ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତ୍ତନଠାରୁ ୪.୫ରୁ ୫.୮ କି.ମି. ଉଚ୍ଚତାରେ ଏହା ସକ୍ରିୟ ରହିଛି। ତେବେ ପାଗ ଅନୁକୂଳ ଥିବାରୁ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଫଳରେ ଆସନ୍ତା ୭ ଦିନ ଯାଏ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ଲାଗିରହିବ। ଏଥିସହ ୧୩ ତାରିଖରୁ ବର୍ଷା ପରିମାଣ ବଢିବ ବୋଲି ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ଶୁକ୍ରବାର ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ହୋଇଥିବାବେଳେ ଶନିବାର ମଧ୍ୟ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ଏଥିସହ ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର କିଛି ସ୍ଥାନରେ ବର୍ଷା ସହିତ ଘଡ଼ଘଡ଼ି, ବିଜୁଳି ଓ ଝଟ୍‌କା ପବନ ବହିବାର ସମ୍ଭାବନା ରହିଥିବାରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

ଶେଷ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୩ ସ୍ଥାନରେ ବର୍ଷା ହୋଇଥିବାବେଳେ ସର୍ବାଧିକ ବର୍ଷା ସୁନ୍ଦରଗଡ ଗୁରୁଣ୍ଡିଆରେ ୭୧ ମି.ମି ରେକର୍ଡ ହୋଇଛି। ସେହିପରି ଜୁନ ୧ରୁ ଜୁଲାଇ ୧୦ ମଧ୍ୟରେ ରାଜ୍ୟରେ ମୋଟ ୩୪୧ ମି.ମି ବର୍ଷା ରେକର୍ଡ ହୋଇଛି, ଯାହାକି ସ୍ବାଭାବିକ ବର୍ଷାର ୧୨% ଅଧିକ। ସେହିପରି ଚଳିତ ମୌସୁମୀ ବର୍ଷାରେ ଏଯାବତ ୬ ଜିଲାରେ ଅତ୍ୟଧିକ ବର୍ଷା ରେକର୍ଡ କରାଯାଇଥିବାବେଳେ ୫ଟି ଜିଲାରେ ଅଧିକ ବର୍ଷା, ୧୫ ଜିଲାରେ ସ୍ବାଭାବିକ ବର୍ଷା ଏବଂ ୪ଟି ଜିଲା ଯଥା ସୁନ୍ଦରଗଡ଼, ନବରଙ୍ଗପୁର, ଦେବଗଡ଼ ଓ କଳାହାଣ୍ଡି ଜିଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପାଟଣା କଲେଜ ନିର୍ବାଚନ: ସରିଲା ପ୍ରଚାର, ବିରିୟାନି-ଗୁପ୍‌ଚୁପ୍‌ରେ କମ୍ପିଲା କଲେଜ କ୍ୟାମ୍ପସ୍…

ପାଟଣା, ୧୩।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟର ଛାତ୍ର ସଂସଦ ନିର୍ବାଚନୀ ପ୍ରଚାରର ଶେଷ ଦିନରେ କଲେଜ ପରିସର ଚଳଚଞ୍ଚଳ…

ଗଞ୍ଜେଇ ସହ ବାଇକ ଜବତ: ଅଭିଯୁକ୍ତ ଗଲେ ଜେଲ             

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧୭ ନଂ.ରାଜ୍ୟ ରାଜପଥ କଡ଼ରେ ଥିବା ପଥପାର୍ଶ୍ଵ ସୁବିଧାକେନ୍ଦ୍ର ନିକଟରୁ ମଙ୍ଗଳବାର ପୂର୍ବାହ୍ନ ସାଢେ ୬…

ନିର୍ବାଚନ ବାତିଲକୁ ନେଇ କେସିଙ୍ଗା କଲେଜରେ ରାଜନୈତିକ ଝଡ଼

କେସିଙ୍ଗା, ୧୩।୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବାକୁ ନେଇ ରାଜନୈତିକ ଉତ୍ତେଜନା ଦେଖାଦେଇଛି। ଏହାର ପ୍ରତିବାଦରେ ବିଜେଡି…

ଅମାନତ ଟଙ୍କାକୁ ନେଇ ଟଣାଓଟରା, ଯନ୍ତ୍ରୀ-ଛାୟା ଠିକାଦାର ମୁହାଁମୁହିଁ

କଟକ ସଦର, ୧୩।୧୦ (ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ୍‌ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅମାନତ ରାଶି ଉଠାଣକୁ ନେଇ ଯନ୍ତ୍ରୀ ଓ ଛାୟା ଠିକାଦାରଙ୍କ…

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ୍‌: ୧୦ ଜିଲାରୁ ଫେରିଗଲା ମୌସୁମୀ, ଜାଣନ୍ତୁ…

ଭୁବନେଶ୍ୱର,୧୩।୧୦: ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁପ୍ରତ୍ୟାହାର ଜାରି ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ୧୦ ଜିଲାରୁ ମୌସୁମୀ ବାୟୁ ସଂପୂର୍ଣ୍ଣ ବିଦାୟ ନେଇଥିବା ପାଣିପାଗ ବିଭାଗ ପକ୍ଷରୁ…

ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି।…

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?