ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୪ା୧୦ (ବନ୍ଦନା ସେଠୀ):ମୌସୁମୀ ଆସିବାଠାରୁ ଏପର୍ଯ୍ୟନ୍ତ ୧୬ଟି ଲଘୁଚାପ ରାଜ୍ୟକୁ ପ୍ରଭାବିତ କରିଛି। ଏବେ ଲଘୁଚାପଜନିତ ବର୍ଷା ଲାଗି ରହିଥିବାବେଳେ ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଅକ୍ଟୋବର ୯ ବେଳକୁ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ କିମ୍ବା ଲଘୁଚାପ ସୃଷ୍ଟି ହେବା ନେଇ ଆଶଙ୍କା କରିଛି ଭାରତୀୟ ପାଣିପାଗ ବିଭାଗ।
ଅନ୍ୟପକ୍ଷରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହୋଇଛି। ଏହାର ପ୍ରଭାବରେ ବର୍ଷାର ପରିମାଣ କମ୍‌ ରହିଥିଲେ ହେଁ ରବିବାର ପର୍ଯ୍ୟନ୍ତ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି। ନବରଙ୍ଗପୁର, ନୂଆପଡ଼ାରେ ପବନ ଓ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଆଦି ଜିଲାରେ ଝଟକା ପବନ ସହିତ ଘଡ଼ଘଡ଼ି ଓ ବର୍ଷା ହେବାର ଆକଳନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Khandagiri Melaରେ ବିବାଦ ତୁଟୁନି: ପୁଣି ଚେତାବନୀ ଦେଲେ ମୀରା 

ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…

ଫେବୃଆରୀ ୨୦ରେ Odisha Budget 2026-27

ଭୁବନେଶ୍ୱର,୩୦।୧: ଫେବୃଆରୀ ୧୭ରୁ ବିଧାନସଭା ବଜେଟ ଅଧିବେଶନ  ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଚାଲିବ Odisha Budget 2026-27 ଅଧିବେଶନ। ଫେବୃଆରୀ ୨୦ରେ ଆଗତ ହେବ ବଜେଟ-୨୦୨୬।…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri