ଘନୀଭୂତ ହେଲା ଲଘୁଚାପ

ଭୁବନେଶ୍ୱର, ୨୯ା୭(ବ୍ୟୁରୋ): ଉତ୍ତର ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ବୁଧବାର ଘନୀଭୂତ ହୋଇଛି। ଏହା ଆଗାମୀ ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ ଦିଗରେ ଗତିକରି ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ବିହାର ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଗୁରୁବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ଏବଂ ଦେବଗଡ଼, ଅନୁଗୋଳ, ସମ୍ବଲପୁର, ସୋନପୁର, ବରଗଡ଼, ଝାରସୁଗୁଡ଼ା ଓ ଢେଙ୍କାନାଳରେ ପ୍ରବଳ ବର୍ଷା ହେବ। ୩୦ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ନୂଆପଡ଼ା, ବଲାଙ୍ଗୀର, ସୋନପୁର ଓ କେନ୍ଦୁଝରରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏ ସମସ୍ତ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୩୧ ତାରିଖରେ ନୂଆପଡ଼ା, ନବରଙ୍ଗପୁର ଓ ବରଗଡ଼ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏଥିସହ ୪୦ରୁ ୫୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଥିବାରୁ ୩୦ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି। ସୂଚନାଯୋଗ୍ୟ, ଜୁଲାଇ ଅଧା ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ପରିମାଣ କମ୍‌ ଥିଲା। ଏବେ ବି ତାହା ସ୍ବାଭାବିକ ସ୍ଥିତିକୁ ଫେରି ନ ଥିବାବେଳେ ୧୭ଟି ଜିଲାରେ ମରୁଡ଼ି ପରିସ୍ଥିତି ଦେଖାଦେଇଛି। ତେଣୁ ଏବେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ଚାଷୀମାନେ ଆଶ୍ୱସ୍ତ ଲାଭ କରିବେ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

ରକ୍ଷାବନ୍ଧନରେ ଗ୍ରହମାନଙ୍କ ୩ ମହାଯୋଗ: ଏହି ୫ ରାଶିର ଦ୍ରୁତ ଗତିରେ ଉନ୍ନତି, ହେବେ ମାଲାମାଲ!

୨୮ ଅଗଷ୍ଟ ୨୦୨୬ରେ ଶ୍ରାବଣ ମାସର ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥି। ଏହି ଦିନ ରକ୍ଷାବନ୍ଧନ, ଗାୟତ୍ରୀ ଜୟନ୍ତୀ ସହ ବର୍ଷର ଦ୍ୱିତୀୟ ଏବଂ ଶେଷ ଚନ୍ଦ୍ରଗ୍ରହଣ ପଡ଼ୁଛି।…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri