୍ଷାରେ ଜନଜୀବନ ପ୍ରଭାବିତ ହୋଇଛି। ରାଜ୍ୟର ବିଭିନ୍ନ ଜିଲାରେ ଅଧିକାଂଶ ମଣ୍ଡିରେ ଅମଳ ଧାନ ଖୋଲା ଆକାଶ ତଳେ ଥିବାରୁ ନଷ୍ଟ ହେବା ଆଶଙ୍କା ଦେଖା ଦେଇଛି।

Image

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଶୁକ୍ରବାର ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି। ସେହିପରି ଗଞ୍ଜାମ, ଗଜପତି, ଫୁଲବାଣୀ, କନ୍ଧମାଳ, ଖୋର୍ଦ୍ଧା, ନୟାଗଡ଼, ପୁରୀ, କଟକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ବାଲେଶ୍ୱର, ନବରଙ୍ଗପୁର, କୋରାପୁଟ, ବୌଦ୍ଧ ଆଦି ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣ ବର୍ଷା ହୋଇଛି। ଖୋର୍ଦ୍ଧା ଜିଲାରେ ସର୍ବାଧିକ ୪୦ ମିମି ବର୍ଷା ହୋଇଥିବାବେଳେ ପାରାଦୀପରେ ୨୭.୮, ଜଗତ୍‌ସିଂହପୁରରେ ୧୮.୧ ମିଲିମିଟର ରେକର୍ଡ କରାଯାଇଛି। ତେବେ ଶନିବାର ଗଞ୍ଜାମ, ଗଜପତି, କେନ୍ଦ୍ରାପଡ଼ା ଓ ଜଗତ୍‌ସିଂହପୁରରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି। ୨୨ ତାରିଖରେ ଗଞ୍ଜାମ, ଗଜପତି, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର ଆଦି ଜିଲାରେ ପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ମୟୂରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ ଆଦି ଜିଲାରେ ମଧ୍ୟ ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇପାରେ। ଏହା ପରଠାରୁ ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପାଗ ପ୍ରାୟ ଶୁଖିଲା ରହିବ। ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ନ ହେଲେ ମଧ୍ୟ ୨୪ ତାରିଖଠାରୁ ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ୍‌ ହ୍ରାସ ପାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ବିଭାଗର ବଡ଼ ନିଷ୍ପତ୍ତି, ଏଣିକି ଓଡ଼ିଆ ନାମ ଅନୁସାରେ ଲେଖାଯିବ ଜିଲାର ଇଂରାଜୀ ନାମ

ଭୁବନେଶ୍ବର,୫।୨: ରାଜ୍ୟର ୭ଟି ଜିଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର । ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି ।…

୬.୬.୬.୬.୬.୬.୬…ମାତ୍ର ୨୦ ବଲ୍‌ରେ ଚମତ୍କାର କଲେ ଇଶାନ

ନୂଆଦିଲ୍ଲୀ,୫।୨: ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଟିମ ଇଣ୍ଡିଆ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଗତ ୪ ଫେବୃଆରୀ ରାତିରେ ଟି-୨୦ ବିଶ୍ୱକପ ଅଭ୍ୟାସ ମ୍ୟାଚରେ ଟିମ…

ଉଠିଲାଣି ୫୬ ଲକ୍ଷ, ପଡ଼ିରହିଛି ୭ ଲକ୍ଷ କୁଇଣ୍ଟାଲ

ଭବାନୀପାଟଣା,୫ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା ଲାଗିରହିଛି। ଧାନ କିଣାକୁ ୨ ମାସରୁ ଊଦ୍ଧର୍‌ବ ସମୟ ବିତିଯାଇଥିଲେ ମଧ୍ୟ…

ଛାତିଥରା…ଦୁଇ ଗାଁରେ 162 ଜଣଙ୍କୁ ହତ୍ୟା

ନୂଆଦିଲ୍ଲୀ,୫।୨: ପଶ୍ଚିମ ନାଇଜେରିଆର ଦୁଇଟି ଗାଁରେ ଆକ୍ରମଣ କରି ସଶସ୍ତ୍ର ଆତଙ୍କବାଦୀମାନେ ଅତି କମରେ ୧୬୨ ଜଣଙ୍କୁ ନିର୍ମମ ଭାବରେ ହତ୍ୟା କରିଛନ୍ତି। ବୁଧବାର ଦିନ ଜଣେ…

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ

ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ…

ମହାନଦୀ ଜଳ ବିବାଦ: ଓଡ଼ିଶା ଚାହୁଁଛି କେନ୍ଦ୍ର ମଧ୍ୟସ୍ଥତା

ଭୁବନେଶ୍ୱର,୫ା୨(ରବିନାରାୟଣ ଜେନା):ମହାନଦୀ ଜଳ ବିବାଦର ସମାଧାନ ପାଇଁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ଏହା ଟ୍ରିବ୍ୟୁନାଲ ମାଧ୍ୟମରେ ସମାଧାନ ହେବା ସମୟସାପେକ୍ଷ। ତେଣୁ ମଧ୍ୟସ୍ଥ ଜରିଆରେ…

ଜୀବନ ରକ୍ଷା କରିବ ‘ହାର୍ଟଗାର୍ଡ’ ମାସ୍କ, ହୃଦଘାତ ପୂର୍ବରୁ ବାଜିବ ଆଲାର୍ମ

କଟକ,୫।୨(କୁମାରଶ୍ରୀ): ମୁହଁରେ ବନ୍ଧା ଯାଇଥିବା ମାସ୍କ ଜୀବନ ରକ୍ଷା କରିପାରିବ। ସମ୍ପୃକ୍ତ ବ୍ୟକ୍ତିଙ୍କ ହୃଦ୍‌ଘାତ ହେବା ପୂର୍ବରୁ ବାଜିବ ଆଲାର୍ମ। ଶାରୀରିକ ଅସୁସ୍ଥତାକୁ ସୂଚାଇ ମାସ୍କ ଜରିଆରେ…

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri