ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହୋଇଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରୁଥିବାବେଳେ ସନ୍ଧ୍ୟା ସୁଦ୍ଧା ବାରିପଦାଠାରୁ ୧୮୦କି.ମି. ଦୂରରେ କେନ୍ଦ୍ରୀଭୂତ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅବପାତଟି ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଆଗକୁ ବଢ଼ିବା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅପରପକ୍ଷେ ମୌସୁମୀ ଟ୍ରଫ୍‌ ବର୍ତ୍ତମାନ ଫିରୋଜପୁର, ବରେଲୀ, ସୁଲତାନପୁର, ଡାଲଟନଗଞ୍ଜ ଦେଇ ପଶ୍ଚିମବଙ୍ଗ ଉପକୂଳରେ ଥିବା ଅବପାତର କେନ୍ଦ୍ରସ୍ଥଳ ଏବଂ ସେଠାରୁ ଦକ୍ଷିଣ-ପୂର୍ବ ଦିଗକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପର୍ଯ୍ୟନ୍ତ ବିସ୍ତାରିତ ହୋଇଛି। ଏହା ପ୍ରଭାବରେ ଓଡ଼ିଶାରେ ଭୀଷଣ ବର୍ଷା ଆରମ୍ଭ ହୋଇଛି। ତେବେ ଆସନ୍ତା ୪ଦିନ ପର୍ଯ୍ୟନ୍ତ ଏଭଳି ସ୍ଥିତି ଜାରି ରହିବ ଓ ଶୁକ୍ରବାର ୧୩ ଜିଲାରେ ବର୍ଷା ପାଇଁ ସତର୍କ କରିଛି ପାଣିପାଗ କେନ୍ଦ୍ର।

ତେବେ ଶୁକ୍ରବାର ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼ ଏବଂ ସମ୍ବଲପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ବାଲେଶ୍ୱର, ଦେବଗଡ଼, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା ଏବଂ ବଲାଙ୍ଗୀର ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଏଥିସହ ବାଲେଶ୍ୱର, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା ଏବଂ ବଲାଙ୍ଗୀର ଜିଲାରେ ଝଡ଼ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ଏହିଦିନ ଭାରତ-ପାକିସ୍ତାନ ସେମିଫାଇନାଲ ମୁକାବିଲା: କେବେ, କେଉଁଠି ଦେଖିବେ ମ୍ୟାଚ ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସରେ ଏବେ ଭାରତ ଓ ପାକିସ୍ତାନର ହକି ଟିମ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଉଭୟ ଦଳ ମଧ୍ୟରେ ଏହି ମୁକାବିଲା ସିଧାସଳଖ ଫାଇନାଲ ଟିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?