୪ରେ ଲଘୁଚାପ ସମ୍ଭାବନା: ବାତ୍ୟା ଆଶଙ୍କାକୁ ନେଇ ଆସିଲା ବଡ଼ ଅପଡେଟ୍‌…

ଭୁବନେଶ୍ୱର,୩ା୧୦(ଅନିଲ ଦାସ ):ଦକ୍ଷିଣ-ପୂର୍ବ ବାଂଲାଦେଶ ଓ ଏହା ନିକଟବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ନିକଟସ୍ଥ ପଶ୍ଚିମବଙ୍ଗ ଓ ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୭ ତାରିଖରୁ ୧୧ ତାରିଖ ମଧ୍ୟରେ ଉପକୂଳ, ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ତେବେ ବାତ୍ୟା ନେଇ କୌଣସି ଆକଳନ କରାଯାଇ ନାହିଁ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି। ସେ କହିଛନ୍ତି, ବର୍ତ୍ତମାନ ଏଲ୍‌-ନିନ୍ୟୋ ସକ୍ରିୟ ନାହିଁ। ପ୍ରଶାନ୍ତ ମହାସାଗରରେ ନ୍ୟୁଟ୍ରାଲ୍‌ ଲା-ନିନା କଣ୍ଡିଶନ ଚାଲିଛି। ତେଣୁ ଅକ୍ଟୋବର ଓ ନଭେମ୍ବରରେ ଲା-ନିନା କଣ୍ଡିଶନରେ ଉନ୍ନତିି ହେବ। ଲା-ନିନା କଣ୍ଡିଶନ ଯେତେବେଳେ ଡେଭଲପ୍‌ ହୁଏ, ସେତେବେଳେ ଉତ୍ତର ଭାରତରେ ତାପମାତ୍ରା କମ୍‌ ରହିଥାଏ। ସାଧାରଣତଃ ଲା-ନିନା ବର୍ଷଗୁଡ଼ିକରେ ତାପମାତ୍ରା କମ୍‌ ରହିଥିବା ଦେଖାଯାଇଛି। ଏଥିଯୋଗୁ ଅଧିକ ଥଣ୍ଡା ଅନୁଭୂତ ହୋଇଥାଏ। କିନ୍ତୁ ବର୍ତ୍ତମାନ ଅକ୍ଟୋବର ଓ ନଭେମ୍ବରରେ ଦୁର୍ବଳ ଲା-ନିନା କଣ୍ଡିଶନ ହେବ। ତାହା ଧୀରେ ଧୀରେ ସକ୍ରିୟ ହେବ। କିଭଳି ସକ୍ରିୟ ହେବ, ତାକୁ ଅନୁଧ୍ୟାନ କଲେ କେତେ ପରିମାଣରେ ଥଣ୍ଡା ବଢ଼ିବ ଜଣାପଡ଼ିବ ବୋଲି ସେ କହିଛନ୍ତି। ଅନ୍ୟପକ୍ଷରେ ଗତ କିଛିଦିନ ହେବ ରାଜ୍ୟରେ ସର୍ବୋଚ୍ଚ ତାପମାତ୍ରା ୩୭ରୁ ୩୮ ଡିଗ୍ରୀ ସେଲ୍‌ସିୟସ ମଧ୍ୟରେ ରହୁଛି। ଆର୍ଦ୍ରତା ପରିମାଣ ୭୦ରୁ ୮୦ ପ୍ରତିଶତ ରହୁଥିବାରୁ ଗରମ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ତେବେ ଆସନ୍ତା ୭ ତାରିଖ ବେଳକୁ ରାଜ୍ୟକୁ ପୂର୍ବ ଦିଗରୁ ବାୟୁ ପ୍ରବାହ ହେବ। ତାପମାତ୍ରା ତଳକୁ ଖସିବା ସହ ଆକାଶ ମେଘାଚ୍ଛନ୍ନ ରହିବ ବୋଲି ଅନୁମାନ କରାଯାଉଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଅନୁଯାୟୀ, ଗୁରୁବାର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଜଗତ୍‌ସିଂହପୁର, ଢେଙ୍କାନାଳ, ଅନୁଗୋଳ ଓ କେନ୍ଦୁଝର ଜିଲାରେ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋୱାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri