ଲଘୁଚାପ: ୩ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର,୩୦ା୯(ଅନିଲ ଦାସ): ଉତ୍ତର-ପୂର୍ବ ଏବଂ ତତ୍‌ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଶୁକ୍ରବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଉତ୍ତର-ପଶ୍ଚିମ ଦିଗ ଦେଇ ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳକୁ ଗତି କରିବ। ଏହାର ପ୍ରଭାବରେ ରାଜ୍ୟରେ ୩ ଦିନ ପ୍ରବଳ ବର୍ଷା ହେବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଏବଂ ବାଲେଶ୍ୱର ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ(୭ରୁ ୨୦ସେ.ମି.) ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହିସବୁ ଜିଲା ପାଇଁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର ଏବଂ ଖୋର୍ଦ୍ଧା ଜିଲାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହି ଜିଲାଗୁଡ଼ିକ ପାଇଁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଅକ୍ଟୋବର ୧ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା, ସୋନପୁର ଏବଂ ବଲାଙ୍ଗୀର, ୨ ତାରିଖରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାରେ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ଆସନ୍ତା ୫ ତାରିଖ ଯାଏ ରାଜ୍ୟରେ ଅଳ୍ପ ବହୁତ ମୌସୁମୀ ବର୍ଷା ଲାଗିରହିବ। ଏହା ପରେ ମୌସୁମୀ ଲେଉଟାଣି ପର୍ବ ଆରମ୍ଭ ହେବ। ଅକ୍ଟୋବର ୧୩ରୁ ୧୬ ତାରିଖ ମଧ୍ୟରେ ରାଜ୍ୟରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବିଦାୟ ନେବ। ଜୁଲାଇରେ ୬.୬ ପ୍ରତିଶତ ଏବଂ ଅଗଷ୍ଟରେ ୧୫.୬ ପ୍ରତିଶତ କମ୍‌ ବର୍ଷା ହୋଇଛି। ତେବେ ସେପ୍ଟେମ୍ବର ବର୍ଷା ନିଅଣ୍ଟିଆକୁ ଭରଣା କରିଛି। ସେପ୍ଟେମ୍ବରରେ ସ୍ବାଭାବିକଠାରୁ ୬୧.୩ ପ୍ରତିଶତ ଅଧିକ ବର୍ଷା ହୋଇଛି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଜୁନ୍‌ ପହିଲାରୁ ସେପ୍ଟେମ୍ବର ୨୯ ତାରିଖ ମଧ୍ୟରେ ରାଜ୍ୟରେ ସ୍ବାଭାବିକ ବର୍ଷା ହୋଇଛି। ଏହି ସମୟରେ ସ୍ବାଭାବିକ ଭାବେ ୧୧୪୪.୩ ମିଲିମିଟର ବର୍ଷା ହେବାକୁ ଥିବାବେଳେ ହୋଇଛି ୧୧୦୫.୪ ମିଲିମିଟର । ତେବେ କେନ୍ଦ୍ରାପଡ଼ାରେ ସ୍ବାଭାବିକଠାରୁ ୨୬, ନବରଙ୍ଗପୁରରେ ୨୩ ଏବଂ ପୁରୀରେ ୨୦ ପ୍ରତିଶତ କମ୍‌ ବର୍ଷା ହୋଇଛି। ରାଜ୍ୟର କୌଣସି ଜିଲାରେ ଚାଷ କାର୍ଯ୍ୟ ପ୍ରଭାବିତ ହୋଇନାହିଁ। ୯୫ ପ୍ରତିଶତ ଜମିରେ ଚାଷ କାର୍ଯ୍ୟ ହୋଇଛି ବୋଲି କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଶୁକ୍ରବାର ବିଧାନସଭାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?