ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ, ଏସବୁ ଜିଲାରେ ଅତି ପ୍ରବଳ ବର୍ଷା, ରେଡ୍‌ ଓ୍ବାର୍ନିଂ…

ଭୁବନେଶ୍ୱର, ୨୪ା୭(ଅନୁରାଧା ମହାରଣା)- ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଥିବାବେଳେ ଧୀରେ ଧୀରେ ଘନୀଭୂତ ହେବାରେ ଲାଗିଛି। ଶୁକ୍ରବାର ଏହା ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରର ରୂପ ନେବାର ସମ୍ଭାବନା ରହିଛି। ପରେ ପଶ୍ଚିମ ଉତ୍ତରପଶ୍ଚିମ ଦିଗରେ ଏହା ଗତି କରିବା ସହ ଆସନ୍ତା ୪୮ଘଣ୍ଟା ମଧ୍ୟରେ ଉତ୍ତରଓଡ଼ିଶା- ପଶ୍ଚିମବଙ୍ଗ ଉପକୂଳମୁହଁା ହୋଇପାରେ। ଏହାର ପ୍ରଭାବରେ ମାସ ଶେଷ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଆସନ୍ତା ୨ଦିନ ବିଭିନ୍ନ ଜିଲାରେ ଅତିରୁ ଅତି ପ୍ରବଳ ବର୍ଷା ନେଇ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦୁଝରରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବା ନେଇ ରେଡ୍‌ ଓ୍ବାର୍ନିଂ ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ କେନ୍ଦ୍ରାପଡ଼ା, ଯାଜପୁର, ଜଗତ୍‌ସିଂହପୁର, କଟକ, ଢେଙ୍କାନାଳ, କୋରାପୁଟ, ମାଲକାନଗିରି ଆଦି ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ପ୍ରବଳ ବର୍ଷା ପାଇଁ ଦେବଗଡ଼, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ବୌଦ୍ଧ, ନବରଙ୍ଗପୁର, ଅନୁଗୋଳ ଓ ପୁରୀ ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଅନ୍ୟପଟେ ବଜ୍ରପାତ ପାଇଁ ଝାରସୁଗୁଡ଼ା, ବରଗଡ଼, ସୋନପୁର, ନୂଆପଡ଼ା, ବଲାଙ୍ଗୀର, ସମ୍ବଲପୁର, କଳାହାଣ୍ଡି, ସୁନ୍ଦରଗଡ଼, ଗଞ୍ଜାମ, ଗଜପତି ଓ ରାୟଗଡ଼ା ଆଦି ଜିଲାକୁ ସତର୍କ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ହେଲା ଯୁଦ୍ଧ! ପ୍ରଥମ ଥର ପାଇଁ ଆମେରିକାର ୮୦୦ କୋଟିର ଫାଇଟର ଜେଟ୍‌କୁ ଇରାନର ଟାର୍ଗେଟ, ବଢ଼ିଲା…

ୱାଶିଂଟନ, ୧୯।୩:ମଧ୍ୟ-ପ୍ରାଚ୍ୟ ରଣାଙ୍ଗନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆମେରିକାର ଏକ ଅତ୍ୟାଧୁନିକ F-୩୫ ଷ୍ଟେଲଥ ଫାଇଟର ଜେଟ୍‌ ଇରାନ ଉପରେ ଏକ ଯୁଦ୍ଧ ମିଶନରେ…

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri