ଆସୁଛି ଲଘୁଚାପ, ୨୮ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୨୦ା୬: କିଛି ମାସ ଧରି ରାଜ୍ୟରେ ପ୍ରବଳ ଗରମ ଓ ଗୁଳୁଗୁଳି ଲାଗି ରହିଛି। ଜୁନ୍‌ ୮ରେ ରାଜ୍ୟକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କଲା ବୋଲି ପାଣିପାଗ ବିଭାଗ ପକ୍ଷରୁ ଘୋଷଣା କରାଯାଇଥିଲା। ମାତ୍ର ଦିନକ ପରେ ଏହା ସମ୍ପୂର୍ଣ୍ଣ ନିଷ୍କ୍ରିୟ ହୋଇଯାଇଛି। ସମଗ୍ର ରାଜ୍ୟବାସୀ ପ୍ରଚଣ୍ଡ ଗରମରେ ଛଟପଟ ହେଉଛନ୍ତି। ଆସନ୍ତା ୨୬ ତାରିଖରୁ ଗ୍ରୀଷ୍ମ ଓ ଗୁଳୁଗୁଳିରୁ ଆଶ୍ୱସ୍ତି ମିଳିବ। ଏହି ସମୟରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ୨୮ ତାରିଖ ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବ। ଏହା ଦକ୍ଷିଣ-ପଶ୍ଚିମ ମୌସୁମୀକୁ ସମଗ୍ର ରାଜ୍ୟରେ ପହଞ୍ଚାଇବାରେ ସହାୟକ ହେବ ବୋଲି ଅନୁମାନ କରାଯାଉଛି। ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ୨୬ ତାରିଖରୁ ବର୍ଷା ଆରମ୍ଭ ହେବ। ୨୮ରୁ ବର୍ଷା ପରିମାଣ ବଢ଼ିବ ବୋଲି ପୂର୍ବାନୁମାନ କରାଯାଇଛି। ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିଯୋଗୁ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ତଳକୁ ଖସି ଆସିବ। ତେବେ ଆସନ୍ତା ୪/୫ ଦିନ ଗରମ ଓ ଗୁଳୁଗୁଳି କଲବଲ କରିବ। ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରଚଣ୍ଡ ଗରମ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଓ୍ବାର୍ନିଂ ଦିଆଯାଇଛି। ସେହିପରି ଉପକୂଳ ଓଡ଼ିଶାରେ ଗରମ ସହ ଗୁଳୁଗୁଳି ଜାରି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

‘ପ୍ରଧାନମନ୍ତ୍ରୀଙ୍କ ସହ କିଛି ବି ହୋଇଥାଆନ୍ତା’, କାହିଁକି ଏମିତି କହିଲେ ଓମ ବିର୍ଲା, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୫।୨: ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ସମ୍ପର୍କରେ ଲୋକ ସଭାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭାଷଣ ମୁଲତବୀ କରାଯିବା ଉପରେ ବାଚସ୍ପତି ଓମ ବିର୍ଲା ଅସନ୍ତୋଷ ପ୍ରକାଶ…

SIR ନେଲାଣି ୧୦୭ ଲୋକଙ୍କ ଜୀବନ

କୋଲକାତା,୫।୨: ଗୁରୁବାର, ଫେବୃଆରୀ ୫, ୨୦୨୬ରେ ପଶ୍ଚିମବଙ୍ଗ ବିଧାନସଭାରେ ଏକ ଜରୁରୀ ପ୍ରସ୍ତାବ ଆଗତ କରାଯାଇଥିଲା। ଏଥିରେ ଦାବି କରାଯାଇଛି ଯେ ସ୍ବତନ୍ତ୍ର ସଘନ ସଂଶୋଧନ (SIR)…

ଚାଇନା-ରୁଷିଆ-ଆମେରିକାକୁ ପଛରେ ପକାଇ ଏହି ଲିଷ୍ଟ୍‌ରେ ଆଗକୁ ଗଲା ଭାରତ, ଜାଣନ୍ତୁ ପାକିସ୍ତାନ ସ୍ଥିତି କ’ଣ

ନୂଆଦିଲ୍ଲୀ,୫।୨: ବିଶ୍ୱ ବୌଦ୍ଧିକ ଫାଉଣ୍ଡେସନ (WIF) ଦ୍ୱାରା ପ୍ରକାଶିତ ଦାୟିତ୍ୱବାନ ରାଷ୍ଟ୍ର ସୂଚକାଙ୍କ ଦେଶଗୁଡ଼ିକ ଉପରେ ଏକ ନୂତନ ଦୃଷ୍ଟିକୋଣ ପ୍ରଦାନ କରେ। ଏହି ତାଲିକା ଏକ…

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

ରାଶନକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ: ଏଣିକି ଶସ୍ୟ ବଦଳରେ ମିଳିବ…

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କର ରାଶନ କାର୍ଡ ଅଛି ଏବଂ ଆପଣ ସରକାରଙ୍କ ମାସିକ ମାଗଣା ରାଶନ ଯୋଜନାର ହିତାଧିକାରୀ, ତେବେ ଏହା ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ସୂଚନା।…

୧ ବଲ୍‌ ୯ ରନ୍‌: ବିନା ଓ୍ବାଇଡ୍‌-ନୋ ବଲ୍‌ରେ କେମିତି ହେଲା ସମ୍ଭବ, ଜାଣନ୍ତୁ କ୍ରିକେଟ୍‌ ପଡ଼ିଆରେ ରୋଚକ ଘଟଣା

ହରାରେ,୫।୨: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ୧୯ ବର୍ଷରୁ କମ ବିଶ୍ୱକପ ସେମିଫାଇନାଲ ମ୍ୟାଚ କ୍ରିକେଟ ପଡ଼ିଆରେ ଏକ ଅସାଧାରଣ ଘଟଣା ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବ୍ୟାଟିଂ…

ଟି-୨୦ ବିଶ୍ୱକପ ପୂର୍ବରୁ ଭାରତକୁ ଜୋରଦାର୍‌ ଝଟ୍‌କା: ଯନ୍ତ୍ରଣାରେ ଛଟ୍‌ପଟ୍‌ ହୋଇ…

ନୂଆଦିଲ୍ଲୀ,୫।୨: ICC ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆର ଖେଳାଳିଙ୍କ ଆଘାତର ଧାରା ଜାରି ରହିଛି। ଦ୍ରୁତ ବୋଲର ହର୍ଷିତ ରାଣା ଏବେ ଏହି ତାଲିକାରେ…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri