ପୁଣି ଆସୁଛି ଲଘୁଚାପ! ବଙ୍ଗୋପସାଗରରେ ନେଇପାରେ ଅବପାତ ରୂପ

ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ):ସାରା ରାଜ୍ୟରେ ଏବେ ପାରଦ ଉପରମୁହଁା ରହିଥିବାବେଳେ ପ୍ରବଳ ଖରା ସହ ଗୁଳୁଗୁଳି ଅନୁଭୂତ ହେଉଛି। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ କିଛି ପରିବର୍ତ୍ତନ ହେବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ତଥ୍ୟ ଅନୁଯାୟୀ, ଶୁକ୍ରବାର ୮ ସହରର ତାପମାତ୍ରା ୩୫ ଡିଗ୍ରୀ ଉପରେ ରହିଥିଲା। ପୁରୀରେ ସର୍ବାଧିକ ତାପମାତ୍ରା ୩୬.୨ ଡିଗ୍ରୀ ରେକର୍ଡ ହୋଇଥିବାବେଳେ ନୟାଗଡ଼ରେ ୩୬ ଡିଗ୍ରୀ, ଭୁବନେଶ୍ୱର ୩୫.୬ ଡଗ୍ରୀ, ବାଲେଶ୍ୱର ଓ ଚାନ୍ଦବାଲିରେ ୩୫.୨ ଡିଗ୍ରୀ, ଝାରସୁଗୁଡା ୩୫.୧ ଡିଗ୍ରୀ ଏବଂ ବାରିପଦା ଓ ପାରଳାଖେମୁଣ୍ଡିରେ ୩୫ ଡିଗ୍ରୀ ତାପମାତ୍ରା ରହିଥିଲା। ବର୍ତ୍ତମାନ ସେଭଳି କିଛି ପାଣିପାଗ ନିୟାମକ ନ ଥିବାରୁ ବର୍ଷାର ପ୍ରଭାବ ନାହିଁ।
ଅନ୍ୟପକ୍ଷରେ ବିଭିନ୍ନ ପାଣିପାଗ ମଡେଲଗୁଡିକ ପକ୍ଷରୁ ଆକଳନ କରାଯାଇଛି ଯେ, ଅକ୍ଟୋବର ୧୨ ବେଳକୁ ଉତ୍ତର ଆଣ୍ଡାମାନ ସାଗର ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୧୩ରେ ଲଘୁଚାପ ଏବଂ ୧୫ ତାରିଖ ବେଳକୁ ଦକ୍ଷିଣ ବଙ୍ଗୋପସାଗର କିମ୍ବା ପାଶର୍‌ବବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତ ରୂପ ନେଇପାରେ। ତେଣୁ ଦଶହରା ବେଳକୁ ବର୍ଷା ହେବା ନେଇ ଅନୁମାନ କରାଯାଇଛି। ସମ୍ଭାବ୍ୟ ଅବପାତ ଅଧିକ ଘନୀଭୂତ ହେବ କି ନାହିଁ ସେ ନେଇ କୌଣସି ଆକଳନ କରାଯାଇ ନାହିଁ। ତେବେ ଏହା ଦକ୍ଷିଣ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହୋଇପାରେ ବୋଲି ପୂର୍ବାନୁମାନ କରାଯାଇଥିଲେ ମଧ୍ୟ ଭାରତୀୟ ପାଣିପାଗ ବିଭାଗ ଏନେଇ କୌଣସି ସୂଚନା ଦେଇନାହିଁ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?