ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ, ଏସବୁ ଜିଲାରେ ଅତି ପ୍ରବଳ ବର୍ଷା, ରେଡ୍‌ ଓ୍ବାର୍ନିଂ…

ଭୁବନେଶ୍ୱର, ୨୪ା୭(ଅନୁରାଧା ମହାରଣା)- ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଥିବାବେଳେ ଧୀରେ ଧୀରେ ଘନୀଭୂତ ହେବାରେ ଲାଗିଛି। ଶୁକ୍ରବାର ଏହା ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରର ରୂପ ନେବାର ସମ୍ଭାବନା ରହିଛି। ପରେ ପଶ୍ଚିମ ଉତ୍ତରପଶ୍ଚିମ ଦିଗରେ ଏହା ଗତି କରିବା ସହ ଆସନ୍ତା ୪୮ଘଣ୍ଟା ମଧ୍ୟରେ ଉତ୍ତରଓଡ଼ିଶା- ପଶ୍ଚିମବଙ୍ଗ ଉପକୂଳମୁହଁା ହୋଇପାରେ। ଏହାର ପ୍ରଭାବରେ ମାସ ଶେଷ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଆସନ୍ତା ୨ଦିନ ବିଭିନ୍ନ ଜିଲାରେ ଅତିରୁ ଅତି ପ୍ରବଳ ବର୍ଷା ନେଇ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦୁଝରରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବା ନେଇ ରେଡ୍‌ ଓ୍ବାର୍ନିଂ ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ କେନ୍ଦ୍ରାପଡ଼ା, ଯାଜପୁର, ଜଗତ୍‌ସିଂହପୁର, କଟକ, ଢେଙ୍କାନାଳ, କୋରାପୁଟ, ମାଲକାନଗିରି ଆଦି ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ପ୍ରବଳ ବର୍ଷା ପାଇଁ ଦେବଗଡ଼, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ବୌଦ୍ଧ, ନବରଙ୍ଗପୁର, ଅନୁଗୋଳ ଓ ପୁରୀ ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଅନ୍ୟପଟେ ବଜ୍ରପାତ ପାଇଁ ଝାରସୁଗୁଡ଼ା, ବରଗଡ଼, ସୋନପୁର, ନୂଆପଡ଼ା, ବଲାଙ୍ଗୀର, ସମ୍ବଲପୁର, କଳାହାଣ୍ଡି, ସୁନ୍ଦରଗଡ଼, ଗଞ୍ଜାମ, ଗଜପତି ଓ ରାୟଗଡ଼ା ଆଦି ଜିଲାକୁ ସତର୍କ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର...

ରାୟପୁର-ଭାଇଜାଗ୍‌ କରିଡର: ଓଡ଼ିଶା ସମେତ ୩ ରାଜ୍ୟରେ ଆଣିବ ବିକାଶର ଧାରା

ଭୁବନେଶ୍ୱର,୭ା୧୨: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ଦ୍ୱାରା ନିର୍ମାଣାଧୀନ ୬-ଲେନ୍ ବିଶିଷ୍ଟ ରାୟପୁର–ବିଶାଖାପାଟଣା ଅର୍ଥନୈତିକ କରିଡର ଆଗାମୀ ଦିନରେ ଓଡ଼ିଶା ସମେତ ତିନୋଟି...

‘ସିଦ୍ଧୁଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ତାହେଲେ ରାଜନୀତିକୁ ଫେରିବେ,’ ନବଜୋତ କୌରଙ୍କ ଅଜବ ଦାବି

ଚଣ୍ଡିଗଡ଼,୭।୧୨: ପଞ୍ଜାବ ବିଧାନସଭା ନିର୍ବାଚନକୁ ଏବେ ବି ଗୋଟିଏ ବର୍ଷରୁ ଅଧିକ ସମୟ ବାକି ଅଛି, କିନ୍ତୁ ରାଜନୀତି ଏବେଠାରୁ ଉଷ୍ମ ହେଉଛି। ପୂର୍ବତନ କ୍ୟାବିନେଟ...

ବାରବାଟୀ T20: ମ୍ୟାଚ୍ ଦେଖବାକୁ ଆସୁଥିଲେ ଏସବୁ ସ୍ଥାନରେ କରନ୍ତୁ ପାର୍କିଂ

କଟକ,୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା କ୍ରିକେଟ ଟିମ୍ ବାରବାଟୀରେ ଆୟୋଜିତ ହେବାକୁ ଥିବା T20 ମ୍ୟାଚ୍ ପାଇଁ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଉଭୟ ଦଳକୁ କଡ଼ା...

ହ୍ୟୁମାନଙ୍କ ସମାଧି ପୀଠରେ ଭୋ ଭୋ ହୋଇ କାନ୍ଦିଲେ ସ୍ତ୍ରୀ ଶ୍ରୀୟା, କହିଲେ ଏମିତି ଚାଲିଗଲ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ସ୍ମୃତି ଉଦ୍ଦେଶ୍ୟରେ ରବିବାର ଅର୍ଥାତ୍‌ ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍‌ ହାଇସ୍କୁଲ ପଡ଼ିଆଠାରେ ଓଡିଶା କଳାକାର ଏକତା ମଞ୍ଚ...

ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର  ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ...

୩୦ ବର୍ଷ ପରେ ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ, ଏହି ୪ରାଶିରେ ପଡିବ ଖରାପ ପ୍ରଭାବ, ଅଡୁଆରେ ପଡି ଫସିବେ…

ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ 2025, ଯାହା ଗ୍ରହମାନଙ୍କର ରାଜା ସୂର୍ଯ୍ୟଙ୍କ କନ୍ୟା ରାଶିରେ ପ୍ରବେଶ ସହିତ ଆରମ୍ଭ ହୋଇଥିଲା। ସୂର୍ଯ୍ୟ ବର୍ତ୍ତମାନ କନ୍ୟା ରାଶିରେ ଅଛନ୍ତି...

ଧାନ କିଣାବିକାରେ ଅଚଳାବସ୍ଥା: ତାତିଲେ ଚାଷୀ, କଲେ ଏମିତି…

ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ରବିବାର ୧୦ଦିନରେ ପହଞ୍ଚିଛି। ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri